ସ୍ତନ୍ୟପାନ କରାଉଥିଲେ ଧୂମପାନ ହାନିକାରକ

ଧୂମପାନ କରିବା ଏବଂ ଏହା ସଂସ୍ପର୍ଶରେ ରହିବା ଉଭୟ ସ୍ବାସ୍ଥ୍ୟ ପାଇଁ ହାନିକାରକ। ଏହା ସବୁଠୁ ଅଧିକ ମହିଳାଙ୍କ ପାଇଁ କ୍ଷତିକାରକ ହୋଇଥାଏ, ଯେଉଁମାନେ ନବଜାତକଙ୍କୁ ସ୍ତନ୍ୟପାନ କରାଉଥାନ୍ତି। ଶିଶୁଙ୍କୁ ସ୍ତନ୍ୟପାନ କରାଉଥିବା ମା’ମାନେ ଯଦି ଘରେ ଧୂମପାନ ସଂସ୍ପର୍ଶରେ ଆସନ୍ତି, ତେବେ ସେମାନଙ୍କ ସ୍ତନ୍ୟପାନ ଅବଧି ଉପରେ ନକାରାମତ୍କ ପ୍ରଭାବ ପଡ଼େ। ଏକ ଗବେଷଣାରୁ ଏହା ଜଣାପଡ଼ିଛି। ଗବେଷଣାର ନିଷ୍କର୍ଷ ଅନୁସାରେ, ପତ୍ରିକା ‘ବ୍ରେଷ୍ଟ୍‌ଫିଡିଙ୍ଗ୍‌ ମେଡିସିନ୍‌’ରେ ଏ ସମ୍ପର୍କିତ ତଥ୍ୟ ବିସ୍ତୃତ ଭାବେ ଆଲୋଚନା ହୋଇଛି। ଏଥିରେ ସ୍ତନ୍ୟପାନ କରାଉଥିବା ମା’ଙ୍କ ଉପରେ ଘରୋଇ ଧୂମପାନକର୍ତ୍ତାଙ୍କ ସଂସ୍ପର୍ଶରେ ଆସିବା ଦ୍ୱାରା ସୃଷ୍ଟି ହେଉଥିବା ନକାରାମତ୍କ ପ୍ରଭାବ ଆଲୋଚନା ହୋଇଛି। ବ୍ରିଟିଶ କଲମ୍ବିଆ ବିଶ୍ୱବିଦ୍ୟାଳୟର ପ୍ରଫେସର୍‌ ମ୍ୟାରୀ ତରାନ୍ତଙ୍କ ଅନୁସାରେ, ଗବେଷଣାରେ ଧୂମପାନ କରୁଥିବା ପରିବାରରେ ପିଲାଙ୍କ ସ୍ତନ୍ୟପାନ ଅବଧି କମ୍‌ ହେଉଥିବା ଜଣାପଡ଼ିଛି। ଏହି ଧୂମପାନକାରୀଙ୍କ ମଧ୍ୟରେ ପିତା, ମା’ କିମ୍ବା ଅନ୍ୟ କୌଣସି ସଦସ୍ୟ ସ୍ଥାନ ପାଇପାରନ୍ତି। ତରାନ୍ତଙ୍କ ଅନୁସାରେ, ଯେଉଁ ପରିବାରରେ ଧୂମପାନକାରୀଙ୍କ ସଂଖ୍ୟା ଯେତେ ଅଧିକ ସେଠାରେ ସ୍ତନ୍ୟପାନ ଅବଧି ସେତେକମ୍‌ ହୋଇଥାଏ। ସବୁଠୁ ବଡ଼ କଥା, ସ୍ତନ୍ୟପାନ ଅବଧି ହ୍ରାସ ପାଇବାର ଅର୍ଥ ଉଭୟ ମା’ ଓ ଶିଶୁଙ୍କ ପାଇଁ ବିପଜ୍ଜନକ। ଶିଶୁର ସୁସ୍ଥ ଶରୀର ପାଇଁ ସ୍ତନ୍ୟପାନ ନିତାନ୍ତ ଜରୁରୀ। ଏଥିରେ ବ୍ୟତିକ୍ରମ ପରିଲକ୍ଷିତ ହେଲେ ବିଭିନ୍ନ ସ୍ବାସ୍ଥ୍ୟଗତ ସମସ୍ୟା ଉପତ୍ନ୍ନ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri