ସ୍କୁଲ ଅଟୋରୁ ଖସି ପ୍ରଥମ ଶ୍ରେଣୀଛାତ୍ର ମୃତ: ଅଟୋ ସହ ଚାଳକ ଫେରାର, ତାତିଲେ ଲୋକେ

ଦିଗପହଣ୍ଡି,୧୯।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ବିଦ୍ୟୁତ ଷ୍ଟେଶନ ନିକଟ ମୁଖ୍ୟ ରାସ୍ତାରେ ସ୍କୁଲ ଅଟୋରୁ ଖସି ଜଣେ ପ୍ରଥମଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ ଘଟିଛି। ଛାତ୍ର ଜଣକ ହେଲେ କବିସୂର୍ଯ୍ୟ ନଗର ଥାନା ଗୁଡିଆଳି ଗାଁର ବୁଲୁ ପ୍ରଧାନଙ୍କ ପୁଅ ଅଜୟ(୬)।

ଅଜୟ ଦିଗପହଣ୍ଡି ଥାନା ତିଳେଶ୍ୱର ଗାଁର ମାମୁ ହରିକୃଷ୍ଣ ବିଷୋୟୀଙ୍କ ଘରେ ରହି ପାଠ ପଢୁଥିଲେ। ପ୍ରତିଦିନ ଭଳି ସେ ଅଟୋ ଯୋଗେ ଦିଗପହଣ୍ଡି ପୁଞ୍ଜିକୟାଁ ଛକ ନିକଟ ସରସ୍ବତୀ ଶିଶୁ ମନ୍ଦିରକୁ ଆସୁଥିଲେ। ସକାଳ ପ୍ରାୟ ସାଢ଼େ ୯ଟାରେ ଅଟୋ ଚାଳକଙ୍କ ବେପରୁଆ ଗାଡ଼ି ଚାଳନା ଯୋଗୁ ଅଜୟ ଅଟୋରୁ ଖସି ପଡ଼ିଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ତାଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିବାରୁ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଅପରପକ୍ଷେ କ୍ଷତିପୂରଣ ଦାବିରେ ଉତ୍ତେଜିତ ଲୋକେ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ରାସ୍ତା ଅବରୋଧ କରିବାରୁ ଚିକିଟି- ଦିଗପହଣ୍ଡି ମୁଖ୍ୟ ରାସ୍ତାରେ ଗାଡି ଚଳାଚଳ ବନ୍ଦ ଥିଲା। ପରେ ଦିଗପହଣ୍ଡି ପୋଲିସ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାସୁଝା କରିବାପରେ ରାସ୍ତା ଅବରୋଧ ହଟିଥିଲା। ପୋଲିସ ମୃତଦେହ ଜବତ କରିବା ସହ ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନା ପଠାଇଛିି। ଛାତ୍ରଙ୍କ ବିୟୋଗରେ ଶିଶୁ ମନ୍ଦିରରେ ଶୋକସଭା କରାଯାଇ ଛୁଟି କରାଯାଇଛି। ଅଟୋ ଚାଳକ ଫେରାର ଥିବା ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗେଷ୍ଟ ହାଉସରେ ବ୍ୟବସାୟୀ ରହସ୍ୟମୟ ମୃତଦେହ ଠାବ

ଭୁବନେଶ୍ୱର,୧୯।୪: ଗୁରୁବାର ଭୁବନେଶ୍ୱରର ମୈତ୍ରୀ ବିହାର ଅଞ୍ଚଳର ଏକ ଗେଷ୍ଟ ହାଉସରୁ ଜଣେ ବ୍ୟବସାୟୀଙ୍କ ମୃତ ଦେହ ଉଦ୍ଧାର ହୋଇଛି। ମୃତକଙ୍କ ନାମ ତପନ ପ୍ରସାଦ...

ଭିଜିଲାନ୍ସ ଜାଲରେ କିରାଣି

ବୌଦ୍ଧ,୧୯ା୪(ଅଜିତ ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟର ବରିଷ୍ଠ କିରାଣି ରବୀନ୍ଦ୍ର ନାଥ ପାଢ଼ୀ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ବୌଦ୍ଧ...

ପୋଲିସ ଅଧିକାରୀଙ୍କୁ ଭର୍ତ୍ତୃହରିଙ୍କ ଦୁର୍ବ୍ୟବହାର ମାମଲା: କୋର୍ଟରେ ହାଜର ହେଲେ ଅମିତାଭ

କଟକ,୧୯।୪(କାର୍ତ୍ତିକ ସାହୁ): କଟକ ଏମ୍‌ପି ଭର୍ତ୍ତୃହରି ମହତାବ ପୋଲିସ ଅଧିକାରୀଙ୍କୁ ଦୁର୍ବ୍ୟବହାର କରିବା ମାମଲା ପୁଣି ଉଠିଛି। କଟକ ଜେଏମ୍‌ଏଫ୍‌ସି ଅଦାଲତରେ ଶୁକ୍ରବାର ସାକ୍ଷ୍ୟ ଗ୍ରହଣ...

ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଧଳାବାଘ ‘ସ୍ନେହା’ ମୃତ

ଭୁବନେଶ୍ୱର,୧୯।୪: ଶୁକ୍ରବାର ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଚିକିତ୍ସିତ ହେଉଥିବାବେଳେ ଧଳାବାଘ ‘ସ୍ନେହା’ର ମୃତ୍ୟୁ ଘଟିଛି। ବୃଦ୍ଧାବସ୍ଥା ଏବଂ ଗ୍ରୀଷ୍ମ ପ୍ରବାହ କାରଣରୁ ଗତକାଲି ଅସୁସ୍ଥ ହେବା...

୨ଦିନ ପରେ ହ୍ରାସ ପାଇବ ତାପମାତ୍ରା

ଭୁବନେଶ୍ୱର,୧୯।୪: ଆଗାମୀ ୨ଦିନ ତାପମାତ୍ରାରେ କୌଣସି ପ୍ରକାର ପରିବର୍ତ୍ତନ ହେବ ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ ଶୁକ୍ରବାର ସୂଚନା ଦିଆଯାଇଛି। ଅର୍ଥାତ ୨ ଦିନ...

ନାମାଙ୍କନପତ୍ର ଦାଖଲ କଲେ କୋରାପୁଟ କଂଗ୍ରେସ ଏମ୍‌ପି ପ୍ରାର୍ଥୀ

କୋରାପୁଟ,୧୯ା୪(ଅମିତାଭ ବେହେରା): ଶୁକ୍ରବାର ମଧ୍ୟାହ୍ନରେ କୋରାପୁଟ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ନିକଟରେ କଂଗ୍ରେସର କୋରାପୁଟ ଏମ୍‌ପି ପ୍ରାର୍ଥୀ ସପ୍ତଗିରି ଶଙ୍କର ଉଲାକା ନାମାଙ୍କନପତ୍ର ଦାଖଲ...

ବାଇକ୍‌ଆରୋହୀଙ୍କଠାରୁ ଲକ୍ଷାଧିକ ଟଙ୍କା ଜବତ, ନିର୍ବାଚନ ସମୟରେ ଏତେ ଟଙ୍କା କେଉଁଠୁ ଆସିଲା ଚାଲିଛି ତନାଘନା

ଝାରବନ୍ଧ,୧୯ା୪(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ଥାନା ପୋଲିସ ଗୁରୁବାର ରାତିରେ ଡଭାଛକଠାରେ ଚେକିଂ କରୁଥିବା ସମୟରେ ୨ ବାଇକ୍‌ଆରୋହୀଙ୍କଠାରୁ ୬ଲକ୍ଷ ୫୨ହଜାର ୮୦୦ ଟଙ୍କା...

ବିପଜ୍ଜନକ ସ୍ତରରେ ହିଟ୍‌ଓ୍ବେଭ୍‌, ଚିନ୍ତା ବଢ଼ାଇଲା ଆଇଏମଡି ରିପୋର୍ଟ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ସକାଳ ସାଢ଼େ ୮ଟାରେ ୬୪% ଆର୍ଦ୍ରତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri