ସ୍କୁଲ ଆସିଲେନି ପିଲା, ବସି ବସି ଫେରିଲେ ଶିକ୍ଷକ

ବନ୍ତଳା, ୨୩।୭ (ଡି.ଏନ୍‌.ଏ.)

ଅନୁଗୋଳ ଜିଲା ଅନ୍ତୁଳିଆ ପଞ୍ଚାୟତ ଉନ୍ନୀତ ଉଚ୍ଚ ବିଦ୍ୟାଳୟକୁ ସୋମବାର କୌଣସି ଛାତ୍ରୀଛାତ୍ର ଆସି ନ ଥିଲେ। ସ୍କୁଲକୁ ଅଧିକ ୨ଜଣ ଶିକ୍ଷକ ନ ଦିଆଯିବା ପର୍ଯ୍ୟନ୍ତ ଅଭିଭାବକମାନେ ପିଲାଙ୍କୁ ଛାଡ଼ିବେ ନାହିଁ ବୋଲି ପୂର୍ବରୁ ଚେତାବନୀ ଦେଇଥିବାରୁ ପିଲାମାନେ ଆସି ନ ଥିବା ଜଣାପଡ଼ିଛି। ଫଳରେ ସ୍କୁଲ ଆସିଥିବା ଜଣେ ଶିକ୍ଷକ ବସି ବସି ଫେରିଯାଇଥିବା ଜଣାପଡ଼ିଛି।
ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ୩୦୨ ଜଣ ପିଲା ଏଠାରେ ପଢ଼ୁଛନ୍ତି। ମାତ୍ର ଏତେ ସଂଖ୍ୟକ ପିଲାଙ୍କ ପାଇଁ ୮ ଜଣ ଶିକ୍ଷକ ଥିବା ବେଳେ ୨ଜଣଙ୍କୁ ଅନ୍ୟତ୍ର ଡେପୁଟେଶନରେ ପଠାଯାଇଛି। ଏ ନେଇ ଗ୍ରାମବାସୀ ବାରମ୍ବାର ଦାବି କଲେ ମଧ୍ୟ କର୍ତ୍ତୃପକ୍ଷ କର୍ଣ୍ଣପାତ କରୁନାହାନ୍ତି। ଏଠାରେ ପ୍ରଥମ ଶ୍ରେଣରେ ୧୭ ପିଲା ପଢ଼ୁଥିବା ବେଳେ ଦ୍ୱିତୀୟ ଶ୍ରେଣୀରେ ୨୩, ତୃତୀୟରେ ୩୫, ଚତୁର୍ଥରେ ୧୮ ଜଣ, ପଞ୍ଚମରେ ୧୮, ଷଷ୍ଠରେ ୩୬, ସପ୍ତମରେ ୩୫, ଅଷ୍ଟମରେ ୪୭, ନବମରେ ୩୯ ଜଣ, ଦଶମ ଶ୍ରେଣୀରେ ୩୫ ଜଣ ପଢ଼ୁଛନ୍ତି। ଜୁନ ୨୮ ଠାରୁ ଜିଲାପାଳ, ବିଇଓ ଅଫିସ, ଡିଇଓ ଅଫିସ ଓ ବ୍ଲକକୁ ଶିକ୍ଷକ ନିଯୁକ୍ତି ପାଇଁ ଚିଠି ଦିଆଯାଇଥିଲେ ମଧ୍ୟ ୨୫ ଦିନ ଭିତରେ ଶିକ୍ଷା ବିଭାଗ କୌଣସି ପଦକ୍ଷେପ ନେଇପାରିଲା ନାହିଁ। ଫଳରେ ସୋମବାରଠାରୁ ସ୍କୁଲ ବନ୍ଦ ରହିଥିବା ଅଭିଭାବକମାନେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫିଲ୍ମ ଷ୍ଟାଇଲ୍‌ ଲୁଟ୍‌ ପରେ ପୋଲିସର ଏନ୍‌କାଉଣ୍ଟର, ୨ ସୁନା ଲୁଟେରା ଗୁରୁତର

ଅନୁଗୋଳ,୧୮।୬( ଜ୍ୟୋତି ରଞ୍ଜନ ସାହୁ ): ତାଳଚେରରେ ଏକ ସୁନା ରିଫାଇନେରୀ ଦୋକାନରେ ଫିଲ୍ମ ଷ୍ଟାଇଲରେ ଲୁଟ୍‌ ଘଟଣା ପରେ ଅନୁଗୋଳ ପୋଲିସ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ସୁବର୍ଣ୍ଣପୁର ପରେ ଏହି ଜିଲାରେ ସ୍କୁଲ ଛୁଟି, ୨୨ରେ ଖୋଲିବ ସ୍କୁଲ

ଭୁବନେଶ୍ୱର,୧୭।୬: ପ୍ରବଳ ଖରା ଏବଂ ଅସହ୍ୟ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଓଡ଼ିଶାର ଅନେକ ଜିଲାରେ ପାରଦ ୪୦ରୁ ୪୫ ଡିଗ୍ରୀ ଉପରେ ରହୁଥିବା ବେଳେ ଉଚ୍ଚ…

ଭିଜିଲାନ୍ସ ଜାଲରେ ମହିଳା ASI, ଲାଞ୍ଚ ନେଉଥିବା ବେଳେ ପଡ଼ିଲେ ଧରା

ଅନୁଗୋଳ, ୧୩।୬: ଅନୁଗୋଳ ଜିଲାର ଜରପଡ଼ା ଥାନାରେ କାର୍ଯ୍ୟରତ ମହିଳା ASI ସୀତା ନାୟକ ୮,୦୦୦ ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସୂଚନା…

ବ୍ରାହ୍ମଣୀରେ ଭାସିଗଲେ ୩ ସାଙ୍ଗ

ତାଳଚେର,୮।୬; ଅନୁଗୋଳ ଜିଲା ତାଳଚେର ବ୍ରାହ୍ମଣୀ ନଦୀରେ ସୋମବାର ଏକ ଅଘଟଣ ଘଟିଛି। ୩ଜଣ ସାଙ୍ଗ ଗାଧୋଇବା ବେଳେ ଭାସିଯାଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣଙ୍କୁ ମୃତ ଅବସ୍ଥାରେ…

ବିଲକୁ ଯାଇଥିଲେ ୨ ଭାଇ, ହଠାତ୍‌ ମାରିଲା ଘଡ଼ଘଡ଼ି: ଆଉ ତା’ପରେ…

ବଇଣ୍ଡା, ୨।୬(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା କିଶୋର ନଗର ବ୍ଲକ ହଣ୍ଡପା ଥାନା ପାପସରା ଗ୍ରାମର ଜଟିଆ ରୁଗୁଡ଼ି ନିକଟରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ…

ବିଳମ୍ବିତ ରାତିରେ ବାଇକ ସହ ଜିଅନ୍ତା ଜଳିଗଲେ ଯୁବକ, କାରଣ ଜାଣିଲେ….

ପାଲଲହଡ଼ା,୨୯।୫(ଦିବ୍ୟଜ୍ୟୋତି ଦାଶ): ସକାଳୁ ସକାଳୁ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି ।  ବାଇକ ଦୁର୍ଘଟଣାରେ ଚାଳକ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି । ସେହିପରି ଅନ୍ୟଜଣଙ୍କୁ ଗୁରୁତର ଅବସ୍ଥାରେ ଖମାର…

ନାତୁଣୀକୁ ବଞ୍ଚାଇବାକୁ ଯାଇ ଚାଲିଗଲା ଜେଜେଙ୍କ ଜୀବନ

ଅନୁଗୋଳ,୧୨।୫: ଅନୁଗୋଳ ଜିଲା ଆଠମଲ୍ଳିକ ବ୍ଲକ ପାଇକ ସାହିରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ନାତୁଣୀଙ୍କୁ ବଞ୍ଚାଇବାକୁ ଯାଇ ବିଦ୍ୟୁତ୍‌ ଆଘାତରେ ଜେଜେଙ୍କ ମୃତ୍ୟୁ ଘଟିଛି।…

ତାଳଚେର ଉପନଗରପାଳଙ୍କ ବିରୋଧରେ ଅନାସ୍ଥା

ତାଳଚେର,୮ା୫(ମନୋଜ ନନ୍ଦ): ତାଳଚେର ଉପନଗରପାଳ ଶୁଭଶ୍ରୀ ଶୁଭସ୍ମିତା ପ୍ରଧାନଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆସିଛି। ପୌରପାଳିକାର ୧୬ କାଉନସିଲର ତାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି। ଶୁକ୍ରବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri