ସ୍କୁଲ ପିଲାଙ୍କୁ କରୋନା ସତର୍କତା: ଚିଠି ଲେଖିଲେ ଓଏସ୍‌ଇପିଏ

ଭୁବନେଶ୍ୱର, ୫।୩(ବ୍ୟୁରୋ): ସାରା ବିଶ୍ୱରେ କରୋନା ଭୂତାଣୁ ନିଜର କାୟା ବିସ୍ତାର କରିବାରେ ଲାଗିଛି। ଭାରତରେ ମୋଟ ୨୯ଜଣ କରୋନା ରୋଗୀ ଚିହ୍ନଟ ହୋଇଥିବା ବେଳେ ଏଯାବତ୍‌ ଓଡ଼ିଶାରେ କେହି ଏଥିରେ ଆକ୍ରାନ୍ତ ହୋଇ ନାହାନ୍ତି। ବୁଧବାର ଏହାକୁ ନେଇ ରାଜ୍ୟ ସରକାର ସତର୍କ ସୂଚନା ଜାରି କରିଥିବା ବେଳେ ଗୁରୁବାର ସ୍କୁଲ ପିଲାଙ୍କ ଭିତରେ ସଚେତନତା ସୃଷ୍ଟି କରିବା ପାଇଁ ଓଡ଼ିଶା ସ୍କୁଲ ଏଜୁକେଶନ ପ୍ରୋଗ୍ରାମ ଅଥରିଟି(ଓଏସ୍‌ଇପିଏ) ଡିଇଓ, ଡିପିଓ ଓ ବିଇଓଙ୍କୁ ଚିଠି ଲେଖିଛି।
ଚିଠିରେ ଉଲ୍ଲେଖ ରହିଛି, ସ୍ବଚ୍ଛତାକୁ ଗୁରୁତ୍ୱ ଦେଇ ହ୍ୟାଣ୍ଡ ଓ୍ବାସ୍‌ରେ ହାତ ସଫା କରିବାକୁ ପରାମର୍ଶ ଦିଆଯାଇଛି। ଛାତ୍ରୀଛାତ୍ରମାନେ ହଠାତ୍‌ କାଶିଲେ ବା ଝିଙ୍କିଲେ ମୁହଁରେ ରୁମାଲ ଲଗାଇବେ। ଆବଶ୍ୟକ ସ୍ଥଳେ ଟିସୁ ପେପର ବ୍ୟବହାର କରିବା ସହ ସାଧାରଣଲୋକଙ୍କ ଗହଳି ସ୍ଥାନରୁ ଦୂରେଇ ରହିବାକୁ ପରାମର୍ଶ ଦିଆଯାଇଛି। ସେହିପରି ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲରେ ସଚେତନତା ସୃଷ୍ଟି ପାଇଁ ଓଏସ୍‌ଇପିଏ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

CBSE Copy Scanning Fees: ଆକାଉଣ୍ଟରୁ ଦୁଇଥର କଟିଛି କି ଟଙ୍କା? ଫେରସ୍ତ ନେଇ ବଡ଼ ଘୋଷଣା କଲା ବୋର୍ଡ

ନୂଆଦିଲ୍ଲୀ,୨୪।୫: ସିବିଏସ୍‌ଇ (CBSE) ଦ୍ୱାଦଶ ଶ୍ରେଣୀ ଖାତା ପୁନଃମୂଲ୍ୟାୟନ (Re-evaluation) ପ୍ରକ୍ରିୟାକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଆବେଦନ ସମୟରେ ବାରମ୍ବାର ଦେଖାଦେଉଥିବା ବୈଷୟିକ…

ଆଉ ୫ ଦିନ ଜଳାଇବ,ଏଲ୍‌ ନିନୋକୁ ନେଇ IMD ଡିଜି ଦେଲେ ବଡ଼ ସୂଚନା, କହିଲେ ଏଥର…

ଭୁବନେଶ୍ୱର,୨୪ା୫: ରାଜ୍ୟରେ ପ୍ରବଳ ତାତି ଓ ଗୁଳୁଗୁଳିକୁ ନେଇ IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ରାଜ୍ୟରେ ଆଉ ୫…

ଦୂର ହେଲା ଏଲପିଜ-ତୈଳ ସଙ୍କଟ! କିଛି ଘଣ୍ଟା ମଧ୍ୟରେ ହର୍ମୁଜରୁ ଆସିବ ଖୁସି ଖବର…

ନୂଆଦିଲ୍ଲୀ,୨୪।୫: ଆମେରିକାର ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ନୂଆଦିଲ୍ଲୀରୁ ଭାଷଣ ଦେଇ ସେ ଘୋଷଣା କରିଛନ୍ତି ଯେ…

ମୃତ୍ୟୁକୁ ବିତିଲାଣି ୧୩ ଦିନ, ଆଜି ଭଦଭଦା ଘାଟରେ ହେବ ଟ୍ବିଶାଙ୍କ ଅନ୍ତିମ ସଂସ୍କାର

ଭୋପାଳ,୨୪।୫: ବିବାହର ମାତ୍ର ୫ ମାସ ପରେ ହୋଇଥିବା ଟ୍ବିଶା ଶର୍ମାଙ୍କ ସନ୍ଦେହଜନକ ମୃତ୍ୟୁ ମାମଲା ଏବେ ସାରା ଦେଶରେ ଚର୍ଚ୍ଚାର ବିଷୟ ପାଲଟିଛି। ମୃତ୍ୟୁର ୧୩…

ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ଲୋକଙ୍କୁ ନୂଆ ଆଇନ ବିଷୟରେ ସଚେତନ

ଭଞ୍ଜନଗର,୨୪ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ତାଲୁକ ଆଇନ ସେବା କମିଟି ପକ୍ଷରୁ ରବିବାର ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ଦଦରାଲୁଣ୍ଡାରେ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ନୂଆଡିହି ଗ୍ରାମରେ ଝାଡ଼ାବାନ୍ତି: ୨ ମୃତ, ୩୦ ରୁ ଅଧିକ ଅସୁସ୍ଥ

ହେମଗିର, ୨୪।୫ (ଚୈତନ୍ୟ ପଟେଲ): ସୁନ୍ଦରଗଡ଼ ଜିଲାର ହେମଗିର ବ୍ଲକ ଅନ୍ତର୍ଗତ ନୂଆଡିହି ଗ୍ରାମରେ ଝାଡ଼ାବାନ୍ତି ପ୍ରକୋପ ଦେଖାଦେଇଛି। ଗାଁର ୩୦ରୁ ଅଧିକ ଲୋକ ଏଥିରେ ଆକ୍ରାନ୍ତ…

ହିଟ୍‌ ଆଣ୍ଡ ରନ୍‌: ଅଟୋକୁ ଘୋଡ଼ାଡ଼ି ନେଲା ଟ୍ରକ୍‌, ଡ୍ରାଇଭରଙ୍କୁ ଧରି ନିର୍ଧୂମ ଛେଚିଲେ ଲୋକେ

ଭୁବନେଶ୍ୱର,୨୪ା୫: ରାଜଧାନୀରେ ପୁଣି ହିଟ୍‌ ଆଣ୍ଡ୍‌ ରନ୍‌। ଅଟୋକୁ ଘୋଷାଡ଼ି ନେଲା ଟ୍ରକ୍‌। କଟକ-ପୁରୀ ବାଇପାସ୍‌ ରୋଡ୍‌ ପାଣ୍ଡରା ଛକରେ ଏଡଇ ଦୁର୍ଘଟଣା ଘଟିଛି। ଏନଏଚ୍‌ରେ ୫୦ରୁ…

କାଲିଠାରୁ ୯ଦିନ ପ୍ରଚଣ୍ଡ ଖରା; ହେଲେ ୪ ରାଶିଙ୍କ ଉପରେ ହେବ ଧନର ବର୍ଷା…!

ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ ଗ୍ରହମାନଙ୍କ ରାଜା ସୂର୍ଯ୍ୟଦେବଙ୍କ ନକ୍ଷତ୍ର ପରିବର୍ତ୍ତନ ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଘଟଣା। ସୂର୍ଯ୍ୟଦେବ ପ୍ରତିମାସରେ ନିଜର ରାଶି ପରିବର୍ତ୍ତନ କରନ୍ତି, ମାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri