Posted inଗଜପତି

ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା ପରେ ସ୍ବାମୀଙ୍କ ଆତ୍ମହତ୍ୟା

ଚନ୍ଦ୍ରଗିରି,୧୫ା୮(ଡି.ଏନ.ଏ.):ଗଜପତି ଜିଲା ମୋହନା ଥାନା ଚନ୍ଦ୍ରଗିରିର ଚନ୍ଦନପୁର ବସ୍ତିରେ ମଙ୍ଗଳବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା ପରେ ସ୍ବାମୀ ଗଳାରେ ଶାଢି ବାନ୍ଧି ଆତ୍ମହତ୍ୟା କରିଛନ୍ତି। ବୁଧବାର ଦମ୍ପତିଙ୍କ ମୃତଦେହକୁ ପୋଲିସ ଜବତ କରିଛି। ସ୍ତ୍ରୀ ସୁମିତ୍ରାଙ୍କ କ୍ଷତବିକ୍ଷତ ମୃତଦେହ ବିଛଣାରେ ପଡିଥିବାବେଳେ ସ୍ବାମୀ ବଚ୍ଚନଙ୍କ ମୃତଦେହକୁ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରାଯାଇଛି। ମୃତଦେହ ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ବଡ ମେଡିକାଲକୁ ପଠାଯାଇଛି। ଏନେଇ ମୋହନା ଥାନାରେ ଏକ ମାମଲା(ନଂ.୧୩୯/୧୯) ରୁଜୁ କରି ପୋଲିସ ସାଇଣ୍ଟିଫିକ୍‌ ଟିମ୍‌ ସହାୟତାରେ ତଦନ୍ତ ଚଳାଇଛି।
ମିଳିଥିବା ସୂଚନା ଅନୁଯାୟୀ, ଚନ୍ଦନପୁର ବସ୍ତିର ବଚ୍ଚନ ଉଠାଣସିଂ କିଛିବର୍ଷ ତଳେ ସୁମିତ୍ରାଙ୍କୁ ପ୍ରେମ ବିବାହ କରିଥିଲେ। ସେମାନଙ୍କ ଗୋଟିଏ ଝିଅ ଅଛି। ବଚ୍ଚନ ମଜୁରି ଲାଗି ପରିବାର ଚଳାଉଥିଲେ। ସ୍ତ୍ରୀଙ୍କ ସହ କୌଣସି ବିବାଦ ନ ଥିଲା। ମଙ୍ଗଳବାର ରାତିରେ ଏହି ଦମ୍ପତି ଖାଇପିଇ ଗୋଟିଏ ଘରେ ଶୋଇଥିଲେ। ଝିଅ ଜେଜେ ମା’ଙ୍କ ପାଖରେ ଶୋଇଥିଲେ। ବୁଧବାର ସକାଳେ ପୁଅବୋହୂ ନ ଉଠିବାରୁ ମା’ ବାସନ୍ତୀ ନାୟକ ତାଙ୍କ ଘରର କବାଟ ବାଡେଇ ଡାକିଥିଲେ। ତଥାପି କେହି ନ ଶୁଣିବାରୁ ସେ କବାଟ ଫାଙ୍କରେ ହାତ ଗଳାଇ ହୁକ୍‌ ଖୋଲି ଭିତରକୁ ଯାଇଥିଲେ ା ହେଲେ ଘର ଭିତର ଦୃଶ୍ୟ ଦେଖି ସେ ନିଜକୁ ବିଶ୍ୱାସ କରିପାରି ନ ଥିଲେ ା ପୁଅ ବଚ୍ଚନ ଶାଢ଼ିରେ ଫାଶ ଲଗାଇ ଝୁଲୁଥିବା ବେଳେ ବୋହୂଙ୍କ ରକ୍ତ ଜୁଡୁବୁଡୁ ମୃତଦେହ ବିଛଣାରେ ପଡ଼ିଥିଲା। ଏନେଇ ବାସନ୍ତୀ ପାଟିକରି ପଡ଼ିଶାଙ୍କୁ ଡାକିଥିଲେ। ଖବର ପାଇ ଆର.ଉଦୟଗିରି ଏସ୍‌ଡିପିଓ ଅଶୋକ କୁମାର ମହାନ୍ତି ଓ ମୋହନା ଥାନା ଅଧିକାରୀ ସୁଜିତ କୁମାର ନାୟକ ଘଟଣାସ୍ଥଳରେ ପହଞ୍ଚତ୍ ମୃତଦେହ ଦୁଇଟିକୁ ଜବତ କରିଥିଲେ। ମୃତଦେହ ନିକଟରୁ ପୋଲିସ ୨ଟି ମଲା କୁକୁଡା ଓ ଏକ ଟାଙ୍ଗିଆ ଜବତ କରିଛି। ଘରେ କୌଣସି ଅଶାନ୍ତି ନ ଥିବାବେଳେ ପୁଅ ମାନସିକ ବିକାରଗ୍ରସ୍ତ ହୋଇଥିବାରୁ ଏପରି କରିଛନ୍ତି ବୋଲି ବଚ୍ଚନଙ୍କ ମା’ ବାସନ୍ତୀ କହିଛନ୍ତି।
ମୃତ୍ୟୁର କାରଣ ଏଯାଏ ସ୍ପଷ୍ଟ ହୋଇ ନ ଥିବା ବେଳେ ବଚ୍ଚନ ଜଣେ ମାନସିକ ବିକାରଗ୍ରସ୍ତ ଓ ସେ ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟାକରିବା ପରେ ନିଜେ ଫାଶ ଲଗାଇ ଆତ୍ମହତ୍ୟା କରିଥିବା ପୋଲିସ ପ୍ରାଥମିକ ତଦନ୍ତରୁ ଜାଣିପାରିଛି ା ସନ୍ଧାନୀ କୁକୁର ଏବଂ ସାଇଣ୍ଟିଫିକ ଟିମ୍‌ ତଦନ୍ତ ଚଳାଇଛି। ସମ୍ପୂର୍ଣ୍ଣ ତଦନ୍ତ ପରେ ଘଟଣାର ସତ୍ୟାସତ୍ୟ ପଦାକୁ ଆସିବ ବୋଲି ଏସ୍‌ଡିପିଓ ମହାନ୍ତି କହିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବରେ ମିଳୁଛି ଦରମା

ମୋହନା,୨୧ା୪(ମନ୍ମଥ ମିଶ୍ର)ମୋହନା ବ୍ଲକ ଅନ୍ତର୍ଗତ ଚନ୍ଦ୍ରଗିରି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ କର୍ମଚାରୀଙ୍କ ଅଶାନ୍ତି ଦେଖାଦେଇଛି । ଦିନରାତି ପରିଶ୍ରମ କଲେ ବି କର୍ମଚାରୀଙ୍କୁ ମିଳୁନି ଠିକ...

ମନ୍ଦିର ପୂଜାରୀଙ୍କ ଘରେ କଳାକନା ବୁଲାଇଲେ ଚୋର

ଚାନ୍ଦିପୁଟ,୧୪ା୪(କେ. ପ୍ରମୋଦ କୁମାର ଦୋରା)- ଗଜପତି ଜିଲା ମୋହନା ଥାନା ଅଧୀନ ଚାନ୍ଦିପୁଟ ଗ୍ରାମର ଚନ୍ଦ୍ରଶେଖର ମନ୍ଦିର ପୂଜାରୀ ଉଦୟନାଥ ମହାପାତ୍ରଙ୍କ ଘରୁ ଚୋରି ହୋଇଥିବା...

ଓଡ଼ିଶାର କ୍ଷତି, ଆନ୍ଧ୍ର ବ୍ୟବସାୟୀ ମାଲାମାଲ

ପାରଳାଖେମୁଣ୍ଡି, ୧୪ା୪ (ଗିରିଧାରୀ ପରିଛା):ଗଜପତି ଜିଲା କାଶୀନଗର ସହରର ଆଖପାଖ ଅଞ୍ଚଳରେ ଥିବା ଜମିକୁ ଆନ୍ଧ୍ରର ମାଫିଆମାନେ କିଣି ସେଥିରେ ପ୍ଲଟିଂ କରି ବ୍ୟବସାୟ କରି...

ନିର୍ବାଚନ ପ୍ରଚାର ପାଇଁ ନ ଆସିବାକୁ ନିବେଦନ

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ ଉପଲଡା ପଞ୍ଚାୟତ ଅଧୀନ ଚନ୍ଦନଖଳା ଗ୍ରାମକୁ ମାତ୍ର ପ୍ରାୟ ୭୦୦ ମିଟର ରାସ୍ତା ହୋଇପାରୁ ନ ଥିବାକୁ...

ତାଲା ଭାଙ୍ଗି ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନାଗହଣା ସହ ମୂଲ୍ୟବାନ ସାମଗ୍ରୀ

ପାରଳାଖେମୁଣ୍ଡି,୧୦ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡି ସହରରେ କିଛି ଦିନ ବ୍ୟବଧାନ ପରେ ପୁଣି ଚୋରି ଘଟଣା ସାମନାକୁ ଆସିଛି । ପାରଳା...

ବିକାଶର ବହୁ ଦୂରରେ କିଙ୍ଗଡାଙ୍ଗ ଗ୍ରାମବାସୀ

ପାରଳାଖେମୁଣ୍ଡି,୮ା୪(ଗିରିଧାରୀ ପରିଛା): ଦେଶ ସ୍ବାଧୀନର ୭୬ବର୍ଷ ବିତି ଯାଇଥିଲେ ମଧ୍ୟ ଏଯାଏଁ ମୌଳିକ ସୁବିଧାରୁ ବଞ୍ଚିତ ହୋଇଛନ୍ତି ଗଜପତି ଜିଲାର କିଙ୍ଗଡାଙ୍ଗ ଗ୍ରାମବାସୀ। ଗୁମ୍ମା ବ୍ଲକ...

ନେତା ଭୋଟ ମାଗି ଆସିଲେ ଗାଁରେ ପୂରାଇ ଦେବୁନି

ମୋହନା,୫ା୪(ମନ୍ମଥ ମିଶ୍ର)Lପାଣି ନାହିଁ ତ ଭୋଟ ନାହିଁ, ନିର୍ବାଚନ ସମୟରେ କୌଣସି ନେତା, କୁଜିନେତା ଯଦି ସାହିକୁ ଭୋଟ ମାଗିବାକୁ ଆସନ୍ତି ତେବେ ବିରୋଧ କରିବୁ,...

ପାଣି ନାହିଁ ତ ଭୋଟ ନାହିଁ,

ମୋହନା,୪ା୪(ମନ୍ମଥ ମିଶ୍ର)- ପାଣି ନାହିଁ ତ ଭୋଟ ନାହିଁ, ନିର୍ବାଚନ ସମୟରେ କୌଣସି ନେତା, କୁଜିନେତା ଯଦି ସାହିକୁ ଭୋଟ ମାଗିବାକୁ ଆସନ୍ତି ତେବେ କାଠ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri