Posted inଖେଳ

ସ୍କୋପମ୍ୟାନ ଭାରତ ମହିଳା ହକି ଦଳର ଆନାଲିଟିକାଲ କୋଚ୍‌

ନୂଆଦିଲ୍ଲୀ,୧୮।୧(ପି.ଟି.)- ଅଲିମ୍ପିକ୍‌ ସ୍ବର୍ଣ୍ଣ ପଦକ ବିଜୟିନୀ ତଥା ପୂର୍ବତନ ଡଚ୍‌ ମହିଳା ହକି ତାରକା ଜାନେକ୍‌ ସ୍କୋପ୍‌ମ୍ୟାନ ଭାରତୀୟ ମହିଳା ହକି ଦଳର ଆନାଲିଟିକାଲ କୋଚ୍‌ ନିଯୁକ୍ତ ହୋଇଛନ୍ତି। ଶୁକ୍ରବାର ହକି ଇଣ୍ଡିଆ ଏ ନେଇ ଘୋଷଣା କରିଛି। ଚଳିତ ବର୍ଷ ଆୟୋଜନ ହେବାକୁ ଥିବା ଟୋକିଓ ଅଲିମ୍ପିକ୍ସର ପ୍ରସ୍ତୁତି ପାଇଁ ତାଙ୍କ ନିଯୁକ୍ତ କରାଯାଇଛି। ଏହା ଦ୍ୱାରା ଭାରତୀୟ ଦଳର ସପୋର୍ଟ ଷ୍ଟାଫ୍‌ ୟୁନିଟ୍‌ ଆହୁରି ଦୃଢ଼ ହେବ। ଅଲିମ୍ପିକ୍ସ ପର୍ଯ୍ୟନ୍ତ ସେ ଦାୟିତ୍ୱରେ ରହିବେ।
୨୦୦୮ ବେଜିଂ ଅଲିମ୍ପିକ୍ସରେ ସ୍କୋପମ୍ୟାନ ନେଦରଲାଣ୍ଡ୍ସ ମହିଳା ଦଳ ତରଫରୁ ପ୍ରତିନିଧିତ୍ୱ କରି ସ୍ବର୍ଣ୍ଣ ପଦକ ହାସଲ କରିଥିଲେ। ଏହାପୂର୍ବରୁ ସେ ୨୦୦୪ ଏଥେନ୍ସ ଅଲିମ୍ପିକ୍ସରେ ମଧ୍ୟ ରୌପ୍ୟ ପଦକ ଜିତିଥିଲେ। ନିଜ ସମୟରେ ସେ ଜଣେ ଉଚ୍ଚକୋଟୀର ହକି ଖେଳାଳି ଥିଲେ। ଶନିବାର ସେ ବେଙ୍ଗାଲୁରୁସ୍ଥିତି ସାଇ ସେଣ୍ଟରରେ ଚାଲିଥିବା ଜାତୀୟ ହକି କ୍ୟାମ୍ପ ଅବସରରେ ଦଳରେ ଯୋଗଦେବେ। ଭାରତ ସିଜିନ ଆରମ୍ଭରେ ନ୍ୟୁଜିଲାଣ୍ଡକୁ ଭେଟିବ। ଆୟୋଜକ ଗ୍ରେଟ ବ୍ରିଟେନ ସହିତ ମଧ୍ୟ ଭାରତ ମ୍ୟାଚ୍‌ରେ ଅବତୀର୍ଣ୍ଣ ହେବ। ସ୍କୋପ୍‌ମ୍ୟାନ ଭାରତୀୟ ଦଳ ସହ ଯାତ୍ରା କରିବେ। ଭାରତୀୟ ମହିଳ ଦଳ ସହ କାର୍ଯ୍ୟକରିବାକୁ ବେଶ୍‌ ଆଗ୍ରହୀ ବୋଲି ସ୍କୋପମ୍ୟାନ କହିଛନ୍ତି। ଭାରତୀୟ ଦଳରେ ପ୍ରତିଭାସମ୍ପନ୍ନ ଖେଳାଳି ରହିଛନ୍ତି। ସଫଳତା ପାଇଁ ଖେଳାଳିମାନେ ବେଶ୍‌ ବ୍ୟଗ୍ର ଅଛନ୍ତି। ଦଳ ସହିତ କାର୍ଯ୍ୟ କରି ଭାରତକୁ ସଫଳ କରାଇବା ଲକ୍ଷ୍ୟରେ ରହିଛି ବୋଲି ସେ କହିଛନ୍ତି।
ଦୁଇବର୍ଷ ସଫଳତାର ସହ ନେଦରଲାଣ୍ଡ୍ସର ନେତୃତ୍ୱ ନେବା ପରେ ସେ ଅବସର ଗ୍ରହଣ କରିଥିଲେ। ୨୦୦୬ରେ ନେଦରଲାଣ୍ଡ୍ସ ବିଶ୍ୱକପ୍‌ ଜିତିଥିଲା ଓ ସେ ଦଳ ତରଫରୁ ପ୍ରତିନିଧିତ୍ୱ କରିଥିଲେ। ସେହିପରି ୨୦୦୨ ଓ ୨୦୧୦ ବିଶ୍ୱକପ୍‌ରେ ମଧ୍ୟ ସେ ରୌପ୍ୟ ପଦକ ହାସଲ କରିଥିଲେ। ୪୨ ବର୍ଷୀୟା ସ୍କୋପମ୍ୟାନ ୨୦୧୬ରୁ ୨୦୧୯ ପର୍ଯ୍ୟନ୍ତ ଆମେରିକା ମହିଳା ହକି ଦଳର କୋଚ୍‌ ରହିଥିଲେ। ଏହା ବ୍ୟତୀତ ସେ ଆମେରିକା ୨୧ ବର୍ଷରୁ କମ୍‌ ମହିଳା ଦଳ ସହିତ ଜଡିତ ରହିଆସିଥିଲେ। ୨୦୧୪ରୁ ୨୦୧୬ ପର୍ଯ୍ୟନ୍ତ ସେ ଆମେରିକା ମହିଳା ଦଳର ଆସିଷ୍ଟାଣ୍ଟ କୋଚ୍‌ ଭାବେ ସଫଳତାର ସହ ଦାୟିତ୍ୱ ନିର୍ବାହ କରିଥିଲେ। ଫଳରେ ଏହାପରେ ତାଙ୍କୁ ହେଡ୍‌ କୋଚ୍‌ ଦାୟିତ୍ୱ ଦିଆଯାଇଥିଲା।
ଭାରତୀୟ ହେଡ୍‌ କୋଚ୍‌ ଜୋଏର୍ଡ ମାରିଜନେ ସ୍କୋପମ୍ୟାନଙ୍କ ନିଯୁକ୍ତିକୁ ସ୍ବାଗତ କରିଛନ୍ତି। ତାଙ୍କୁ ପୂର୍ବରୁ ଜାଣିଛି। ଭାରତୀୟ ଦଳର ପ୍ରଦର୍ଶନରେ ଉନ୍ନତି ଆଣିବାରେ ସେ ସହାୟ ହେବେ ବୋଲି ମାରିଜନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟି-୨୦ ବିଶ୍ୱକପ ମ୍ୟାଚରେ ଭାରତ-ପାକିସ୍ତାନ ମ୍ୟାଚକୁ ନେଇ ସ୍ଥାପନ ହେଲା ନୂଆ ‘ବିଶ୍ୱ ରେକର୍ଡ’, ଜାଣିଲେ ଆଶ୍ଚର୍ଯ୍ୟ ହୋଇଯିବେ

ନୂଆଦିଲ୍ଲୀ,୨୦।୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚ ୧୫ ଫେବୃଆରୀରେ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏହି ମ୍ୟାଚକୁ ୬୧ ରନରେ ଏକ ବଡ଼…

ସୁପର ୮ରେ ଟିମ ଇଣ୍ଡିଆର ପ୍ଲେଇଂ ଇଲେଭେନରୁ ବାଦ ପଡିପାରନ୍ତି ଅଭିଷେକ ଶର୍ମାଙ୍କ ସମେତ ଏହି ୩ ଖେଳାଳି, ନାମ ଜାଣିଲେ ବିଶ୍ୱାସ ହେବନି

ନୂଆଦିଲ୍ଲୀ,୨୦।୨: ୨୦୨୬ ଟି୨୦ ବିଶ୍ୱକପର ସୁପର ୮ ପର୍ଯ୍ୟାୟ ଫେବୃଆରୀ ୨୧ରେ ଆରମ୍ଭ ହେଉଛି। ପରବର୍ତ୍ତୀ ପର୍ଯ୍ୟାୟକୁ ଯାଉଥିବା ସମସ୍ତ ଆଠଟି ଦଳକୁ ଚାରିଟି ଦଳରେ ବିଭକ୍ତ…

ଟି-୨୦ ବିଶ୍ୱକପ୍‌ରେ ପୁଣି ହେବ କି ଭାରତ-ପାକିସ୍ତାନ ମ୍ୟାଚ୍‌: ଜାଣନ୍ତୁ କ’ଣ ରହିଛି ସମୀକରଣ

ନୂଆଦିଲ୍ଲୀ,୨୦।୨: ଟି୨୦ ବିଶ୍ୱକପର ୨୭ତମ ଲିଗ ମ୍ୟାଚ ଭାରତ ଏବଂ ପାକିସ୍ତାନ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏହି ମ୍ୟାଚକୁ ୬୧…

ନିଜ ନିଜ ଭିତରେ ଲଢିଲେଣି ପାକିସ୍ତାନ ଖେଳାଳି, ଏବେ ଶାହିଦ ଆଫ୍ରିଦି ଶାଦାବଙ୍କୁ ଗାଳି ଦେଇ କହିଲେ, ‘ପୁଅ, ତୁମେ…’

ନୂଆଦିଲ୍ଲୀ,୨୦।୨: ୨୦୨୬ ଟି୨୦ ବିଶ୍ୱକପର ସୁପର ୮ ପାଇଁ ଯୋଗ୍ୟତା ଅର୍ଜନ କରିବା ପରେ, ପାକିସ୍ତାନୀ କ୍ରିକେଟର ଶାଦାବ ଖାନ ବ୍ୟଙ୍ଗାତ୍ମକ ମନ୍ତବ୍ୟ ଦେଇଥିଲେ ଏବଂ ନିଜ…

୩ ଥର ଶୂନ୍ୟରେ ଆଉଟ ହେବାରୁ ଅଭିଷେକଙ୍କୁ ଏମିତି କହିଲେ ପାକିସ୍ତାନର ପୂର୍ବତନ କ୍ରିକେଟର

ନୂଆଦିଲ୍ଲୀ,୨୦।୨: ପୂର୍ବତନ ପାକିସ୍ତାନ ଖେଳାଳି ମହମ୍ମଦ ଆମିର ଅଭିଷେକ ଶର୍ମାଙ୍କ ବିଷୟରେ କହିଥିଲେ ଯେ ସେ କେବଳ ଜଣେ ଚଳ ଚଞ୍ଚଳ ଖେଳାଳି। ଏହି ବକ୍ତବ୍ୟକୁ ବହୁଳ…

ସେମିଫାଇନାଲରୁ ବାଦ୍‌ ପଡ଼ିବ ଟିମ୍‌ ଇଣ୍ଡିଆ: ଏହି କ୍ରିକେଟର୍‌ କଲେ ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୨୦।୨: ICC ଟି୨୦ ବିଶ୍ୱକପ ୨୦୨୬ର ସୁପର ୮ ରାଉଣ୍ଡ ଫେବୃଆରୀ ୨୧ରେ ଆରମ୍ଭ ହେବାକୁ ଯାଉଛି। ଏଥିରେ ୮ଟି ଦଳ ସେମିଫାଇନାଲରେ ସ୍ଥାନ ପାଇବା ପାଇଁ…

୩୯ ବର୍ଷୀୟ କ୍ରିକେଟର୍‌ କଲେ ବଡ଼ କାରନାମା: ଭାଙ୍ଗିଲା ରୋହିତ ଶର୍ମାଙ୍କ ରେକର୍ଡ

ନୂଆଦିଲ୍ଲୀ,୨୦।୨: ଜିମ୍ବାୱେ ୨୦୨୬ ଟି୨୦ ବିଶ୍ୱକପରେ ଆଉ ଏକ ବଡ଼ ବିପର୍ଯ୍ୟୟ ଘଟାଇବାରେ ସଫଳ ହୋଇଛି। ଜିମ୍ବାୱେ ତା’ର ଶେଷ ଗ୍ରୁପ ପର୍ଯ୍ୟାୟ ମ୍ୟାଚ୍‌ରେ ଶ୍ରୀଲଙ୍କାକୁ ୬…

ମଟନ-ଚିକେନ ଖାଇବା ଛାଡ଼ିଦେଲେ ବୈଭବ ସୂର୍ଯ୍ୟବଂଶୀ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୦।୨: ଆଇସିସି ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆକୁ ଟାଇଟଲ ଦେବା ପରେ ଜିମ୍ବାୱେ ଏବଂ ନାମ୍ବିଆରୁ ଫେରିଥିବା ବୈଭବ ସୂର୍ଯ୍ୟବଂଶୀ ବର୍ତ୍ତମାନ ରାଜସ୍ଥାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri