ସ୍ତ୍ରୀଙ୍କୁ ଦଳିମାରିଲା ହାତୀ, ସ୍ବାମୀ ଗୁରୁତର

ରାସୋଳ, ୭।୨(ଡି.ଏନ.ଏ.) – ଢେଙ୍କାନାଳ ଜିଲା ହିନ୍ଦୋଳ ବନାଞ୍ଚଳ ଅଧୀନ ବାବନ୍ଧ ଫରେଷ୍ଟ ସେକ୍ସନରେ ହାତୀ ଉପଦ୍ରବକୁ ନେଇ ଭୟ ଆତଙ୍କର ବାତାବରଣ ସୃଷ୍ଟି ହୋଇଛି। ବୁଧବାର ବିଳମ୍ବିତ ରାତିରେ ମାଟିଆ ସାହିରେ ଏକ ହାତୀ ପଶି ଜଣେ ମହିଳାଙ୍କୁ ଦଳି ମାରିଦେଇଛି। ମୃତକ ହେଲେ ସଜନୀ ପଧାନ। ଏଥିରେ ତାଙ୍କ ସ୍ବାମୀ ଭରତ ପଧାନ (୭୦) ଗୁରୁତର ହୋଇଛନ୍ତି। ଏହି ଘଟଣା ପରେ ୩୫ପରିବାର ବିଶିଷ୍ଟ ଉକ୍ତ ସାହିବାସୀ ଭୟଭୀତ ହୋଇପଡ଼ିଛନ୍ତି।
ଅଞ୍ଚଳବାସୀଙ୍କ କହିବା କଥା, ଏକ ହାତୀପଲ ଜନବସତିଠାରୁ ଅଧା କିମି ଦୂରରେ ଅବସ୍ଥିତ ବିନନାଳୀ ଜଙ୍ଗଲରେ ରହୁଛନ୍ତି। ସନ୍ଧ୍ୟା ହେଲେ କେତୋଟି ହାତୀ ଖାଦ୍ୟ ଅନ୍ବେଷଣରେ ଜନବସତିମୁହଁା ହେଉଛନ୍ତି। ବୁଧବାର ରାତି ପ୍ରାୟ ୧୧ଟା ବେଳେ ଏକ ହାତୀ ହଠାତ୍‌ ସାହି ଭିତରକୁ ଆସି ଭାସ୍କର ବେହେରାଙ୍କ ଘର ଭାଙ୍ଗିବାକୁ ଉଦ୍ୟମ କରିଥିଲା। ଏହା ଜାଣିପାରି ପାଖପଡ଼ୋଶୀ ରୁଣ୍ଡ ହୋଇ ହୋହଲ୍ଲା କରିବାରୁ ହାତୀଟି ଜଙ୍ଗଲ ଆଡ଼କୁ ପଳାଇଯାଇଥିଲା। ହାତୀ ଉପସ୍ଥିତି ସମ୍ପର୍କରେ ଲୋକମାନେ ବନ ବିଭାଗକୁ ସୂଚନା ଦେଇଥିଲେ। ହେଲେ ଏହାକୁ ବିଭାଗୀୟ ଅଧିକାରୀ ହାଲ୍‌କା ଭାବେ ନେଇଥିଲେ। ବିଳମ୍ବିତ ରାତିରେ ହାତୀଟି ପୁଣି ସାହିରେ ପଶି ଭରତ ଏବଂ ସଜନୀ ଶୋଇଥିବା ଚଳିଆ ଘର ଭାଙ୍ଗିଦେବା ସହ ଦମ୍ପତିଙ୍କୁ ଦଳି ଦେଇଥିଲା। ଚିତ୍କାର ଶୁଣି ପାଖପଡ଼ୋଶୀ ପହଞ୍ଚତ୍ ହାତୀକୁ ଘଉଡ଼ାଇଥିଲେ। ଉଭୟଙ୍କୁ ଉଦ୍ଧାର କରି ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଡାକ୍ତର ସଜନୀଙ୍କୁ ମୃତ ଘୋଷଣା କରିଥିଲେ। ଗୁରୁତର ଅବସ୍ଥାରେ ଭରତଙ୍କୁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଏ ନେଇ ରାସୋଳ ଥାନାରେ ନଂ. ୩/୨୦ରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଛି। ମୃତଦେହ ବ୍ୟବଚ୍ଛେଦ କରାଯାଇଛି। ଖବର ଲେଖାଯିବା ସୁଦ୍ଧା ମୃତକଙ୍କ ପରିବାରକୁ କ୍ଷତିପୂରଣ ପ୍ରଦାନ କରାଯାଇ ନ ଥିବା ଜଣାପଡ଼ିଛି। ଭରତ ନିଃସନ୍ତାନ ଥିବାବେଳେ ତାଙ୍କର କେହି ସାହାଭରସା ନାହାନ୍ତି। ତାଙ୍କୁ ସରକାରୀ ସହାୟତା ଯୋଗାଇ ଦେବାକୁ ସାହିବାସୀ ଦାବି କରିଛନ୍ତି। ଅନ୍ୟପଟେ ଉକ୍ତ ହାତୀ ଭାସ୍କର ବେହେରା, ପ୍ରଫୁଲ୍ଲ ବେହେରା, ଅଖିଳ ବେହେରାଙ୍କ ଘର ଭାଙ୍ଗି ଧାନ, ଚାଉଳ ଖାଇଯାଇଛି। ବନ ବିଭାଗ ଏଥିପ୍ରତି ଦୃଷ୍ଟି ଦେବାକୁ ଅଞ୍ଚଳବାସୀ ଦାବି କରିଛନ୍ତି।
ଏ ନେଇ ରେଞ୍ଜର ହରମୋହନ ନାୟକ କୁହନ୍ତି, ପ୍ରାଥମିକ ପର୍ଯ୍ୟାୟରେ ମୃତକଙ୍କ ପରିବାରକୁ ୪୦ହଜାର ଟଙ୍କାର ସହାୟତା ଚେକ୍‌ ପ୍ରଦାନ କରାଯିବ। କାଗଜପତ୍ର ଦାଖଲ ପରେ ସରକାରୀ ନିୟମ ଅନୁଯାୟୀ ଅବଶିଷ୍ଟ ୩ଲକ୍ଷ ୬୦ ହଜାର ଟଙ୍କା ଦିଆଯିବ ବୋଲି ସେ ସୂଚନା ଦେଇଛନ୍ତି। ସ୍ଥାନୀୟ ବନ କର୍ମଚାରୀଙ୍କୁ ପଠାଇ ହାତୀ ଘଉଡ଼ାଇବା ବ୍ୟବସ୍ଥା କରାଯିବ ବୋଲି ରେଞ୍ଜର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଖଡ଼ାଶାଳୀ ସ୍ଲୁଇସ୍‌ କ୍ରୀକ୍‌ ୬ ପଞ୍ଚାୟତର ଚାଷୀଙ୍କ ଭାତହାଣ୍ଡି, ବିଧାୟକ କହିଲେ ଏଠାରେ ଖୁବ୍‌ଶୀଘ୍ର ହେବ…

ମହାକାଳପଡ଼ା,୨୮ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ମଙ୍ଗଳପୁର ପଞ୍ଚାୟତ ବନ୍ଧପଡ଼ା ଗ୍ରାମ ଲକ୍ଷ୍ମୀ ନାରାୟଣ ମନ୍ଦିର ପରିସରରେ ଗୁରୁବାର ବଳଦେବଜୀଉଙ୍କ ଜନ୍ମଦିବସ ଅବସରରେ ଚଷା…

ପ୍ରଥମ ଭାରତୀୟ ଭାବେ ଏହି ଟ୍ରଫି ଜିତି ଇତିହାସ ରଚିଲେ ପ୍ରଜ୍ଞାନନ୍ଦା

ନୂଆଦିଲ୍ଲୀ,୨୮।୮:ଭାରତୀୟ ଗ୍ରାଣ୍ଡମାଷ୍ଟର ଆର. ପ୍ରଜ୍ଞାନାନନ୍ଦ ସେଣ୍ଟ ଲୁଇସରେ ଗ୍ରାଣ୍ଡ ଚେସ ଟୁର୍‌ ଟାଇଟଲ ଜିତି ଇତିହାସ ରଚିଛନ୍ତି। ଏହି ଟ୍ରଫି ଜିତିଥିବା ପ୍ରଥମ ଭାରତୀୟ ଚେସ ଖେଳାଳି…

ସମସ୍ୟା ଶୁଣି କାର୍ଯ୍ୟକ୍ରମ ଛାଡ଼ି ପଳାଇଲେ ମନ୍ତ୍ରୀ: ଏମ୍‌ପି-ମନ୍ତ୍ରୀ ମନୋମାଳିନ୍ୟ ଚର୍ଚ୍ଚା

ବ୍ରହ୍ମପୁର,୨୮ା୮(ସୁବାସ ଚନ୍ଦ୍ର ପାଢ଼ୀ):ବ୍ରହ୍ମପୁର ଏମ୍‌ପି ପ୍ରଦୀପ ପାଣିଗ୍ରାହୀ ଓ ବାଣିଜ୍ୟ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ମଧ୍ୟରେ ମନୋମାଳିନ୍ୟ ଥିବା ବିଷୟ ପଦାକୁ ଆସିଛି। ଗୁରୁବାର…

ବେଲଗାମ୍‌ ଟ୍ରାଫିକ ବ୍ୟବସ୍ଥା, ନାକେଦମ୍‌ ସହରବାସୀ: ସ୍ପିଡ୍‌ ବାଇକର୍‌ଙ୍କ ଯୋଗୁ ଦୁର୍ଘଟଣା ଭୟ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ଟ୍ରାଫିକ ସମସ୍ୟା ବେଲଗାମ୍‌ ହୋଇପଡ଼ିଛି। ସହରସ୍ଥିତ ଯେଉଁ ରାସ୍ତା ଓ ଛକକୁ ଦେଖିଲେ ଏହି ସମସ୍ୟା ରହିଛି। ସ୍ଥାନୀୟ ଲେଙ୍ଗୁ ମିଶ୍ର ଛକ-ଜୀରାବ୍ରିଜ…

ବର୍ଷାରେ ଧସିଲା ପିଡବ୍ଲ୍ୟୁଡି ରାସ୍ତା: ନିମ୍ନମାନର କାମ, ସ୍ଥାୟିତ୍ୱକୁ ନେଇ ପ୍ରଶ୍ନ

ଭବାନୀପାଟଣା,୨8ା୮(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ପୂର୍ତ୍ତ ବିଭାଗ (ପିଡବ୍ଲ୍ୟୁଡି) ବିଭାଗ ରାସ୍ତା କାମରେ ବିଭିନ୍ନ ସମୟରେ ଦୁର୍ନୀତି ହେଉଥିବା ଅଭିଯୋଗ ଆସୁଥିଲେ ମଧ୍ୟ ଏଥିପ୍ରତି ଜିଲା ପ୍ରଶାସନ…

ନେରେଡ଼ି ପ୍ରକଳ୍ପକୁ ନେଇ ବିଜେଡିର ଉଦ୍‌ବେଗ: ଜମି ଅଧିଗ୍ରହଣ ପୂର୍ବରୁ ପ୍ରଭାବିତଙ୍କ ସହ ଆଲୋଚନା ଦାବି

ପାରଳାଖେମୁଣ୍ଡି, ୨୭।୮(ଗିରିଧାରୀ ପରିଚ୍ଛା): ନେରେଡ଼ି ବ୍ୟାରେଜ୍ ପ୍ରକଳ୍ପ ପାଇଁ ଗଜପତି ଜିଲା କାଶୀନଗର ତହସିଲ ଅଞ୍ଚଳରେ ପ୍ରାୟ ୧୦୬ ଏକର ଜମି ଅଧିଗ୍ରହଣ ପ୍ରସ୍ତୁତିକୁ ନେଇ ବିଜୁ…

ସ୍ୱାମୀଙ୍କ ଅତ୍ୟାଚାର ସହି ନ ପାରି ଶେଷରେ ବିଷ ପିଇଦେଲେ ସ୍ତ୍ରୀ! ମା’ ଛେଉଣ୍ଡ ହୋଇଗଲା ଛୋଟ ଛୁଆ

ଲାଞ୍ଜିଗଡ଼, ୨୭।୮ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ବ୍ଲକ ବିଜେପୁର ଥାନା ଅନ୍ତର୍ଗତ କାଣ୍ଡଗୁଡ଼ା ଗ୍ରାମରେ ଘରୋଇ କଳହରୁ ଜଣେ ମହିଳା ବିଷ ପିଇ…

ରାତିର ସୁଯୋଗ ନେଇ ଘରେ ପଶି ମହିଳାଙ୍କୁ ଅସଦାଚରଣ, ଅଭିଯୁକ୍ତକୁ ଧରି ଜେଲ୍ ପଠାଇଲା ଆନନ୍ଦପୁର ପୋଲିସ!

ବଞ୍ଚୋ, ୨୭।୮ (ପ୍ରଦୋଷ ବିଶ୍ୱାଳ): ଘରେ ପଶି ଜଣେ ମହିଳାଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଆନନ୍ଦପୁର ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri