Posted inରାଜ୍ୟ

ସ୍ତ୍ରୀଙ୍କୁ ପିଟି ହତ୍ୟା କଲେ ସ୍ବାମୀ

ଟାଙ୍ଗୀ(ଖୋର୍ଦ୍ଧା),୨୫ା୧(ଡି.ଏନ.ଏ.): ଖୋର୍ଦ୍ଧା ଜିଲା ଟାଙ୍ଗୀ ଥାନା ଅନ୍ତର୍ଗତ ସୋରଣର ମାନସିଂହପୁର ଗ୍ରାମ ଗୋପବନ୍ଧୁ ସାହିରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ନିଶାଗ୍ରସ୍ତ ସ୍ବାମୀ ପିଟି ପିଟି ତାଙ୍କ ସ୍ତ୍ରୀଙ୍କୁ ହତ୍ୟା କରିଛନ୍ତି। ଏ ନେଇ ମୃତା ମହିଳାଙ୍କ ବାପଘର ଲୋକେ ଅଭିଯୋଗ ପରେ ପୋଲିସ ୨୦/୨୦ରେ ହତ୍ୟା ମାମଲା ରୁଜୁ କରିଛି। ଅଭିଯୋଗ ଅନୁଯାୟୀ, ୧୫ ବର୍ଷ ପୂର୍ବେ ଗ୍ରାମର ବନମାଳୀ ବେହେରା ପୁରୀ ଜିଲା କଣାସ ବ୍ଲକ୍‌ ଗୋପୀନାଥପୁର ପଞ୍ଚାୟତ ଜାଗୁଳେଇପଦର ଗ୍ରାମର ଦୁର୍ଯ୍ୟୋଧନ ବେହେରାଙ୍କ ବଡଝିଅ ବୁଲିଙ୍କୁ ବିବାହ କରିଥିଲେ। ତାଙ୍କର ୯ବର୍ଷର ପୁଅ ଓ ୭ ବର୍ଷର ଝିଅ ରହିଛି। ବନମାଳୀ ଅଧିକାଂଶ ସମୟରେ ନିଶା ସେବନ କରି ଘରକୁ ଆସୁଥିଲେ। ଗୁରୁବାର ରାତିରେ ସେ ନିଶାସକ୍ତ ଅବସ୍ଥାରେ ଘରକୁ ଆସି କୌଣସି କାରଣରୁ ସ୍ତ୍ରୀଙ୍କୁ ପିଟି ପିଟି ଲହୁଲୁହାଣ କରି ଦେଇଥିଲେ। କିଛି ସମୟ ମଧ୍ୟରେ ବୁଲିଙ୍କର ମୃତ୍ୟୁ ଘଟିଥିଲା। ପରେ ହତ୍ୟାକାରୀ ସ୍ବାମୀ ବନମାଳୀ ଘରେ ତାଲା ପକାଇ କୁଆଡେ ଫେରାର ହୋଇଯାଇଥିଲେ। ଖବର ପାଇ ବୁଲିଙ୍କ ବାପଘର ଲୋକେ ଶୁକ୍ରବାର ମାନସିଂହପୁରରେ ପହଞ୍ଚତ୍ ଘଟଣା ସମ୍ପର୍କରେ ଅବଗତ ହୋଇଥିଲେ। ପରେ ସେମାନେ ଏ ନେଇ ଟାଙ୍ଗୀ ଥାନାରେ ଅଭିଯୋଗ କରିଥିଲେ। ଟାଙ୍ଗୀ ଥାନାଧିକାରୀ ସରୋଜ କୁମାର ଉପାଧ୍ୟାୟ ଘଟଣାସ୍ଥଳରେ ପହଞ୍ଚତ୍ ମୃତଦେହ ଜବତ କରିଥିଲେ। ସାଇଣ୍ଟିଫିକ୍‌ ଟିମ୍‌ ସହ ପୋଲିସ ପହଞ୍ଚତ୍ ତଦନ୍ତ ଜାରିରଖିଛି। ମୃତଦେହ ବ୍ୟବଚ୍ଛେଦ ପାଇଁ ଖୋର୍ଦ୍ଧା ପଠାଯାଇଥିବା ବେଳେ ବନମାଳୀ ଫେରାର ଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି

ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି  E-KYC ଅବଧି...

ପୁରୀ ହେଲା ମହାନଗର ନିଗମ: ଚଣ୍ଡିଖୋଲ ସମେତ ଏସବୁ ସହର ହେଲା NAC

ଭୁବନେଶ୍ବର,୩୧ା୧୨: ନୂଆ ବର୍ଷ ପୂର୍ବରୁ ରାଜ୍ୟର ପୌର ପ୍ରଶାସନ କ୍ଷେତ୍ରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ପବିତ୍ର ପୁରୀ ସହରକୁ ସରକାର ମହାନଗର ନିଗମର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri