ସ୍ତ୍ରୀଙ୍କୁ ଭୁଜାଲିରେ ମରଣାନ୍ତକ ଆକ୍ରମଣ କରି ସ୍ବାମୀଙ୍କ ଆତ୍ମହତ୍ୟା

ଆନନ୍ଦପୁର,୨୬।୬(ସ୍ବ.ପ୍ର.)- କେନ୍ଦୁଝର ଜିଲା ଘସିପୁରା ଥାନା ବାରିଗାଁ ଗ୍ରାମରେ ଏକ ଅଭାବନୀୟ ଘଟଣାକ୍ରମରେ ବୃଦ୍ଧ ସ୍ବାମୀ ନିଜ ପତ୍ନୀଙ୍କୁ ଏକ ଭୁଜାଲିରେ ଆକ୍ରମଣ କରି ବିଷପିଇ ଆତ୍ମହତ୍ୟା କରିବା ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି। ମୃତ ସ୍ବାମୀ ହେଲେ ନବଘନ ସାହୁ(୬୫)।  ସ୍ତ୍ରୀ ମଞ୍ଜୁଲତା ସାହୁ(୫୨) ଗୁରୁତର ଅବସ୍ଥାରେ କଟକ ବଡ଼ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି।

ସୂଚନାନୁଯାୟୀ, ଗ୍ରାମର ନବଘନ ବୁଧବାର ଭୋର ପ୍ରାୟ ୪ଟା ସମୟରେ ଏକ ଭୁଜାଲିରେ ମଞ୍ଜୁଲତାଙ୍କୁ ଆକ୍ରମଣ କରିଥିଲେ। ଏଥିରେ ମଞ୍ଜୁଲତା ଗୁରୁତର ଆହତ ହୋଇଥିଲେ। ପରିବାର ଲୋକେ ପ୍ରଥମେ ତାଙ୍କୁ ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟରେ ପ୍ରାଥମିକ ଚିକିତ୍ସା କରିବା ପରେ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରିଥିଲେ। ସେଠାରେ ମଞ୍ଜୁଲତା ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଥିବା ଖବର ମିଳିଛି। ଅପରପକ୍ଷେ ପତ୍ନୀଙ୍କୁ ଆକ୍ରମଣ କରବା ପରେ ସ୍ବାମୀ ନବଘନ ଘରୁ ବାହାରକୁ ଯାଇ ନିକଟସ୍ଥ ଏକ ପଳାଶବଣରେ ବିଷ ପିଇ ଆତ୍ମହତ୍ୟା କରିଥିବା ଖବର ମିଳିଛି। ନବଘନ ଘରୁ ପଳାଇବା ପରେ ପରିବାର ଲୋକେ ତାଙ୍କୁ ବହୁ ଖୋଜାଖୋଜି କରିଥିଲେ। ଜମିକୁ କାମ କରିବାକୁ ଯାଇଥିବା କିଛି ଲୋକ ନବଘନ ପଳାଶ ବଣରେ ପଡିଥିବା ସୂଚନା ଦେଇଥିଲେ। ପରେ ତାଙ୍କୁ ଉଦ୍ଧାର କରାଯାଇ ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଘଟଣାକୁ ନେଇ ଡାକ୍ତରଖାନାରେ ଶୋକାକୂଳ ପରିବେଶ ସୃଷ୍ଟି ହୋଇଥିଲା। ଘଟଣା ସ୍ଥଳରେ ଘସିପୁରା ଆଇଆଇସି ବିରଞ୍ଚି ବାଗ୍‌ ଉପସ୍ଥିତ ରହି ତଦନ୍ତ ଚାଲୁ ରଖିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀରାମ ନବମୀ ଶୋଭାଯାତ୍ରାରେ ଯୁବକଙ୍କୁ ବ୍ଲେଡ୍‌ରେ ଆକ୍ରମଣ ପରେ ହତ୍ୟା ଉଦ୍ୟମ, ୪ଜଣଙ୍କୁ ବାନ୍ଧି…

ଦିଗପହଣ୍ଡି, ୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ ଶ୍ରୀରାମ ନବମୀ ଯାତ୍ରା ଅବସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୋଭାଯାତ୍ରା…

ସମ୍ପର୍କରେ ଲାଗିଲା କଳଙ୍କ: ଜ୍ୱାଇଁଙ୍କ ସହ ଶାଶୁ ଫେରାର, ମୋବାଇଲ ଲୋକେସନ ଖୋଲିଦେଲା ସବୁ ଗୁମର

ରାଞ୍ଚି,୪ା୪: ଝାଡ଼ଖଣ୍ଡର ଦୁମକା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଶାଶୁ-ଜ୍ୱାଇଁଙ୍କ ପରି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ସରିଆହାଟ ଥାନା ଅଞ୍ଚଳର ମଥାକେସୋ…

ଷ୍ଟୋଭ ନିଆଁରୁ ହୁତୁହୁତୁ ହୋଇ ଜଳିଗଲା ସି-ଫୁଡ ଟ୍ରକ, ଡ୍ରାଇଭର…..

ବାଲେଶ୍ୱର,୪ା୪( ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ନଂ ଜାତୀୟ ରାଜପଥର ଖନ୍ତାପଡ଼ା ଥାନା ଅନ୍ତର୍ଗତ ଶେରଗଡ଼ ଢ଼ାବା ନିକଟରେ ଜଳିଲା ଟ୍ରକ । ଶନିବାର ଏକ ସି ଫୁଡ…

କେନାଲରୁ ମିଳିଲା ଶୁଭଲକ୍ଷ୍ମୀଙ୍କ ମୃତଦେହ, ହତ୍ୟା ସନ୍ଦେହ, ପଡ଼ୋଶୀ ଘରକୁ ପଶିଲା ସନ୍ଧାନୀ କୁକୁର

ରାଜନଗର, ୪ା୪(ଭାସ୍କର ରାଉତରାୟ): ନିଖୋଜ ଥିବା ଶୁଭଲକ୍ଷ୍ମୀଙ୍କ ମୃତଦେହ ଶୁକ୍ରବାର କେନାଲରୁ ମିଳିଛି। ଗାଁ ନିକଟ କେନାଲରେ ଖୋଜାଖୋଜି ପୂର୍ବରୁ ମୃତଦେହ ଭାସି ଆସିଥିବା ଦେଖିବାକୁ ମିଳିଥିଲା।…

ଠାକୁରଘରେ ପଶିିଯିବାରୁ ଦଳିତ ବୃଦ୍ଧାଙ୍କୁ ଆକ୍ରମଣ, ଥାନାର ଦ୍ୱାରସ୍ଥ ହେବା ପରେ…

ପଟ୍ଟାମୁଣ୍ଡାଇ,୪ା୪(କଳ୍ପତରୁ ନାୟକ): କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅଧିନ ଖଣତା ଗ୍ରାମର ଜଣେ ଦଳିତ ମାନସିକ ବିକାରଗ୍ରସ୍ତ ବୃଦ୍ଧାଙ୍କୁ ଗୁରୁବାର ଆକ୍ରମଣ ହୋଇଛି। ଗ୍ରାମର ଜଣଙ୍କ…

ବାରଣ୍ଡାରେ ଶୋଇଥିଲେ ମା’, ବିଷ ଦେଇଦେଲେ ପୁଅ: ଆଉ ତା’ପରେ…

ଭୋଗରାଇ,୪ା୪(ପ୍ରଦୀପ ଦାସ):ଘରେ ପୁଅଟିଏ ଜନ୍ମ ହେଲେ କୁଳ ରକ୍ଷା ହେବ। ପରିଣତ ବୟସରେ ମା’ବାପାଙ୍କ ସାହାରା ହେବା ସହ ମୃତ୍ୟୁ ପରେ ମୁଖାଗ୍ନି ଦେବ, ଏଭଳି ଅନେକ…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଯୁବକଙ୍କୁ ହତ୍ୟା କରି ଟାଙ୍ଗିଦେଲେ, ଛାନ୍‌ଭିନ୍‌ କରୁଛି ସାଇଣ୍ଟିଫିକ୍‌ ଟିମ୍‌

ବାଲେଶ୍ୱର,୩ା୪(ବାଞ୍ଛାନିଧି ଦେ): ଏକ ପରିତ୍ୟକ୍ତ ଘରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ମାଳ ଗାଁରେ ଘଟିଛି ଏପରି ଅଭାବନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri