ସ୍କ୍ରିନିଂ ପରେ ୧୫ ସୁରଟ ଫେରନ୍ତାଙ୍କୁ ପଠାଗଲା ଏମ୍‌କେସିଜି: ଧରାକୋଟ କ୍ୱାରାଣ୍ଟାଇନ ସେଣ୍ଟରରେ ୧୧୪ ପ୍ରବାସୀ ଓଡ଼ିଆ

ଧରାକୋଟ,୩୦ା୪(ଡି.ଏନ.ଏ.)- ସୁରଟରୁ ପ୍ରବାସୀ ଓଡ଼ିଆଙ୍କୁ ନେଇ ଆସିଥିବା ୪ ବସ୍‌ କଡା ସୁରକ୍ଷା ମଧ୍ୟରେ ବୁଧବାର ମଧ୍ୟରାତ୍ରରେ ଆସିକାରେ ପହଞ୍ଚତ୍ଥିଲା। ସେଥିରୁ ୨ଟି ବସ୍‌କୁ ଧରାକୋଟ ଆଦର୍ଶ ବିଦ୍ୟାଳୟସ୍ଥିତ କ୍ୱାରାଣ୍ଟାଇନ ସେଣ୍ଟରକୁ ଅଣାଯାଇଥିଲା। ଆସିକା ଏସ୍‌ଡିପିଓ ସୂର୍ଯ୍ୟମଣି ପ୍ରଧାନ, ତହସିଲଦାର ସଦାନନ୍ଦ ସେଠୀ, ଆସିକା ଥାନାଧିକାରୀ ପ୍ରଶାନ୍ତ କୁମାର ସାହୁ ପୋଲିସ ଫୋର୍ସ ସହ ସୁରକ୍ଷା ବଳୟରେ ଗାଡ଼ିକୁ କ୍ୱାରାଣ୍ଟାଇନ୍‌କୁ ସେଣ୍ଟରକୁ ଆଣିଥିଲେ। ସେଠାରେ ସମସ୍ତ ୧୧୪ ଯାତ୍ରୀଙ୍କ ସ୍କ୍ରିନିଂ କରାଯାଇଥିଲା। ଏହାପରେ ୧୫ଜଣଙ୍କୁ ଅଧିକ ପରୀକ୍ଷା ନିରୀକ୍ଷା ପାଇଁ ୪ ଆମ୍ବୁଲାନ୍ସରେ ବ୍ରହ୍ମପୁର ପଠାଯାଇଛି। ଜଣେ ମହିଳାଙ୍କ ସମେତ ଅନ୍ୟ ୯୯ ଜଣଙ୍କୁ ସରକାରୀ ଗାଇଡ୍‌ଲାଇନ ପ୍ରକାରେ ଚିକିତ୍ସା ସହ ଖାଦ୍ୟପେୟ ବ୍ୟବସ୍ଥା କରାଯାଇଛି। କେନ୍ଦ୍ର ଚାରିପଟେ ଧରାକୋଟ ଓ ବଡ଼ଗଡ଼ ପୋଲିସ ପକ୍ଷରୁ କଡା ପ୍ରହରା ଦିଆଯାଉଛି। ଆଇନ ଖିଲାପକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ନିର୍ଦ୍ଦେଶ ଦେଇଛନ୍ତି। ସନ୍ଧ୍ୟାରେ ଏସ୍‌ପି ବ୍ରଜେଶ କୁମାର ରଏ ପହଞ୍ଚତ୍ ସ୍ଥିତି ଅନୁଧ୍ୟାନ କରି ଫେରିଛନ୍ତି। ସୁରଟ ଫେରନ୍ତାଙ୍କୁ ନେଇ କରୋନା ସଂକ୍ରମଣ ଆଶଙ୍କାରେ ଅଞ୍ଚଳବାସୀଙ୍କ ଭୟଭୀତ ହୋଇପଡିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀଛାତ୍ରଙ୍କ ଦୁର୍ଦ୍ଦଶାର ହେଉନି ଅନ୍ତ

ଡେରାବିଶ, ୨୦ା୪ (ବେବର୍ତ୍ତା ଅଜୟ ଦାସ)କେନ୍ଦ୍ରାପଡ଼ା ଜିଲା ଅନ୍ତର୍ଗତ ଡେରାବିଶ ବ୍ଲକ କୁରୁଜଙ୍ଗାଠାରେ ୨୦୨୨ରେ ଖୋଲାଯାଇଥିବା ଆଦର୍ଶ ବିଦ୍ୟାଳୟ ଏବେ ବି ସମସ୍ୟା ଘେରରେ। ଏହି...

୬ ମାସ ହେବ ପାନୀୟ ଜଳ ପ୍ରକଳ୍ପ ଅଚଳ

ନାଉଗାଁ ,୨୦ା୪(ସୁଧା ବେହୁରା)ଗ୍ରୀଷ୍ମ ପ୍ରବାହ ଦିନକୁ ଦିନ ବୃଦ୍ଧି ପାଇ ଚାଲିଥିବାବେଳେ ସକାଳ ୯ଟା ପରେ ଘରୁ ବାହାରିବା କଷ୍ଟସାଧ୍ୟ ହୋଇପଡୁଛି। ଏନେଇ ପାନୀୟ ଜଳର...

ଅଣଚାଷୀଙ୍କୁ ପ୍ରାଧାନ୍ୟ ଦେଉଛି କୃଷି ବିଭାଗ

ନୟାଗଡ଼,୨୦।୪(ଲୋକନାଥ ମିଶ୍ର)ନୟାଗଡ଼ ଜିଲା ସଦର ବ୍ଲକର ବାଲୁଗଁା ପଞ୍ଚାୟତ ଅଞ୍ଚଳରେ ଚାଷୀ ଓ ଚାଷକୁ କୃଷି ବିଭାଗ ଅଣଦେଖା କରୁଥିବା ଅଭିଯୋଗ ହୋଇଆସୁଛି। ଚାଷୀ ଓ...

ପକାରି ବନାଞ୍ଚଳରେ ନିଆଁ

ଦାରିଙ୍ଗବାଡି, ୨୦ା୪ (ଅରୁଣ ସାହୁ):ଏବେ ସାରା ରାଜ୍ୟରେ ତାପମାତ୍ରା ବିଭିନ୍ନ ଜିଲାରେ ୪୪ ଡିଗ୍ରୀ ଛୁଇଁଲାଣି। କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦାରିଙ୍ଗବାଡିରେ ମଧ୍ୟ ତାପମାତ୍ରା...

ପୁରୁଣାଙ୍କ ସହ ଲଢ଼ିବେ ନୂଆ

ସୁନାବେଡ଼ା/ସେମିଳିଗୁଡ଼ା,୨୦ା୪(କୃତ୍ତିବାସ ପ୍ରଧାନ/ବାସୁଦେବ ବରାଡ଼): କୋରାପୁଟ ଜିଲା ପଟ୍ଟାଙ୍ଗି ବିଧାନସଭା ନିର୍ବାଚନମଣ୍ଡଳୀରେ ମେ’ ୧୩ରେ ନିର୍ବାଚନ ହେବ। କଂଗ୍ରେସ ଓ ଶାସକ ବିଜେଡି ନିଜର ପ୍ରାର୍ଥୀ ପରିବର୍ତ୍ତନ...

ବାହାର ଅଞ୍ଚଳ ପ୍ରାର୍ଥୀ ବନାମ ମାଟିର ପୁଅ

ଯାଜପୁର,୨୦ା୪(ହର୍ଷବର୍ଦ୍ଧନ ବେହେରା): ସମ୍ପ୍ରତି ଜିଲା ତଥା ନିର୍ବାଚନମଣ୍ଡଳୀ ବାହାର ପ୍ରାର୍ଥୀଙ୍କୁ ନେଇ ବହୁ ଚର୍ଚ୍ଚା ହେଉଛି। ହେଲେ ନେତାମାନେ ନିଜ ଅଞ୍ଚଳଠାରୁ ଦୂର ଅନ୍ୟ ଏକ...

ପର୍ଯ୍ୟବେକ୍ଷକଙ୍କ ଆଗରେ ଅସନ୍ତୋଷ ଝାଡ଼ିଲେ ଛାମୁଆ ନେତା

ବାଲେଶ୍ୱର, ୨୦୪(ମାନସ ବିଶ୍ୱାଳ):  ବାଲେଶ୍ୱର ଜିଲା ବାମପଦାସ୍ଥିତ ନୋସି ବିଜିନେସ ପାର୍କରେ ଶୁକ୍ରବାର ବିଜେଡିର ବାଲେଶ୍ୱର ସଂସଦୀୟ କ୍ଷେତ୍ରର ନିର୍ବାଚନୀ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା।...

ବଢ଼ିଲା ମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ଅଡ଼ୁଆ

ଗୁଣପୁର,୨୦ା୪(ପ୍ରଦୀପ କୁମାର ପାଢ଼ୀ): ରାୟଗଡ଼ା ଜିଲା ମୁନିଗୁଡ଼ା ବ୍ଲକ୍‌ ରଘୁବାରିଠାରେ ବିଜେଡି ନେତା ଗ୍ରାମବାସୀଙ୍କୁ ମାରପିଟ କରିବା ନେଇ ଆଇନ ମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ନାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri