ସ୍ତ୍ରୀଙ୍କୁ ପିଟି ପିଟି ହତ୍ୟା କଲା ନିଶାଶକ୍ତ ସ୍ବାମୀ

କେନ୍ଦୁଝର,୬।୬(ସ୍ବ.ପ୍ର.): କେନ୍ଦୁଝର ସହର ସାନ୍ତରାପୁର ସାହିରେ ଏକ ଅଭାବନୀୟ ଘଟଣା ଘଟିଛି। ନିଶାଶକ୍ତ ସ୍ବାମୀ ଆକ୍ରମଣରେ ସ୍ତ୍ରୀର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଏହି ଘଟଣା ଏବେ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟକର ସୃଷ୍ଟି କରିଛି। ସୂଚନାଯୋଗ୍ୟ, ସାନ୍ତରାପୁର ସାହିରେ ରହୁଥିବା ବାବୁଲି ପ୍ରଧାନ ରଙ୍ଗ ମିସ୍ତ୍ରୀ ଭାବେ କାମ କରେ। ଶୁକ୍ରବାର ରାତିରେ ପ୍ରଚୁର ମଦ ପିଇ ବାବୁଲି ଘରକୁ ଫେରିବା ପରେ ଘରେ ଖାଇବାକୁ ନେଇ ସ୍ତ୍ରୀ ମଞ୍ଜୁ ପ୍ରଧାନଙ୍କ ସହ ଝଗଡ଼ା କରିଥିଲେ। ଏହି କଳହ ଏତେ ଦୂର ବଢ଼ିଯାଇଥିଲା ଯେ, ଉତ୍ତ୍ୟକ୍ତ ମଦ୍ୟପ ସ୍ବାମୀ ସ୍ତ୍ରୀ ମଞ୍ଜୁଙ୍କୁ ପିଟି ପିଟି ମାରିଦେଇଥିବା ଅଭିଯୋଗ ହୋଇଛି। ଏହାପରେ ବାବୁଲି ମୃତଦେହକୁ ଏକ କନ୍ଥାରେ ଗୁଡ଼ାଇ ରଖିଥିବା ଦେଖିବାକୁ ମିଳିଛି। ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହକୁ ଉଦ୍ଧାର କରିବା ସହ ଅଭିଯୁକ୍ତ ସ୍ବାମୀ ବାବୁଲିଙ୍କୁ ଗିରଫ କରିଛି। ଏଥିସହ ବିଳମ୍ବିତ ରାତିରେ ପୋଲିସ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟରେ ତାଙ୍କର ସ୍ବାସ୍ଥ୍ୟ ପରୀକ୍ଷା କରିଥିବା ସୂଚନା ମିଳିଛି। ଅପରପକ୍ଷେ ଟାଉନ ଥାନା ପୋଲିସ ଏକ ହତ୍ୟା ମାମଲା ରୁଜୁ କରି ଘଟଣାର ଅଧିକ ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ ପୁଣି ୨ ଅଭିଯୁକ୍ତଙ୍କୁ ବ୍ରହ୍ମପୁର ପୋଲିସର ଏନ୍‌କାଉଣ୍ଟର

ଵ୍ରହ୍ମପୁର, ୨୬।୫:(ସୁବାସ ଚନ୍ଦ୍ର ପାଢ଼ୀ): ଆଉ ଅପରାଧୀଙ୍କୁ ତ୍ରାହି ନାହିଁ । ଵ୍ରହ୍ମପୁର ପୋଲିସ ବିଗତ କିଛି ଦିନ ହେବ ଅପରାଧୀଙ୍କୁ ଏନକାଉଣ୍ଟର ଜାରି ରଖିଛି ।…

ପୋଲିସକୁ ବଡ଼ ସଫଳତା: ବିପୁଳ ପରିମାଣର ଗଞ୍ଜେଇ ସହ ବେଆଇନ ବନ୍ଧୁକ-ଗୁଳି ଜବତ

ସମ୍ବଲପୁର,୨୫।୫(ପ୍ରମୋଦ ବହିଦାର):ସମ୍ବଲପୁର ଜିଲା ଚାରମାଳ ଥାନା ପୋଲିସ ଏକ ଆନ୍ତଃରାଜ୍ୟ ଗଞ୍ଜେଇ ଓ ବେଆଇନ ଅସ୍ତ୍ରଶସ୍ତ୍ର ଚାଲାଣର ପର୍ଦ୍ଦାଫାଶ କରିିଛି । ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା…

ରଣବୀରଙ୍କୁ ବାସନ୍ଦ କଲା ଫିଲ୍ମ କର୍ମଚାରୀ ସଂଘ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫ା୫:ଫାରହାନ୍‌ ଅଖତରଙ୍କ ନିର୍ଦ୍ଦେଶିତ ଆଗାମୀ ଚଳଚ୍ଚିତ୍ର ଡନ୍‌-୩ରୁ ଧୁରନ୍ଧର-୨ ଷ୍ଟାର ରଣବୀର ସିଂ ଅଚାନକ ଓହରିଯିବା ସହ ସହଯୋଗ ନ କରିବା କାରଣରୁ ଫେଡେରେଶନ ଅଫ୍‌ ଓ୍ବେଷ୍ଟର୍ନ…

ବାପାଙ୍କୁ ବ୍ରହ୍ମପୁର ଯିବି କହି ଭଡ଼ା ଘରେ ଝୁଲିପଡିଲେ ମହିଳା, ସନ୍ଦେହ ଘେରରେ…

ମୋହନା, ୨୫।୫( ମନ୍ମଥ ମିଶ୍ର ): ଜଣେ ବିବାହିତା ମହିଳା ବେକରେ ଶାଢ଼ି ବାନ୍ଧି ଭଡ଼ା ଘରେ ଆତ୍ମହତ୍ୟା କରିଥିବା ଜଣାପଡିଛି। ସୂଚନା ପ୍ରକାରେ ମୋହନା ନିବାସୀ…

ସୋସିଆଲ ଅଡିଟ ସମୟରେ ଯୁକ୍ତିତର୍କ, ୨ ମହିଳା ଭିଆରପିଙ୍କୁ ଠେଲିଦେଲେ…

ହାଟଡିହୀ,୨୫l୫(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ମରୈଗାଁ ଗ୍ରାମ ପଞ୍ଚାୟତ ସୋସିଆଲ ଅଡିଟ(ସାମାଜିକ ସମୀକ୍ଷା) କାର୍ଯ୍ୟରେ ନିୟୋଜିତ ଦୁଇ ମହିଳା ଭିଆରପି(ଭିଲେଜ ରିସୋର୍ସ ପର୍ସନ) ଏବଂ ସରପଞ୍ଚଙ୍କ…

ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଯୁବକଙ୍କ ଜୀବନ, ପୁଅକୁ ହରାଇ ଝୁରୁଛି ବେସାହାରା ମା’

ମୋହନା,୨୫।୫( ମନ୍ମଥ ମିଶ୍ର ): ବିଦ୍ୟୁତ୍‌ ଆଘାତରେ ଯୁବକ ମୃତ । ମୃତକ ହେଲେ ପୂର୍ଣ୍ଣ ମଲ୍ଲିକ ( ୨୫ )। ଏଭଳି ହୃଦୟ ବିଦାରକ ଦୃଶ୍ୟ…

ଗଞ୍ଜାମରେ ଧାରା-୩୦ ଲାଗୁ: ପୋଲିସର ବିନାନୁମତିରେ ହୋଇପାରିବ ନାହିଁ ରାଜନୈତିକ ସଭା, ୯୦ ଦିନ ଯାଏ…

ଭଞ୍ଜନଗର,୨୫।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ରାଜନୈତିକ ମତଭେଦ ହେତୁ ବିଭିନ୍ନ ଦଳର ସଦସ୍ୟମାନଙ୍କ ମଧ୍ୟରେ ଦୀର୍ଘଦିନ ଧରି ମତାନ୍ତର/ମନାନ୍ତର ଲାଗି ରହିଛି। ଏଭଳି ପରିସ୍ଥିତିର ସୁଯୋଗ ନେଇ…

ମାଟ୍ରିକରେ ଫେଲ୍‌ ହୋଇଯିବା ପରେ ଭୟରେ ଆନ୍ଧ୍ର ପଳାଇଥିଲେ ନାବାଳକ, ଏବେ ଗାଁକୁ ଫେରିଲେ ଶବ ହୋଇ…

ପଟ୍ଟାଙ୍ଗି, ୨୫।୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଗାଙ୍ଗରାଜପୁର ପଞ୍ଚାୟତର ସେଟରାଇ ଗ୍ରାମର ନାବାଳକ କାମେଶ ମାରି ପଡୋଶୀ ଆନ୍ଧ୍ର ରାଜ୍ୟରେ ଦୁର୍ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri