Posted inଜାତୀୟ

ସ୍କୁଲ ନିର୍ମାଣ ପାଇଁ ୧୪ ବର୍ଷ ତଳେ ମଞ୍ଜୁର ହୋଇଥିଲା ୫ ଲକ୍ଷ: ୧୨ ଖମ୍ବ ପୋତି ଅନୁଦାନ ହଡ଼ପ ଅଭିଯୋଗ

ଭୋପାଳ,୨୧।୭: ସ୍କୁଲ ନିର୍ମାଣ ପାଇଁ ୧୪ ବର୍ଷ ତଳେ ସରକାରଙ୍କ ପକ୍ଷରୁ ୫ ଲକ୍ଷ ଟଙ୍କାର ଅନୁଦାନ ମଞ୍ଜୁର ହୋଇଥିଲା। ତେବେ ନିର୍ଦ୍ଧାରିତ ସ୍ଥାନରେ କେବଳ ୧୨ଟି କାଠ ଖମ୍ବ ପୋତି ସମସ୍ତ ଟଙ୍କାକୁ ହଡ଼ପ କରାଯାଇଥିବା ଅଭିଯୋଗ ହୋଇଛି। ମଧ୍ୟପ୍ରଦେଶ ଝାବୁଆ ଅନ୍ତର୍ଗତ ଅଲ୍ଲୀରାଜପୁର ଜିଲାରେ ଘଟିଛି ଏଭଳି ଅଭାବନୀୟ ଘଟଣା। ସ୍ଥାନୀୟ ସୋଣ୍ଡଓ୍ବା ତହସିଲ୍‌ର ଗୁଲବଟ ଗ୍ରାମ ପଞ୍ଚାୟତର ଚେ ପଟେଲ ଫଲିଆ ଖାମ୍ବାରେ ଶିକ୍ଷାବିଭାଗରେ ଏଭଳି ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ସରକରୀ ପ୍ରାଥମିକ ବିଦ୍ୟାଳୟ ନିର୍ମାଣ ପାଇଁ ୨୦୦୫-୬ରେ ଅନୁଦାନ ମଞ୍ଜୁର ହୋଇଥିଲା। ପାହାଡ଼ ଉପରେ ଥିବା ଏହି ସ୍କୁଲରେ ୨ ଛାତ୍ର ଏବଂ ଜଣେ ଶିକ୍ଷକ ଥିବା ସରକାରୀ କାଗଜପତ୍ରରେ ଦର୍ଶାଯାଇଛି। ନିକଟରେ ଶିକ୍ଷାବିଭାଗ ପକ୍ଷରୁ ନୋଡାଲ ଶିକ୍ଷକ ରକନସିଂ ଭୟଡିୟାଙ୍କୁ ଏଠାରେ ନିଯୁକ୍ତି କରାଯାଇଥିଲା। ରକନସିଂ ଏଠାକୁ ଆସି ଆସି ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ସ୍କୁଲ ବଦଳରେ ଏଠାରେ କେବଳ କାଠ ଖମ୍ବ ଥିଲା। ଏନେଇ ସେ ଶିକ୍ଷାବିଭାଗକୁ ଅବଗତ କରାଇଥିଲେ। ଏବେ ଏହି ଘଟଣାର ଖୋଳତାଡ଼ ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘କେଜ୍‌ରିଓ୍ବାଲଙ୍କୁ ଧୀର ମୃତ୍ୟୁ ଦିଆଯାଉଛି’

ନୂଆଦିଲ୍ଲୀ,୨୦।୪: ମଦ ଦୁର୍ନୀତି ମାମଲାରେ ତିହାର ଜେଲରେ ଥିବା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ଦେହରେ ମଧୁମେହ ସ୍ତର ବୃଦ୍ଧି ନେଇ ରାଜନୀତି ସରଗରମ ରହିଛି। ଗୋଟିଏ...

କଂଗ୍ରେସକୁ ବଡ଼ ଝଟ୍‌କା, ହାତ ଛାଡି ପଦ୍ମ ଧରିଲେ ପ୍ରିୟଙ୍କା ଗାନ୍ଧୀଙ୍କ ଘନିଷ୍ଠ

ନୂଆଦିଲ୍ଲୀ, ନିର୍ବାଚନ ପୂର୍ବରୁ କଂଗ୍ରେସକୁ ପୁଣି ଲାଗିଲା ବଡ ଝଟକା। ହାତ ଛାଡିଲେ ପ୍ରିୟଙ୍କା ଗାନ୍ଧୀଙ୍କ ଘନିଷ୍ଠ ସହଯୋଗୀ। ହାତ ଛାଡିଛନ୍ତି ହିମାଚଳ ପ୍ରଦେଶ କଂଗ୍ରେସ...

Featured Video Play Icon

ମାର୍କେଟକୁ ଆସିଲା ଏସି ହେଲମେଟ୍‌, ଦାମ୍‌ ମାତ୍ର ଏତିକି…

ନୂଆଦିଲ୍ଲୀ,୨୦।୪: କେବଳ ରାଜ୍ୟରେ ନୁହେଁ ସାରା ଦେଶରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଅସହ୍ୟ ତାତିକୁ ନିଆଁବର୍ଷା ଲୋକଙ୍କୁ ଅସ୍ତବ୍ୟସ୍ତ କରିଦେଉଛି। ବାହାରେ ହେଉ କି...

‘ଯେମିତି କଂଗ୍ରେସ ରାଜକୁମାର ଆମେଠି ଛାଡ଼ିଛନ୍ତି, ଓ୍ବାୟନାଡ ବି ଛାଡ଼ିବେ’

ନୂଆଦିଲ୍ଲୀ,୨୦।୪: ମହାରାଷ୍ଟ୍ରର ନନ୍ଦେଡ଼ରେ ନିର୍ବାଚନ ରାଲିକୁ ସମ୍ବୋଧିତ କରିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କରିଛନ୍ତି। କଂଗ୍ରେସର ରାଜକୁମାରଙ୍କୁ ଓ୍ବାୟନାଡ଼ରେ ବିପଦ...

କଂଗ୍ରେସକୁ ବଡ଼ ଝଟ୍‌କା: ଭାଜପାରେ ସାମିଲ ହେବେ ପ୍ରିୟଙ୍କା ଗାନ୍ଧୀଙ୍କ ପାଖଲୋକ କୁହାଯାଉଥିବା ନେତା ତାଜିନ୍ଦର ସିଂ

ସିମ୍‌ଲା,୨୦।୪: ହିମାଚଳ ପ୍ରଦେଶରେ କଂଗ୍ରେସକୁ ଲାଗିଛି ବଡ଼ ଝଟ୍‌କା। ରାଜ୍ୟ ପ୍ରଭାରୀ ସଚିବ ତଥା ପ୍ରିୟଙ୍କା ଗାନ୍ଧୀଙ୍କ ପାଖଲୋକ କୁହାଯାଉଥିବା ତାଜିନ୍ଦର ସିଂ ବିଟ୍ଟୁ ଦଳରୁ...

ମସ୍କଙ୍କ ଭାରତ ଗସ୍ତ ସ୍ଥଗିତ

ନୁୟର୍କ/ନୂଆଦିଲ୍ଲୀ,୨୦।୪: ଟେସଲା ସିଇଓ ଏଲନ ମସ୍କଙ୍କ ଭାରତ ଗସ୍ତକୁ ସ୍ଥଗିତ ରଖାଯାଇଛି। ୨୧-୨୨ ଏପ୍ରିଲରେ ଦୁଇ ଦିନ ପାଇଁ ମସ୍କ ଭାରତ ଗସ୍ତ କରିବାର କାର୍ଯ୍ୟକ୍ରମ...

ଅମିତ ଶାହାଙ୍କ ବଡ଼ ବୟାନ: ବିରୋଧୀଙ୍କୁ ବି ମିଳିଛି ଇଲେକ୍ଟୋରାଲ ବଣ୍ଡ…

ନୂଆଦିଲ୍ଲୀ,୨୦।୪: ଇଲେକ୍ଟୋରାଲ ବଣ୍ଡକୁ ନେଇ ଦେଶରେ ଉତ୍ତେଜନା ଦେଖାଦେଇଛି। ବିରୋଧୀ ଏହି ପ୍ରସଙ୍ଗରେ ସରକାରଙ୍କ ଉପରେ କ୍ରମାଗତ ପ୍ରଶ୍ନ ଉଠାଉଛନ୍ତି। ବର୍ତ୍ତମାନ ବିରୋଧୀଙ୍କ ଅଭିଯୋଗକୁ ବିରୋଧ...

‘୪୦୦ ପାର୍‌ ସଙ୍କଳ୍ପ ମୁସ୍କିଲ’, ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଭାଜପାର ବରିଷ୍ଠ ନେତା

ନୂଆଦିଲ୍ଲୀ,୨୦।୪: ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ଶେଷ ହୋଇଛି। ଚତୁର୍ଥ ପର୍ଯ୍ୟାୟରେ କାନପୁର ଲୋକ ସଭା ଆସନରେ ଭୋଟିଂ ଅନୁଷ୍ଠିତ ହେବ, କିନ୍ତୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri