ସ୍କୁଲ ଓ ଗଣଶିକ୍ଷା ବିଭାଗର ନୂଆ ନିଷ୍ପତ୍ତି: ଇଂରାଜୀ, ଗଣିତ, ବିଜ୍ଞାନକୁ ଗୁରୁତ୍ୱ; ୪୫ ମିନିଟ ପରିବର୍ତ୍ତେ ଏଣିକି ଦେଢ଼ ଘଣ୍ଟା ପଢ଼ାଯିବ

ଭୁବନେଶ୍ୱର, ୧୩।୮(ବ୍ୟୁରୋ): ଶିକ୍ଷାର ଉନ୍ନତି ପାଇଁ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ମଙ୍ଗଳବାର ଏକ ନୂଆ ନିଷ୍ପତ୍ତି ନିଆଯାଇଛି। ଏହି ନିଷ୍ପତ୍ତି ଅନୁଯାୟୀ, ସ୍କୁଲରେ ଇଂରାଜୀ, ଗଣିତ ଓ ବିଜ୍ଞାନ ବିଷୟକୁ ଅଧିକ ସମୟ ପଢ଼ାଯିବ। ପ୍ରତି ବିଷୟକୁ ୪୫ ମିନିଟ ପରିବର୍ତ୍ତେ ଏଣିକି ଦେଢ଼ ଘଣ୍ଟା ପଢ଼ାଯିବ। ସମ୍ପୃକ୍ତ ୩ଟି ବିଷୟରେ ପିଲା କମ୍‌ ନମ୍ବର ରଖୁଥିବାରୁ ଏହି ନିଷ୍ପତ୍ତି ନିଆଯାଇଛି। ପ୍ରାଥମିକ ସ୍ତରରେ ଇଂରାଜୀ ଶିକ୍ଷା ଉପରେ ଗୁରୁତ୍ୱ ଦିଆଯିବ। ପାଇଲଟ ବେସିସ୍‌ରେ ଜିଲାସ୍ତରରେ ଗୋଟିଏ ସ୍କୁଲକୁ ବଛାଯାଇ ଉକ୍ତ ସ୍କୁଲରେ ଇଂରାଜୀ ଶିକ୍ଷାକୁ ଅଧିକ ଗୁରୁତ୍ୱ ଦିଆଯିବ। ପରେ ଏହି ବ୍ୟବସ୍ଥାକୁ ବ୍ଲକସ୍ତରରେ ଲାଗୁ କରାଯିବ ବୋଲି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଓଡ଼ିଶାରେ ଏତିକି ଲୋକ ସଭା ଆସନ ଜିତିବ ଭାଜପା’

ଭୁବନେଶ୍ୱର,୧୯।୪: ବିଧାନସଭା ନିର୍ବାଚନ ପାଇଁ ଭାଜପା ଦ୍ୱିତୀୟ ପର୍ଯ୍ୟାୟ ସୁଦ୍ଧା ୧୩୧ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ତେବେ ଖୁବ୍‌ଶୀଘ୍ର ଭାଜପାର ଅବଶିଷ୍ଟ ବିଧାନସଭା ପ୍ରାର୍ଥୀ...

ବିଜେଡି ଛାଡ଼ି ପାରନ୍ତି ପୂର୍ବତନ ଏମପି ପ୍ରସନ୍ନ ପାଟ୍ଟଶାଣୀ!

ଭୁବନେଶ୍ୱର,୧୯।୪: ଓଡ଼ିଶା ରାଜନୀତିରେ ଏବେ କେବଳ ଦଳ ବଦଳ ଚାଲିଛି। ଦଳରେ ଅନେକ ଦିନରୁ ଥିବା ବରିଷ୍ଠ ନେତାମାନେ ମଧ୍ୟ ଟିକେଟ ନ ମିଳିବାରୁ ଓ...

ଚାଞ୍ଜଲ୍ୟକର ଖୁଲାସା କଲେ ଭାଜପା ପ୍ରଭାରୀ: ବିଜେଡି ଛାଡିବେ..

ଭୁବନେଶ୍ୱର,୧୯।୪: ଖୁବଶୀଘ୍ର ବିଜେଡି ଛାଡିବେ ଅନେକ ବଡ଼ ନେତା। ବିଜେଡି ଛାଡୁଥିବା ନେତାମାନେ ଭାଜପାରେ ଯୋଗ ଦେବେ। ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂ...

ବିଳମ୍ବିତ ରାତିରେ ଖବରଦାତାଙ୍କୁ ଆକ୍ରମଣ

ଭୁବନେଶ୍ୱର,୧୯।୪(ସତ୍ୟଜିତ ରାଉତ):ବିଳମ୍ବିତ ରାତିରେ ଅସୁରକ୍ଷିତ ହୋଇପଡ଼ିଛି ରାଜଧାନୀ। ଅସାମାଜିକ ଯୁବକମାନେ ପଥଚାରୀଙ୍କୁ ଆକ୍ରମଣ କରିବାକୁ ପଛାଉ ନାହାନ୍ତି। ଗୁରୁବାର ରାତି ପ୍ରାୟ ୧୨ଟା ୫୫ ବେଳେ...

‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’...

ନବୀନ ନିବାସରେ ବିଜେଡି ପ୍ରାର୍ଥୀଙ୍କ ଭିଡ଼

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ପଞ୍ଚମ ପର୍ଯ୍ୟାୟ ବିଧାନସଭା ଟିକେଟ ଘୋଷଣା ପରେ ଗୁରୁବାର ନବୀନ ନିବାସରେ ବିଜେଡି ଲୋକ ସଭା ଓ ବିଧାନସଭା ପ୍ରାର୍ଥୀଙ୍କ ଭିଡ଼ ଦେଖିବାକୁ ମିଳିଛି।...

ରାଜ୍ୟବାସୀଙ୍କ ମତାମତ ଲୋଡ଼ିଲେ ପାଣ୍ଡିଆନ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ବିଜେଡି ଇସ୍ତାହାର ପାଇଁ ରାଜ୍ୟବାସୀଙ୍କ ମତାମତ ଲୋଡ଼ିଛନ୍ତି। ଗୁରୁବାର ସାମାଜିକ ଗଣମାଧ୍ୟମ ଜରିଆରେ ସେ...

୪ ସଂସଦୀୟ କ୍ଷେତ୍ରରେ ମହିଳା ଭୋଟର ଅଧିକ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ଆସନ୍ତା ମେ’ ୧୩ ତାରିଖରେ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ। ଏହି ପର୍ଯ୍ୟାୟରେ କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଏବଂ ବ୍ରହ୍ମପୁର ସଂସଦୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri