ସ୍ତ୍ରୀଙ୍କୁ ହତ୍ୟା ଅଭିଯୋଗରେ ସ୍ବାମୀ ଗିରଫ

ଦିଗପହଣ୍ଡି,୩୦ା୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି କାନରା ବ୍ୟାଙ୍କ ସମ୍ମୁଖରେ ଏକ ଭଡ଼ା ଘରେ ରହୁଥିବା ଗର୍ଭବତୀ ସୁଜାତା ସେଠୀଙ୍କୁ ଅଧିକା ଯୌତୁକ ପାଇଁ ସ୍ବାମୀ ଓ ଶ୍ୱଶୁର ଘର ଲୋକେ ମିଳିମିଶି ହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତକଙ୍କ ବାପା ସନ୍ତୋଷଙ୍କ ଏତଲାକୁ ଭିତ୍ତିକରି ଦିଗପହଣ୍ଡି ପୋଲିସ ନଂ. ୨୮୮/୨୦ ଅନୁଯାୟୀ ସୋମବାର ସୁଜାତାଙ୍କ ସ୍ବାମୀ ଚିତ୍ତରଞ୍ଜନ ସେଠୀଙ୍କୁ ଗିରଫ କରିଛି। ମଙ୍ଗଳବାର ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯିବ ବୋଲି ଆଇଆଇସି ବସନ୍ତ କୁମାର ସେଠୀ କହିଛନ୍ତି।
ପ୍ରକାଶ ଯେ, ବିଜୟ ପଦ୍ମନାଭପୁର ଗ୍ରାମର ସହଦେବ ସେଠୀଙ୍କ ପୁତ୍ର ଚିତ୍ତରଞ୍ଜନ ଗାଡ଼ି ଚାଳକ ଭାବେ କାମ କରନ୍ତି। ୨୦୧୭ରେ ସେହି ଗାଁର ସୁଜାତାଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଚିତ୍ତରଞ୍ଜନ ଅପହରଣ କରିଥିବା ଅଭିଯୋଗ ହୋଇଥିଲା। ପରେ ସୁଜାତାଙ୍କୁ ସେ ଗୋକର୍ଣ୍ଣପୁର ଗ୍ରାମର ଏକ ଭଡ଼ା ଘର ନେଇ ରଖିଥିଲେ। ଉଭୟ ପରିବାର ସହମିତିରେ ସେମାନଙ୍କ ବିବାହ ହୋଇଥିଲା। ସ୍ବାମୀ ଓ ଶ୍ୱଶୁର ଘର ଲୋକଙ୍କ ଦାବି ମୁତାବକ ସମସ୍ତ ଯୌତୁକ ଦିଆଯାଇଥିଲା। କିଛି ଦିନ ଭଲରେ ରହିବା ପରେ ଅଧିକା ଯୌତୁକ ପାଇଁ ସ୍ବାମୀ ଓ ଶ୍ୱଶୁର ଘର ଲୋକେ ସୁଜାତାଙ୍କୁ ନିର୍ଯାତନା ଦେଉଥିଲେ। ଏ ନେଇ ସୁଜାତା ଦିଗପହଣ୍ଡି ଥାନାରେ ଏତଲା ଦେଇଥିଲେ। ପୋଲିସ ଉଭୟ ପରିବାର ଲୋକଙ୍କ ଉପସ୍ଥିତିରେ ସ୍ବାମୀ – ସ୍ତ୍ରୀଙ୍କ ମଧ୍ୟରେ ଆପୋଷ ସମାଧାନ କରିଥିଲା। ସୁଜାତା ଗର୍ଭବତୀ ଥିବା ବେଳେ ଗତ ରବିବାର ତାଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଥିଲା। ସୋମବାର ସକାଳେ ଚିକିଟି ଏସ୍‌ଡିପିଓ ସୁରେନ୍ଦ୍ରନାଥ ମୁର୍ମୁ, ସ୍ଥାନୀୟ ଅତିରିକ୍ତ ତହସିଲଦାର ତଥା ଏକଜିକ୍ୟୁଟିଭ ମାଜିଷ୍ଟ୍ରେଟ ରମେଶ ଚନ୍ଦ୍ର ବେହେରାଙ୍କ ଉପସ୍ଥିତିରେ ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ପଠାଇଥିଲା। ବ୍ୟବଚ୍ଛେଦ ପରେ ମୃତଦେହ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି। ରବିବାର ସ୍ବାମୀ ସ୍ତ୍ରୀଙ୍କ ମଧ୍ୟରେ ପାଟି ତୁଣ୍ଡ ହୋଇଥିଲା ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଥିବା ଆଇଆଇସି କହିଛନ୍ତି। ବ୍ୟବଚ୍ଛେଦ ରିପୋର୍ଟ ମିଳିବା ପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ଓଡ଼ିଶା ପୋଲିସ ପ୍ରଗତି ଡ୍ୟାସବୋର୍ଡ ରାଙ୍କିଙ୍ଗ୍‌: ପୁରୁଷୋତ୍ତମପୁର ଏସ୍‌ଡିପିଓ, ଗଞ୍ଜାମ ଥାନା ପ୍ରଥମ

ଗଞ୍ଜାମ/ଛତ୍ରପୁର, ୧ା୧ (ଅନାଥ ତରାଇ/ଦିଲୀପ ସାମଲ)- ଓଡ଼ିଶା ପୋଲିସର କ୍ରାଇମ ଆଣ୍ଡ କ୍ରିମିନାଲ ଟ୍ରାକିଙ୍ଗ୍‌ ନେଟ୍‌ୱର୍କ ଆଣ୍ଡ ସିଷ୍ଟମ (ସିସିଟିଏନ୍‌ଏସ୍‌) ଅଧୀନରେ ପ୍ରଗତି ଡ୍ୟାସବୋର୍ଡର ର଼୍ୟାକିଙ୍ଗ୍‌...

ଅବ୍ୟବସ୍ଥା ଘେରରେ ମୋହନା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଡାକ୍ତରଙ୍କ ମରୁଡି, କାମରେ ଆସୁନି …

ମୋହନା,୧। ୧(ମନ୍ମଥ ମିଶ୍ର): କେନ୍ଦ୍ର ଓ ରାଜ୍ୟ ସରକାର ସ୍ୱାସ୍ଥ୍ୟ ସେବା ପାଇଁ କୋଟି କୋଟି ଟଙ୍କା ପାଣି ଭଳିଆ ଖର୍ଚ୍ଚ କରି ଚାଲିଛନ୍ତି। କିନ୍ତୁ...

ଗଞ୍ଜାମ ଜିଲା ଭାଜପା  ସମ୍ପାଦକ ଭାବେ ମନୋନୀତ ହେଲେ ଦୁର୍ଯ୍ୟୋଧନ ରେଡ୍ଡି, ଗୁରୁ ଦାୟିତ୍ୱ ମିଳିବା ପରେ…

ଗଞ୍ଜାମ,୧।୧(ବିଦ୍ୟାଧର ସାହୁ /ଦିଲ୍ଲୀପ ସାମଲ): ଭାରତୀୟ ଜନତା ପାର୍ଟି(ଭାଜପା) ଗଞ୍ଜାମ ଜିଲା ସମ୍ପାଦକ ଭାବେ ଏନ୍‌ ଦୁର୍ଯ୍ୟୋଧନ ରେଡ୍ଡି (ପିତୁ ଭାଇ)ଙ୍କୁ ମନୋନୀତ କରିଛି ।...

ନୂଆବର୍ଷରେ କର୍ମୀଙ୍କ ବ୍ୟାନର ଓ୍ବାର, ନୂଆନୂଆ ଚେହେରା ଦେଖି…

ଧର୍ମଶାଳା,୧ା୧(ଶିବପ୍ରସାଦ ମହାନ୍ତି): ବିଦାୟ ନେଇଛି ବର୍ଷ ୨୦୨୫, ଆରମ୍ଭ ହୋଇଛି ନବବର୍ଷ ୨୦୨୬। ଏଥିପାଇଁ ଅନେକ ପ୍ରସ୍ତୁତି ମଧ୍ୟ ହୋଇଛି। ସବୁଠି ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri