Posted inରାଜ୍ୟ

ସ୍ତ୍ରୀଙ୍କୁ ପିଟି ହତ୍ୟା କଲେ ସ୍ବାମୀ

ଟାଙ୍ଗୀ(ଖୋର୍ଦ୍ଧା),୨୫ା୧(ଡି.ଏନ.ଏ.): ଖୋର୍ଦ୍ଧା ଜିଲା ଟାଙ୍ଗୀ ଥାନା ଅନ୍ତର୍ଗତ ସୋରଣର ମାନସିଂହପୁର ଗ୍ରାମ ଗୋପବନ୍ଧୁ ସାହିରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ନିଶାଗ୍ରସ୍ତ ସ୍ବାମୀ ପିଟି ପିଟି ତାଙ୍କ ସ୍ତ୍ରୀଙ୍କୁ ହତ୍ୟା କରିଛନ୍ତି। ଏ ନେଇ ମୃତା ମହିଳାଙ୍କ ବାପଘର ଲୋକେ ଅଭିଯୋଗ ପରେ ପୋଲିସ ୨୦/୨୦ରେ ହତ୍ୟା ମାମଲା ରୁଜୁ କରିଛି। ଅଭିଯୋଗ ଅନୁଯାୟୀ, ୧୫ ବର୍ଷ ପୂର୍ବେ ଗ୍ରାମର ବନମାଳୀ ବେହେରା ପୁରୀ ଜିଲା କଣାସ ବ୍ଲକ୍‌ ଗୋପୀନାଥପୁର ପଞ୍ଚାୟତ ଜାଗୁଳେଇପଦର ଗ୍ରାମର ଦୁର୍ଯ୍ୟୋଧନ ବେହେରାଙ୍କ ବଡଝିଅ ବୁଲିଙ୍କୁ ବିବାହ କରିଥିଲେ। ତାଙ୍କର ୯ବର୍ଷର ପୁଅ ଓ ୭ ବର୍ଷର ଝିଅ ରହିଛି। ବନମାଳୀ ଅଧିକାଂଶ ସମୟରେ ନିଶା ସେବନ କରି ଘରକୁ ଆସୁଥିଲେ। ଗୁରୁବାର ରାତିରେ ସେ ନିଶାସକ୍ତ ଅବସ୍ଥାରେ ଘରକୁ ଆସି କୌଣସି କାରଣରୁ ସ୍ତ୍ରୀଙ୍କୁ ପିଟି ପିଟି ଲହୁଲୁହାଣ କରି ଦେଇଥିଲେ। କିଛି ସମୟ ମଧ୍ୟରେ ବୁଲିଙ୍କର ମୃତ୍ୟୁ ଘଟିଥିଲା। ପରେ ହତ୍ୟାକାରୀ ସ୍ବାମୀ ବନମାଳୀ ଘରେ ତାଲା ପକାଇ କୁଆଡେ ଫେରାର ହୋଇଯାଇଥିଲେ। ଖବର ପାଇ ବୁଲିଙ୍କ ବାପଘର ଲୋକେ ଶୁକ୍ରବାର ମାନସିଂହପୁରରେ ପହଞ୍ଚତ୍ ଘଟଣା ସମ୍ପର୍କରେ ଅବଗତ ହୋଇଥିଲେ। ପରେ ସେମାନେ ଏ ନେଇ ଟାଙ୍ଗୀ ଥାନାରେ ଅଭିଯୋଗ କରିଥିଲେ। ଟାଙ୍ଗୀ ଥାନାଧିକାରୀ ସରୋଜ କୁମାର ଉପାଧ୍ୟାୟ ଘଟଣାସ୍ଥଳରେ ପହଞ୍ଚତ୍ ମୃତଦେହ ଜବତ କରିଥିଲେ। ସାଇଣ୍ଟିଫିକ୍‌ ଟିମ୍‌ ସହ ପୋଲିସ ପହଞ୍ଚତ୍ ତଦନ୍ତ ଜାରିରଖିଛି। ମୃତଦେହ ବ୍ୟବଚ୍ଛେଦ ପାଇଁ ଖୋର୍ଦ୍ଧା ପଠାଯାଇଥିବା ବେଳେ ବନମାଳୀ ଫେରାର ଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାର ସଂସ୍କୃତି ପରମ୍ପରା ପାଳନରେ ବିଭାଗର ଖାମଖିଆଲି ମନୋଭାବ: ଓଡ଼ିଶାର ବରପୁତ୍ରଙ୍କୁ ଅଣଦେଖା

ପାରଳାଖେମୁଣ୍ଡି,୨ା୪(ଗିରିଧାରୀ ପରିଚ୍ଛା): ଓଡ଼ିଶା ଦିବସରେ ଓଡ଼ିଶାର ନିର୍ମାତାଙ୍କ ମାଟିରେ ଅପମାନ ଓ ଅବହେଳା ପରିଲକ୍ଷିତ ହୋଇଛି। ଓଡ଼ିଶା ଦିବସ ପାଳନରେ ସ୍ଥାନୀୟ ବୁଦ୍ଧିଜୀବୀ ଓ ବରିଷ୍ଠ ବ୍ୟକ୍ତିମାନଙ୍କୁ…

୫ ଜିଲାକୁ ଝଡ଼ବର୍ଷା, ଆଜି ଏସବୁ ଅଞ୍ଚଳରେ ଘଡ଼ଘଡ଼ି ସହ…

ଭୁବନେଶ୍ୱର,୨ା୪: ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ଗରମ ଅନୁଭୂତ ହେଉଥିବାବେଳେ ଉପକୂଳରେ ଥଣ୍ଡା ଅନୁଭୂତ ହେଉଛି। ଗତ କିଛିଦିନ ଧରି ରାଜ୍ୟରେ ଏପରି ତାପମାତ୍ରା ଦେଖିବାକୁ ମିଳୁଛି। ଏନେଇ…

ଖଣି, ଶିଳ୍ପାଞ୍ଚଳର ଗ୍ରାମାଞ୍ଚଳ ପାଠାଗାର ଚିନ୍ତା

ଯାଜପୁର,୨ା୪(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲାରେ କଲେଜ, ହାଇସ୍କୁଲ ଓ ସାଧାରଣ ପାଠାଗାର ପ୍ରାୟ ୪୦୦ ଭଳି ରହିଛି। କେତେକ ପାଠାଗାରରେ ୫୦ରୁ ୬୦ ବର୍ଷ ପୁରୁଣା ମୂଲ୍ୟବାନ…

ଚୋରାରେ ଚାଲିଛି ଗ୍ୟାସ୍‌ କାରବାର, ୯୦ ଘରୋଇ ସିଲିଣ୍ଡର ଜବତ

ମୋହନା,୨ା୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଅଞ୍ଚଳରୁ ଗୋଟିଏ ଗାଁରୁ ୯୦ଟି ଘରୋଇ ସିଲିଣ୍ଡର ଜବତ ହୋଇଛି। ଇରାନ ଓ ଆମେରିକା ଯୁଦ୍ଧ ଲାଗିବା ପରଠାରୁ…

ଓଡ଼ିଆକୁ ଜାଣ, ଓଡ଼ିଶାକୁ ଜାଣ: କାଶୀ ବିଶ୍ୱବିଦ୍ୟାଳୟରେ ଶୁଭିଲା ଓଡ଼ିଆଙ୍କ ସ୍ବର

ଭୁବନେଶ୍ୱର,୨।୪(ସୌମ୍ୟରଞ୍ଜନ ରାଉତ):ଓଡ଼ିଶା ଦିବସ ପାଳନ ଅବସରରେ ‘ଓଡ଼ିଆକୁ ଜାଣ, ଓଡ଼ିଶାକୁ ଜାଣ’ ଶୀର୍ଷକ ୨ଦିନିଆ ଜାତୀୟ ସମ୍ମିଳନୀର ୨ୟ ସଂସ୍କରଣ କାଶୀ ହିନ୍ଦୁ ବିଶ୍ବବିଦ୍ୟାଳୟ ବାରାଣସୀରେ ଉଦ୍‌ଘାଟିତ…

୩ ବର୍ଷ ପରେ ଖୋଲିଲା ପୋଲ, ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

କୋରାପୁଟ,୨ା୪(ଅମିତାଭ ବେହେରା): ଦୀର୍ଘ ୩ ବର୍ଷ ୭ ମାସର ପ୍ରତୀକ୍ଷା ପରେ ବୁଧବାର ଏନ୍‌ଏଚ୍‌-୩୨୬ର ବଙ୍ଗଳାଗୁଡା ପୋଲରେ ଯାତାୟାତ ସୱାଭାବିକ ହୋଇଛି। କୋରାପୁଟ ଜିଲା ବଙ୍ଗଳାଗୁଡ଼ା ନିକଟରେ…

ଚାଲିଥିଲା ଗ୍ରାମସଭା: ଗୁପ୍ତାଙ୍ଗ ଦେଖାଇଲେ ଯୁବକ, ଆଉ ତା’ ପରେ ଘଟିଲା…

ନିରାକାରପୁର,୨ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଇଲାକାରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଗାଁର ସଭା ଚାଲିଥିବା ବେଳେ ଗ୍ରାମର ଜଣେ ଯୁବକ…

ଶେଷରେ ଏମିତି କହିଦେଲେ ନିଶିକାନ୍ତ ଦୁବେ: ଯଦି ବାଧିଥାଏ…

ଭୁବନେଶ୍ୱର, ୨।୪(ସୁନିତ୍‌ ମିଶ୍ର):ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ବାବଦରେ ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ବିବାଦୀୟ ବୟାନକୁ ନେଇ ରାଜନୀତି ଥମିବାର ନାଁ ଧରୁନାହିଁ। ସବୁଆଡୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri