ସ୍ତ୍ରୀଙ୍କୁ ଠେଙ୍ଗାରେ ପିଟି ହତ୍ୟା, ସ୍ବାମୀ ଅଟକ

ସୁନ୍ଦରଗଡ଼,୮।୭(ଡି.ଏନ୍‌.ଏ.): ସୁନ୍ଦରଗଡ଼ ସଦର ଥାନା ଅନ୍ତର୍ଗତ ସୁବଳିଆ ଗ୍ରାମରେ ରବିବାର ବିଳମ୍ବିତ ରାତିରେ ଘରୋଇ କଳିକୁ କେନ୍ଦ୍ର କରି ଜଣେ ବ୍ୟକ୍ତି ସ୍ତ୍ରୀଙ୍କୁ ଠେଙ୍ଗାରେ ପିଟି ହତ୍ୟା କରିଛନ୍ତି। ମୃତା ମହିଳାଙ୍କ ନାମ ସୁଶୀଲା ବାଗ (୨୨)। ସୋମବାର ଏ ସମ୍ପର୍କରେ ମୃତା ମହିଳାଙ୍କ ବଡ଼ବାପାଙ୍କ ଅଭିଯୋଗ କ୍ରମେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଏକ ହତ୍ୟା ମାମଲା ରୁଜୁ କରି ମୃତା ମହିଳାଙ୍କ ସ୍ବାମୀଙ୍କୁ ଅଟକ ରଖିଛି।