ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା, ସ୍ବାମୀ ଗିରଫ

ଡାବୁଗାଁ,୨।୯(ଡି.ଏନ.ଏ.)- ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ଅଧୀନ ସରଗୁଡା ଗ୍ରାମରେ ସ୍ତ୍ରୀର ଚରିତ୍ରକୁ ସନ୍ଦେହ କରି ସ୍ବାମୀ ଟାଙ୍ଗିଆରେ ହାଣି ରବିବାର ବିଳମ୍ବିତ ରାତିରେ ହତ୍ୟା କରଛି। ଖବର ପାଇ ପୋଲିସ ପହଞ୍ଚି ମୃତଦେହ ଜବତ କରିବା ସହ ସ୍ବାମୀ ମାହାଙ୍ଗୁ ଭତ୍ରା (୪୫)ଙ୍କୁ ଗିରଫ କରିଛି। ସରଗୁଡା ଗ୍ରାମର ମାହାଙ୍ଗୁ , ତାଙ୍କ ସ୍ତ୍ରୀ ମନାଇ ଭତ୍ରା (୪୦), ମା’ ସାନୁ ଭତ୍ରା ଓ ପିଲାମାନେ ରବିବାର ରାତିରେ ଖାଇ ସାରି ଘରେ ଶୋଇଥିଲେ । ରାତି ପ୍ରାୟ ଗୋଟାଏରେ ମାହାଙ୍ଗୁ ଉଠି ଏକ ଟାଙ୍ଗିଆରେ ସ୍ତ୍ରୀ ମନାଇଙ୍କ ବେକକୁ ହାଣି ଦେବାରୁ ସେ ଚିତ୍କାର କରିଥିଲେ । ପାଖରେ ଶୋଇଥିବା ମାହାଙ୍ଗୁଙ୍କ ମା’ ସାନୁ ଉଠି ଦେଖିଥିଲେ ଯେ ମନାଇ ରକ୍ତାକ୍ତ ଅବସ୍ଥାରେ ପଡି ରହିଛି। ସଙ୍ଗେ ସଙ୍ଗେ ସାନୁ ପିଲାମାନଙ୍କୁ ଧରି ବାହାରକୁ ଆସି ପାଟି କରିଥିଲେ। ପାଟି ଶୁଣି ପାଖ ଘରେ ଥିବା ମାହାଙ୍ଗୁଙ୍କ ଦାଦା ପୁଅ ତିଲ ଭତ୍ରା ପହଞ୍ଚିଥିଲେ। ମାହାଙ୍ଗୁଙ୍କ ଠାରୁ ରକ୍ତ ଲଗା ଟାଙ୍ଗିଆ ଛଡାଇ ରଖିବା ପରେ ଗ୍ରାମବାସୀଙ୍କୁ ଡାକିଥିଲେ । ଏହା ଦେଖି ମାହାଙ୍ଗୁ ଏକ ଘର ଭିତରେ ପଶି ଯାଇ ଭିତରୁ ଦ୍ୱାର ବନ୍ଦ କରି ରହିଥିଲେ । ସୋମବାର ଗ୍ରାମର ୱାର୍ଡ ସଭ୍ୟ ଚୈତନ ଭତ୍ରା ଡାବୁଗାଁ ଥାନାରେ ଏ ସମ୍ପର୍କରେ ଏତଲା ଦେଇଥିଲେ। ଉକ୍ତ ଏତଲାକୁ ଭିତ୍ତି କରି ଆଇଆଇସି ସୁରେନ୍ଦ୍ର କୁମାର ବେହୁରିଆ, ସବଇନ୍ସପେକ୍ଟର ରଙ୍କନିଧି ସାହୁ, ଏଏସଆଇ ସଲମନ ଭୂୟାଁ ପ୍ରମୁଖ ପହଞ୍ଚି ମାହାଙ୍ଗୁଙ୍କୁ ଉକ୍ତ ଘରୁ ଉଦ୍ଧାର କରିଥିଲେ । ପରେ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଚିନାପ୍ପା ହୃଦୟାନନ୍ଦ, ଉମରକୋଟ ଉପଖଣ୍ଡୀୟ ପୋଲିସ ଅଧିକାରୀ ହେମନ୍ତ କୁମାର ପାଢୀ ଓ ସାଇଣ୍ଟିଫିକ ଦଳ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଥିଲେ । ପରେ ମୃତଦେହ ବ୍ୟବଚ୍ଛେଦ ପାଇଁ ଡାବୁଗାଁ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ପଠାଇଥିଲେ । ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ବର୍ଗଙ୍କୁ ହସ୍ତାନ୍ତର କରଯାଇଥିଲା । ଅଭିଯୁକ୍ତ ମାହାଙ୍ଗୁଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି । ଏନେଇ ଥାନାରେ ନଂ. ୯୦/୧୯ ରେ ଏକ ମାମଲା ରୁଜୁ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସର ବନ୍ଦ ଡାକରାରେ ଅଟକି ରହିଛି ଗାଡ଼ିମୋଟର, ଯାତ୍ରୀ ହନ୍ତସନ୍ତ

ପଟ୍ଟାଙ୍ଗି,୮ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକରେ କଂଗ୍ରେସର ବନ୍ଦ ଡାକରାର ପ୍ରଭାବ ଦେଖିବାକୁ ମିଳିଛି। ସୂଚନା ଅନୁଯାୟୀ, ଦଳର ବ୍ଲକ ସଭାପତି ଅର୍ଜୁନ ବାଙ୍କା…

ବହୁତ ବଡ଼ ‘ଦାନବୀର’ ଥିଲେ ନାନା ପାଟେକର, ନିଜ ରୋଜଗାରର ଏକ ବଡ଼ ଅଂଶ ଦାନ କରୁଥିଲେ ଅଭିନେତା, ଜାଣିଲେ ଆଶ୍ଚର୍ଯ୍ୟ ଲାଗିବ

ମୁମ୍ବାଇ,୮।୧୦: ବଲିଉଡ ଚଳଚ୍ଚିତ୍ର ଜଗତ ପାଇଁ ଗୁରୁବାର ସକାଳ ଏକ ଅତ୍ୟନ୍ତ ଦୁଃଖଦ ଖବର ନେଇ ଆସିଥିଲା। ପ୍ରଖ୍ୟାତ ଅଭିନେତା ନାନା ପାଟେକର ଗୁରୁବାର ସକାଳେ ଗୋଆସ୍ଥିତ…

ଆରମ୍ଭ ହେଲା ସେଲ୍; iPhone 16 ଉପରେ ବଡ଼ ଅଫର, ୧୮ ହଜାର କମିଲା ଦାମ୍!

ନୂଆଦିଲ୍ଲୀ,୮।୧୦: ଆମାଜନ ଗ୍ରେଟ ଇଣ୍ଡିଆନ ଫେଷ୍ଟିଭାଲ ସେଲ୍ 2026ରେ iPhone କିଣିବାକୁ ଚାହୁଁଥିବା ଗ୍ରାହକଙ୍କ ପାଇଁ ଭଲ ଡିଲ୍ ସାମ୍ନାକୁ ଆସିଛି । Samsung Galaxy S25…

କଳାହାଣ୍ଡିରେ ଓଡ଼ିଶା ବନ୍ଦ ଡାକରାର ପ୍ରଭାବ, ଜାତୀୟ ରାଜପଥ ଅବରୋଧ କରି ବିକ୍ଷୋଭକାରୀ…

ଭବାନୀପାଟଣା,୮ା୧୦(ଉତ୍ତମ କୁମାର ଦାଶ): ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରା ପ୍ରଭାବ କଳାହାଣ୍ଡି ଜିଲାରେ ଦେଖିବାକୁ ମିଳିଛି। ବନ୍ଦକୁ ସମର୍ଥନ ଜଣାଇ କଂଗ୍ରେସ, ସିପିଆଇ…

ମୃତ୍ୟୁ ପୂର୍ବରୁ ବନ୍ଧୁଙ୍କୁ ଏହି ଶେଷ ମେସେଜ କରିଥିଲେ ନାନା ପାଟେକର, ନିଜର ଯନ୍ତ୍ରଣା ପ୍ରକାଶ କରି…

ମୁମ୍ବାଇ: ଭାରତୀୟ ସିନେ ଜଗତର ଭେଟେରାନ ଅଭିନେତା ନିଜର ଦମଦାର ଅଭିନୟ, ଅନନ୍ୟ ଡାଏଲଗ୍‌ କହିବା ଶୈଳୀରେ ବେଶ୍‌ ପରିଚିତ ଥିବା ନାନା ପାଟେକରଙ୍କ ବୁଧବାର ବିଳମ୍ବିତ…

ଦୋକାନବଜାର ବନ୍ଦ, ଗାଡ଼ି ଚଳାଚଳ ଠପ୍‌: କର୍ଲାମୁଣ୍ଡାରେ ଓଡ଼ିଶା ବନ୍ଦର ପ୍ରଭାବ

କର୍ଲାମୁଣ୍ଡା, ୮।୧୦(ପ୍ରଦୀପ କୁମାର ସାହୁ): ଗୁରୁବାର ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାକୁ କଳାହାଣ୍ଡି ଜିଲ୍ଲାର କର୍ଲାମୁଣ୍ଡା ବ୍ଲକରେ ସ୍ବତଃସ୍ଫୂର୍ତ୍ତ ସମର୍ଥନ ମିଳିଛି। ବନ୍ଦ ଯୋଗୁ ସକାଳୁ ବ୍ଲକର…

ଜାନୁଆରୀ ପର୍ଯ୍ୟନ୍ତ ସ୍ଥଗିତ ରହିବ UPI ଶୁଳ୍କ! ଜାଣନ୍ତୁ ଅନଲାଇନ ପେମେଣ୍ଟ ସମ୍ବନ୍ଧୀୟ ଗୁରୁତ୍ୱପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୮।୧୦: UPI କାରବାର ପାଇଁ ନୂତନ ‘ମର୍ଚାଣ୍ଟ ଡିସକାଉଣ୍ଟ ରେଟ’ (MDR) ବ୍ୟବସ୍ଥା ଲାଗୁ ହେବାର ତାରିଖ ୨୦୨୭ ମସିହା ଜାନୁଆରୀ ୧ ତାରିଖ ପର୍ଯ୍ୟନ୍ତ ଘୁଞ୍ଚାଇ…

କେନ୍ଦ୍ର ସରକାରଙ୍କ ବିରୋଧରେ କଂଗ୍ରେସର ଗର୍ଜନ, ମହାକାଳପଡ଼ାରେ ପଡ଼ିଲା ପ୍ରଭାବ

ମହାକାଳପଡ଼ା,୮ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ଇଣ୍ଡି ମେଣ୍ଟ ଓ ଜାତୀୟ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦର ପ୍ରଭାବ ପଡ଼ିଛି। କେନ୍ଦ୍ର ସରକାରଙ୍କ ଦୋମୁହାଁ ନୀତିକୁ ନେଇ ଗର୍ଜିଛନ୍ତି ଇଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?