ସ୍କ୍ରିନିଂ ପରେ ୧୫ ସୁରଟ ଫେରନ୍ତାଙ୍କୁ ପଠାଗଲା ଏମ୍‌କେସିଜି: ଧରାକୋଟ କ୍ୱାରାଣ୍ଟାଇନ ସେଣ୍ଟରରେ ୧୧୪ ପ୍ରବାସୀ ଓଡ଼ିଆ

ଧରାକୋଟ,୩୦ା୪(ଡି.ଏନ.ଏ.)- ସୁରଟରୁ ପ୍ରବାସୀ ଓଡ଼ିଆଙ୍କୁ ନେଇ ଆସିଥିବା ୪ ବସ୍‌ କଡା ସୁରକ୍ଷା ମଧ୍ୟରେ ବୁଧବାର ମଧ୍ୟରାତ୍ରରେ ଆସିକାରେ ପହଞ୍ଚତ୍ଥିଲା। ସେଥିରୁ ୨ଟି ବସ୍‌କୁ ଧରାକୋଟ ଆଦର୍ଶ ବିଦ୍ୟାଳୟସ୍ଥିତ କ୍ୱାରାଣ୍ଟାଇନ ସେଣ୍ଟରକୁ ଅଣାଯାଇଥିଲା। ଆସିକା ଏସ୍‌ଡିପିଓ ସୂର୍ଯ୍ୟମଣି ପ୍ରଧାନ, ତହସିଲଦାର ସଦାନନ୍ଦ ସେଠୀ, ଆସିକା ଥାନାଧିକାରୀ ପ୍ରଶାନ୍ତ କୁମାର ସାହୁ ପୋଲିସ ଫୋର୍ସ ସହ ସୁରକ୍ଷା ବଳୟରେ ଗାଡ଼ିକୁ କ୍ୱାରାଣ୍ଟାଇନ୍‌କୁ ସେଣ୍ଟରକୁ ଆଣିଥିଲେ। ସେଠାରେ ସମସ୍ତ ୧୧୪ ଯାତ୍ରୀଙ୍କ ସ୍କ୍ରିନିଂ କରାଯାଇଥିଲା। ଏହାପରେ ୧୫ଜଣଙ୍କୁ ଅଧିକ ପରୀକ୍ଷା ନିରୀକ୍ଷା ପାଇଁ ୪ ଆମ୍ବୁଲାନ୍ସରେ ବ୍ରହ୍ମପୁର ପଠାଯାଇଛି। ଜଣେ ମହିଳାଙ୍କ ସମେତ ଅନ୍ୟ ୯୯ ଜଣଙ୍କୁ ସରକାରୀ ଗାଇଡ୍‌ଲାଇନ ପ୍ରକାରେ ଚିକିତ୍ସା ସହ ଖାଦ୍ୟପେୟ ବ୍ୟବସ୍ଥା କରାଯାଇଛି। କେନ୍ଦ୍ର ଚାରିପଟେ ଧରାକୋଟ ଓ ବଡ଼ଗଡ଼ ପୋଲିସ ପକ୍ଷରୁ କଡା ପ୍ରହରା ଦିଆଯାଉଛି। ଆଇନ ଖିଲାପକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ନିର୍ଦ୍ଦେଶ ଦେଇଛନ୍ତି। ସନ୍ଧ୍ୟାରେ ଏସ୍‌ପି ବ୍ରଜେଶ କୁମାର ରଏ ପହଞ୍ଚତ୍ ସ୍ଥିତି ଅନୁଧ୍ୟାନ କରି ଫେରିଛନ୍ତି। ସୁରଟ ଫେରନ୍ତାଙ୍କୁ ନେଇ କରୋନା ସଂକ୍ରମଣ ଆଶଙ୍କାରେ ଅଞ୍ଚଳବାସୀଙ୍କ ଭୟଭୀତ ହୋଇପଡିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର…

ଶୀତଳ ଭଣ୍ଡାରରେ ଭାୟାବହ ଅଗ୍ନିକାଣ୍ଡ: ୧୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ନଷ୍ଟ, ନିଆଁ ଲିଭାଉଛି ରୋବର୍ଟ

କୁଚିଣ୍ଡା,୧୫।୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ନିକଟସ୍ଥ ନୁଁନୁନିଆମୁଣ୍ଡା ସ୍ଥିତ ଲାଠ ଶୀତଳ ଭଣ୍ଡାରରେ ରଵିବାର ସକାଳେ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଛି । ଏଥିରେ କୋଟି…

ମହାଶିବରାତ୍ରି: ଵାଲୀ ଲୋକନାଥ-ଝାଡ଼େଶ୍ୱର ଓ ବଟେଶ୍ୱର ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଗଞ୍ଜାମ,୧୫ା୨(ବିଦ୍ୟାଧର ସାହୁ ): ସମଗ୍ର ରାଜ୍ୟରେ ମହା ଶିବରାତ୍ରି ଜାଗର ଯାତ୍ରା ପାଳିତ ହେଉଥିବା ବେଳେ ଗଞ୍ଜାମରେ ମଧ୍ୟ ଏହି ଜାଗର ଯାତ୍ରା ମହା ଆଡମ୍ବରରେ ପାଳିତ…

ଜୀବିତ ସାବିତ୍ରୀଙ୍କୁ ମୃତ ଦର୍ଶାଇଲା ପ୍ରଶାସନ, ଧରିତ୍ରୀରେ ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର,୧୫ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଓଡରୀ ପଞ୍ଚାୟତ ଦୋଳଗୁଡ଼ା ଗ୍ରାମର ଜଣେ ଅସହାୟା ମହିଳାଙ୍କୁ ନେଇ ପ୍ରଶାସନର ଚରମ ଅବହେଳା…

ଟି୨୦ ବିଶ୍ୱକପ୍‌ ମଝିରେ ଏହି ଦଳକୁ ଝଟ୍‌କା: ହଠାତ୍‌ ଘରକୁ ଫେରିଗଲେ…

ଚେନ୍ନାଇ,୧୫।୨: ଟି-୨୦ ବିଶ୍ୱକପ୍‌ରେ ନ୍ୟୁଜିଲ୍ୟାଣ୍ଡ ଦଳର ସବୁଠାରୁ ସଫଳ ବୋଲର ଲକି ଫର୍ଗୁସନ ଅଧାରୁ ଟୁର୍ନାମେଣ୍ଟ ଛାଡ଼ି ଘରକୁ ଫେରିଛନ୍ତି। ଫେବୃଆରୀ ୧୪ରେ ଦକ୍ଷିଣ ଆଫ୍ରିକା ବିପକ୍ଷ…

ବିଜେଡି ମହିଳା ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ: ଜାଣନ୍ତୁ କାହାକୁ କେଉଁଠି ମିଳିଲା…

ଭୁବନେଶ୍ୱର,୧୫ା୨: ବିଜୁ ମହିଳା ଜନତା ଦଳ (BMJD) ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ କରାଯାଇଛି। ଜିଲା ସଭାନେତ୍ରୀ ଓ କାର୍ଯ୍ୟକାରୀ ସଭାନେତ୍ରୀ ଭାବେ ଦାୟିତ୍ୱ ବଣ୍ଟନ କରିଛନ୍ତି…

ଈଶାନ କିଶନଙ୍କ ବିବାହ ପକ୍କା, ବିଶ୍ୱକପ୍‌ ପରେ ଏହି ସୁନ୍ଦରୀଙ୍କ ଧରିବେ ହାତ; ବୋହୂ ଭାବେ…

ନୂଆଦିଲ୍ଲୀ,୧୫।୨: ଟି-୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷ ହାଇଭୋଲଟେଜ୍‌ ମ୍ୟାଚ୍‌ ପାଇଁ ପ୍ରସ୍ତୁତି ଚାଲିଥିବା ବେଳେ, କ୍ରିକେଟର ଈଶାନ କିଶନଙ୍କ ବିବାହକୁ ନେଇ ଆସିଛି ଏକ ବଡ଼ ଅପଡେଟ।…

ଜାଗରରେ ଅଘଟଣ: ଦୀପରୁ ମହିଳାଙ୍କ ଦେହରେ ଲାଗିଲା ନିଆଁ, ଆଉ ତା’ ପରେ…

ଖଇରା,୧୫ା୨(ଉତ୍କଳ ବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ଗଣ୍ଡିବେଡ଼ସ୍ଥିତ ଲଙ୍କେଶ୍ୱର ଶିବ ମନ୍ଦିର ପ୍ରାଙ୍ଗଣରେ ଦୀପରୁ ନିଆଁ ଲାଗିବା ଯୋଗୁ ଗଣ୍ଡିବେଡ଼ ଗ୍ରାମର ଭଗବାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri