ସ୍କୁଲ ମିଶ୍ରଣକୁ ଗାଁ ଲୋକଙ୍କ ବିରୋଧ

ଡୁବୁରୀ,୧୯।୩(ଡିଏନଏ): ସିଆରିଆ ସରକାରୀ ପ୍ରାଥମିକ ବିଦ୍ୟାଳୟକୁ ନିକଟସ୍ଥ ଡୁବୁରୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମିଶ୍ରଣ ପାଇଁ ନିଷ୍ପତ୍ତି ହୋଇଛି। ତେବେ ଏହି ମିଶ୍ରଣ ପ୍ରକ୍ରିୟାକୁ ତୀବ୍ର ବିରୋଧ କରିଛନ୍ତି ସିଆରିଆ ଗାଁଲୋକେ। ଏ ନେଇ ବୁଧବାର ଏକ ବଡ଼ ଧରଣର ପ୍ରତିବାଦ କରି ନିଷ୍ପତ୍ତି ପ୍ରତ୍ୟାହାର କରିବାକୁ ଗାଁ ଲୋକେ ଦାବି କରିଛନ୍ତି। ସରକାରୀ ନିୟମ ଅନୁଯାୟୀ, ଯେଉଁ ପ୍ରାଥମିକ ବିଦ୍ୟାଳୟରେ ୪୦ରୁ କମ୍‌ ପିଲାଙ୍କ ଉପସ୍ଥାନ ରହିଛି, ସେହି ସବୁ ସ୍କୁଲକୁ ସ୍ଥାନାନ୍ତର କରାଯାଇ ନିକଟସ୍ଥ ସ୍କୁଲରେ ମିଶାଯିବାକୁ ସରକାରୀ ନିଷ୍ପତ୍ତି ହୋଇଥିଲେ ମଧ୍ୟ ନଦୀ, ପାହାଡ ଓ ରାଜପଥ କଡ଼ରେ ଥିବା ସ୍କୁଲ କ୍ଷେତ୍ରରେ ଏହି ନିୟମ ଲାଗୁହେବ ନାହିଁ ବୋଲି ସରକାରୀ ନିର୍ଦ୍ଦେଶନାମା ରହିଛି। ୧୯୮୬ ମସିହାରୁ ସ୍ଥାପିତ ଏହି ଶିକ୍ଷାନୁଷ୍ଠାନରେ ୩୪ ଜଣ ପିଲା ପାଠ ପଢୁଛନ୍ତି। ଏହି ସଂଖ୍ୟା ୪୦ରୁ କମ୍‌ ହୋଇଥିବାରୁ ସ୍ଥାନାନ୍ତର ପାଇଁ ସରକାର ନିର୍ଦ୍ଦେଶ ଦେଇଛନ୍ତି। କିନ୍ତୁ ଏହି ସ୍କୁଲଟି ଡୁବୁରୀ-ସୁକିନ୍ଦା ୫୩ ନମ୍ବର ଜାତୀୟ ରାଜପଥ କଡରେ ଥିବାରୁ ସ୍କୁଲଟିକୁ ଅନ୍ୟତ୍ର ଉଠାଇ ଦେବା ନିଷ୍ପତ୍ତି ତ୍ରୁଟିପୂର୍ଣ୍ଣ ବୋଲି ଗାଁ ଲୋକେ ଓ ଡୁବୁରୀ ସରପଞ୍ଚ କହିଛନ୍ତି। ଏନେଇ ସୁକିନ୍ଦା ବ୍ଲକ ସିଆରସି ସୁରେଶ ବେହେରାଙ୍କୁ ପଚାରିବାରେ, ଯେହେତୁ ସ୍କୁଲଟି ରାଜପଥ କଡ଼ରେ ରହିଛି ଓ ଅନ୍ୟ ସ୍କୁଲକୁ ଯିବା ପାଇଁ ରାଜପଥ ଅତିକ୍ରମ କରିବାକୁ ପଡିବ, ସେ କ୍ଷେତ୍ରରେ ସ୍କୁଲ ଉଠିବା ଉଚିତ ନୁହଁ ବୋଲି ସରକାରଙ୍କୁ ଜଣାଯିବ। ଏହାପରେ ନିଷ୍ପତ୍ତି ନିଆଯିବ ବୋଲି ବେହେରା ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?