ସ୍କୁଲ ପରିଦର୍ଶନ ବେଳେ ଡିଇଓ ଖପ୍ପା

ବନ୍ତଳା, ୧୫ା୯(ଡି.ଏନ.ଏ.) – ଅନୁଗୋଳ ଜିଲା ଶିକ୍ଷା ଅଧିକାରୀ (ଡିଇଓ) ସଚ୍ଚିଦାନନ୍ଦ ବେହେରା ଶନିବାର ବନ୍ତଳା ଅଞ୍ଚଳର ବିଭିନ୍ନ ସ୍କୁଲକୁ ଅଚାନକ ପରିଦର୍ଶନରେ ଆସିଥିଲେ। ବିଦ୍ୟାଳୟଗୁଡିକୁ ଯାଇ ଛାତ୍ରୀଛାତ୍ରଙ୍କୁ ପାଠ ପଚାରିବା ସହ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ବିଭିନ୍ନ ପ୍ରଶ୍ନ କରିଥିଲେ। ହେଲେ କେତେକ ପ୍ରଶ୍ନର ଉତ୍ତର ନ ପାଇ ଶିକ୍ଷା ଅଧିକାରୀ ଅସନ୍ତୋଷ ପ୍ରକାଶ କରିଥିଲେ।
ପ୍ରଥମେ ଡିଇଓ ନନ୍ଦପୁର ୟୁପି ସ୍କୁଲ, ପରେ କଳିଙ୍ଗ ହାଇସ୍କୁଲ, ନନ୍ଦପୁର ଓ କରତପଟା ପ୍ରାଥମିକ ବିଦ୍ୟାଳୟକୁ ଯାଇଥିଲେ। ସେଠାରେ ଛାତ୍ରୀଛାତ୍ରଙ୍କୁ ବିଭିନ୍ନ ପ୍ରଶ୍ନ କରିଥିଲେ। ହେଲେ ଅଧିକାଂଶ ପିଲା ଏବିସିଡି ମଧ୍ୟ କହି ପାରୁ ନ ଥିବା ସହ ଅନେକେ ବହି ପଢିପାରି ନ ଥିଲେ। ଶିକ୍ଷକ କଳାପଟାରେ ଲେଖୁଥିବା ପାଠ ଅନେକେ ବୁଝି ପାରୁ ନ ଥିବା ଡିଇଓ ଦେଖିବାକୁ ପାଇଥିଲେ। ଅନ୍ୟପକ୍ଷରେ ସ୍କୁଲରେ କେତେ ଛାତ୍ରୀଛାତ୍ର ଉପସ୍ଥିତ ରହୁଛନ୍ତି ସେ ବିଷୟରେ ଶିକ୍ଷୟିତ୍ରୀ ଶିକ୍ଷକମାନେ ନ କହିପାରିବାରୁ ଡିଇଓ ଖପ୍ପା ହୋଇଥିଲେ। ସେହିପରି ପାଇଖାନା, ନିଆଁ ଲିଭା ଯନ୍ତ୍ର, ଲେଶନ ପ୍ଲାନ, ଫ୍ୟାନ, ଲାଇଟ ଆଦି ବୁଲି ଦେଖିଥିଲେ। ପୋକତୁଙ୍ଗା ପ୍ରାଥମିକ ବିଦ୍ୟାଳୟରେ ମଧ୍ୟାହ୍ନଭୋଜନ ଖାଇ ଏହାର ମାନ ପରୀକ୍ଷା କରିଥିଲେ। ସେଠାରୁ ପୋକତୁଙ୍ଗା ସରକାରୀ ହାଇସ୍କୁଲ ଓ ପାଟଣାସାହି ପ୍ରାଥମିକ ବିଦ୍ୟାଳୟକୁ ଯାଇଥିଲେ। ଏଥିସହ ଶିକ୍ଷାଦାନର ମାନ ବଢାଇ ଠିକ୍‌ ଭାବେ ପାଠ ପଢାଇବାକୁ ଶିକ୍ଷା ଅଧିକାରୀ ବେହେରା ଶିକ୍ଷୟିତ୍ରୀ ଶିକ୍ଷକମାନଙ୍କୁ ତାଗିଦ୍‌ କରିଥିଲେ। ଜିଲା ବିଜ୍ଞାନ ପର୍ଯ୍ୟବେକ୍ଷକ କେଦାର ବେହେରା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ମହିଳା ASI, ଲାଞ୍ଚ ନେଉଥିବା ବେଳେ ପଡ଼ିଲେ ଧରା

ଅନୁଗୋଳ, ୧୩।୬: ଅନୁଗୋଳ ଜିଲାର ଜରପଡ଼ା ଥାନାରେ କାର୍ଯ୍ୟରତ ମହିଳା ASI ସୀତା ନାୟକ ୮,୦୦୦ ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସୂଚନା…

ବ୍ରାହ୍ମଣୀରେ ଭାସିଗଲେ ୩ ସାଙ୍ଗ

ତାଳଚେର,୮।୬; ଅନୁଗୋଳ ଜିଲା ତାଳଚେର ବ୍ରାହ୍ମଣୀ ନଦୀରେ ସୋମବାର ଏକ ଅଘଟଣ ଘଟିଛି। ୩ଜଣ ସାଙ୍ଗ ଗାଧୋଇବା ବେଳେ ଭାସିଯାଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣଙ୍କୁ ମୃତ ଅବସ୍ଥାରେ…

ବିଲକୁ ଯାଇଥିଲେ ୨ ଭାଇ, ହଠାତ୍‌ ମାରିଲା ଘଡ଼ଘଡ଼ି: ଆଉ ତା’ପରେ…

ବଇଣ୍ଡା, ୨।୬(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା କିଶୋର ନଗର ବ୍ଲକ ହଣ୍ଡପା ଥାନା ପାପସରା ଗ୍ରାମର ଜଟିଆ ରୁଗୁଡ଼ି ନିକଟରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ…

ବିଳମ୍ବିତ ରାତିରେ ବାଇକ ସହ ଜିଅନ୍ତା ଜଳିଗଲେ ଯୁବକ, କାରଣ ଜାଣିଲେ….

ପାଲଲହଡ଼ା,୨୯।୫(ଦିବ୍ୟଜ୍ୟୋତି ଦାଶ): ସକାଳୁ ସକାଳୁ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି ।  ବାଇକ ଦୁର୍ଘଟଣାରେ ଚାଳକ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି । ସେହିପରି ଅନ୍ୟଜଣଙ୍କୁ ଗୁରୁତର ଅବସ୍ଥାରେ ଖମାର…

ନାତୁଣୀକୁ ବଞ୍ଚାଇବାକୁ ଯାଇ ଚାଲିଗଲା ଜେଜେଙ୍କ ଜୀବନ

ଅନୁଗୋଳ,୧୨।୫: ଅନୁଗୋଳ ଜିଲା ଆଠମଲ୍ଳିକ ବ୍ଲକ ପାଇକ ସାହିରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ନାତୁଣୀଙ୍କୁ ବଞ୍ଚାଇବାକୁ ଯାଇ ବିଦ୍ୟୁତ୍‌ ଆଘାତରେ ଜେଜେଙ୍କ ମୃତ୍ୟୁ ଘଟିଛି।…

ତାଳଚେର ଉପନଗରପାଳଙ୍କ ବିରୋଧରେ ଅନାସ୍ଥା

ତାଳଚେର,୮ା୫(ମନୋଜ ନନ୍ଦ): ତାଳଚେର ଉପନଗରପାଳ ଶୁଭଶ୍ରୀ ଶୁଭସ୍ମିତା ପ୍ରଧାନଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆସିଛି। ପୌରପାଳିକାର ୧୬ କାଉନସିଲର ତାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି। ଶୁକ୍ରବାର…

ରୋଗୀସେବା ଦାବି, ୧୨ ଘଣ୍ଟିଆ ତାଳଚେର ବନ୍ଦ

ତଳଚେର,୮।୫(ମନୋଜ ନନ୍ଦ): ଅନୁଗୋଳ ଜିଲା ତଳଚେର ପବିତ୍ର ମୋହନ ମେଡିକାଲ କଲେଜରେ ରୋଗୀ ସେବା ଦାବିରେ ୧୨ ଘଣ୍ଟିଆ ବନ୍ଦ ପାଳିତ ହୋଇଛି । ଆଗରୁ କ୍ରିୟାନୁଷ୍ଠାନ…

ସ୍ପଞ୍ଜ ଆଇରନ କାରଖାନାରେ ବଡ଼ ଅଘଟଣ, ଚାଲିଗଲା ୩ ଶ୍ରମିକଙ୍କ ଜୀବନ

ଅନୁଗୋଳ,୫।୫(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ଜିଲା ନିଶା ଥାନା ଅଞ୍ଚଳରେ ଥିବା ମେଟାଲିକ ସ୍ପଞ୍ଜ ଆଇରନ ପ୍ଲାଣ୍ଟରେ ବଡ଼ ଧରଣର ଦୁର୍ଘଟଣା ହୋଇଛି । ୩ ଜଣ ଶ୍ରମିକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri