ସ୍କୁଲ ପରିଚାଳନାରେ ବିଭ୍ରାଟ: ଶିକ୍ଷକ ବଦଳି ଦାବିରେ ଫାଟକରେ ତାଲା

କବିସୂର୍ଯ୍ୟନଗର,୨୨ା୯-କବିସୂର୍ଯ୍ୟନଗର ବ୍ଲକ ବୋଲସର ଗ୍ରାମ ରଘୁନାଥ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିଚାଳନାରେ ବିଭ୍ରାଟ ଅଭିଯୋଗ ହୋଇଛି। ଏଥିରେ ସୁଧାର ଲାଗି ୩ ଜଣ ଶିକ୍ଷକଙ୍କୁ ଅନ୍ୟତ୍ର ବଦଳି ପାଇଁ ଗ୍ରାମବାସୀ ଦାବି କରିଥିଲେ। କିନ୍ତୁ ଶିକ୍ଷା ବିଭାଗ ଦାବି ଗ୍ରହଣ ନ କରିବାରୁ ଶନିବାର ସକାଳେ ଗ୍ରାମବାସୀ ସ୍କୁଲରେ ତାଲା ପକାଇ ଆନ୍ଦୋଳନ କରିଥିଲେ। ବିଇଓ, ଏବିଇଓ ପହଞ୍ଚତ୍ ଗ୍ରାମବାସୀଙ୍କୁ ବୁଝାଶୁଝା କରିବା ପରେ ୨ ଘଣ୍ଟା ବିଳମ୍ବରେ ୧୦ମ ଶ୍ରେଣୀ ଛାତ୍ରୀଛାତ୍ର ପ୍ରିଟେଷ୍ଟ ପରୀକ୍ଷା ଦେଇଥିଲେ।
ପ୍ରକାଶ ଯେ, ୧୯୪୮ରେ ପ୍ରତିଷ୍ଠିତ ଉକ୍ତ ବିଦ୍ୟାଳୟରେ ୧ ରୁ ୧୦ମ ଶ୍ରେଣୀରେ ମୋଟ ୨୮୧ ଜଣ ଶିକ୍ଷାର୍ଥୀ ପାଠ ପଢ଼ନ୍ତି। ଶନିବାର ଦଶମ ଶ୍ରେଣୀର ପ୍ରି-ଟେଷ୍ଟ ପରୀକ୍ଷା ଥିଲା। କିନ୍ତୁ ସ୍କୁଲକୁ ବିଳମ୍ବରେ ଆସିବା, ଓବିସି ସାର୍ଟିଫିକେଟ ପାଇଁ ଅର୍ଥ ଆଦାୟ କରି ପିଲାଙ୍କୁ ସାର୍ଟିଫିକେଟ ନ ଦେବା, ଠିକ କାର୍ଯ୍ୟ ନିର୍ବାହ କରୁ ନ ଥିବା ପ୍ରଧାନ ଶିକ୍ଷକ ଓ ୨ ଜଣ ଶିକ୍ଷକଙ୍କୁ ବଦଳି ପାଇଁ ଗ୍ରାମବାସୀ ଓ ପରିଚାଳନା କମିଟି ଦାବି କରିଥିଲେ। ଏ ନେଇ ଆସିକା ବିଧାୟିକା ମଞ୍ଜୁଳା ସ୍ବାଇଁଙ୍କୁ ଅଭିଯୋଗ କରିଥିଲେ। ବିଧାୟିକା ନିଜ ପ୍ୟାଡରେ ପ୍ରଧାନ ଶିକ୍ଷୟିତ୍ରୀ ଅନ୍ନପୂର୍ଣ୍ଣା ପାତ୍ର, ବିଭୂତି ଭୂଷଣ ପାଣି ଓ ଗାୟତ୍ରୀ ବେହେରାଙ୍କୁ ଅନ୍ୟତ୍ର ବଦଳି ପାଇଁ ଗତ ଅଗଷ୍ଟ ୧୬ ତାରିଖରେ ଡିଇଓ ଏବଂ ବିଇଓଙ୍କ ନିକଟକୁ ଚିଠି ଲେଖିଥିଲେ। କିନ୍ତୁ ଏହା କାର୍ଯ୍ୟକାରୀ ନ ହେବାରୁ ସକାଳେ ସ୍କୁଲରେ ତାଲା ପକାଇ ଗ୍ରାମବାସୀ ଛାତ୍ରୀଛାତ୍ରଙ୍କ ସହ ଆନ୍ଦୋଳନ କରିଥିଲେ। ବିଇଓ ନିରଞ୍ଜନ ମିଶ୍ର ଓ ଏବିଇଓ କୈଳାସ ବେହେରା ପହଞ୍ଚତ୍ ଗ୍ରାମବାସୀ, ସଭାପତି ଲକ୍ଷ୍ମଣ ବେହେରାଙ୍କ ସହ ଆଲୋଚନା କରି ବଦଳି ପାଇଁ ପ୍ରତିଶ୍ରୁତି ଦେବା ପରେ ସ୍କୁଲ ଖୋଲିଥିଲା। ବିଇଓ ଆମ୍ବପୁଆ ଉନ୍ନିତ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଅନନ୍ତ ରାମ ଦଳାଇଙ୍କୁ ଏଠାରେ ଅବସ୍ଥାପିତ କରିବାକୁ ଗଞ୍ଜାମ ଜିଲା ଶିକ୍ଷାଧିକାରୀଙ୍କୁ ଚିଠି ଲେଖିଛନ୍ତି। ବଦଳି ପ୍ରକ୍ରିୟା ଶୀଘ୍ର କାର୍ଯ୍ୟକାରୀ ନ ହେଲେ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍କୁଲ ବନ୍ଦ କରାଯିବା ସହ ଆନ୍ଦୋଳନ ଜାରି ରହିବ ବୋଲି ସ୍କୁଲ ପରିଚାଳନା କମିଟି ସଭାପତିଙ୍କ ସହ ଗ୍ରାମବାସୀ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…

ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍‌ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

ଘୋଡ଼ାହାଡ଼ ନଦୀରେ ଗାଧୋଇବା ବେଳେ ବୃଦ୍ଧ ନିଖୋଜ: କୂଳରେ ପଡ଼ିଛି ଆଶାବାଡ଼ି, କୁମ୍ଭୀର ଭୟରେ…

ଦିଗପହଣ୍ଡି,୯|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ ନଦୀକୁ…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ

ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…

ଶିକ୍ଷାବିଭାଗର ବିକଳ ଚିତ୍ର; ଗୋଟିଏ ଶ୍ରେଣୀ ଗୃହରେ ଚାଲିଛି ୬କ୍ଲାସ, ଫାଟକରେ ତାଲା ପକାଇ ଖରାରେ ଆନ୍ଦୋଳନ…

ଦିଗପହଣ୍ଡି,୯।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତରେ ଶିକ୍ଷା ବିଭାଗର ବିକଳ ଚିତ୍ର ଦେଖିବାକୁ ମିଳିଛି । ପଞ୍ଚାୟତ ଅଧିନ ଶ୍ୟାମସୁନ୍ଦର ପଲ୍ଲୀ…

ଭାଣିଜୀଙ୍କୁ ମାରିଦେଲେ ମାଇଁ! ପାଇଖାନାରୁ ମିଳିଲା…

ଜଗନ୍ନାଥପ୍ରସାଦ,୯।୪(ବିଭୁପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଛାମୁଣ୍ଡା ଗ୍ରାମ ଲକ୍ଷ୍ମଣ ପଲ୍ଲୀ ଗ୍ରାମର ଗଣେଶ ମହାରଣାଙ୍କ ବାରିପଟେ ଥିବା ଅସ୍ଥାୟୀ ପାଇଖାନା ଭିତରୁ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri