ସ୍ତ୍ରୀଙ୍କୁ ହତ୍ୟା ମାମଲା: ଅଭିଯୁକ୍ତ ସ୍ବାମୀଙ୍କୁ ୭ବର୍ଷ ଜେଲ୍‌

କଟକ ଅଫିସ୍‌, ୧୪।୮: ସ୍ତ୍ରୀଙ୍କୁ ତଣ୍ଟି ଚିପି ହତ୍ୟା ମାମଲାରେ କଟକ ଅତିରିକ୍ତ ଜିଲା ଦୌରାଜଜ୍‌-୩ ବନ୍ଦନା କର ମଙ୍ଗଳବାର ଅଭିଯୁକ୍ତ ସ୍ବାମୀଙ୍କୁ ୭ବର୍ଷ କାରାଦଣ୍ଡ ଓ ୧୦ହଜାର ଟଙ୍କା ଜରିମାନା ଆଦେଶ ଦେଇଛନ୍ତି। ଜରିମାନା ଅନାଦାୟ ଅଧିକ ୬ମାସ ଜେଲ୍‌ଦଣ୍ଡ ଭୋଗିବାକୁ ପଡ଼ିବ ବୋଲି ରାୟରେ ଉଲ୍ଲେଖ ରହିଛି। ସରକାରଙ୍କ ତରଫରୁ ୨୧ଜଣ ସାକ୍ଷୀ ଓ ମୁଦାଲାଙ୍କ ତରଫରୁ ୪ଜଣ ସାକ୍ଷୀଙ୍କ ବୟାନ ଆଧାରରେ ବିଚାରପତି ଆଇପିସି ଧାରା ୩୦୪ (୨) ଅନୁଯାୟୀ ଅଭିଯୁକ୍ତ ଦେବୀପ୍ରସାଦ ତ୍ରିପାଠୀଙ୍କୁ ଏହି ଦଣ୍ଡାଦେଶ କରିଛନ୍ତି। ତେବେ ତାଙ୍କ ମା’ ମନୋରମା ତ୍ରିପାଠୀଙ୍କୁ ଦୋଷମୁକ୍ତ କରିଛନ୍ତି।
କଟକ ବାଦାମବାଡ଼ି ଥାନା ଅଞ୍ଚଳର ଶ୍ରୀରାମନଗରସ୍ଥ ଦେବୀ ପ୍ରସାଦ ଗତ ୨୦୧୩ ମେ ୧୨ରେ ଭୁବନେଶ୍ୱର ଜୟଦେବବିହାର ଅଞ୍ଚଳର ପ୍ରଜ୍ଞା ପାରମିତା ମିଶ୍ରଙ୍କୁ ବିବାହ କରିଥିଲେ। ଦେବୀପ୍ରସାଦ ଝୋଲାସାହିସ୍ଥିତ ଏଚ୍‌ଡିଏଫ୍‌ସି ବ୍ୟାଙ୍କରେ ମ୍ୟାନେଜର ଭାବେ କାର୍ଯ୍ୟ କରୁଥିବାବେଳେ ପ୍ରଜ୍ଞା ଭୁବନେଶ୍ୱର ଜଳସେଚନ ବିଭାଗରେ କାର୍ଯ୍ୟ କରୁଥିଲେ। ୨୦୧୫ ଜାନୁୟାରୀ ୨୬ରେ ଉଭୟଙ୍କ ମଧ୍ୟରେ ପ୍ରବଳ ପାଟିତୁଣ୍ଡ ହୋଇଥିଲା। ଏଥିରେ ଉତ୍‌କ୍ଷିପ୍ତ ହୋଇ ଦେବୀପ୍ରସାଦ ତଣ୍ଟି ଚିପି ଦେବାରୁ ପ୍ରଜ୍ଞାଙ୍କର ମୃତ୍ୟୁ ଘଟିଥିଲା। ଏହାପରେ ଦେବୀପ୍ରସାଦ ବାଦାମବାଡ଼ି ଥାନାରେ ଆତ୍ମସମର୍ପଣ କରିଥିଲେ। ପ୍ରଜ୍ଞାଙ୍କ ପରିବାର ପକ୍ଷରୁ କଟକ ମହିଳା ଥାନାରେ ଯୌତୁକଜନିତ ହତ୍ୟା ନେଇ ଏକ ଅଭିଯୋଗ ଦାଖଲ କରାଯାଇଥିଲା। ପରେ ବାଦାମବାଡ଼ି ପୋଲିସ ଅଭିଯୁକ୍ତ ଦେବୀପ୍ରସାଦଙ୍କୁ କୋର୍ଟ ଚାଲାଣ କରିଥିଲା। ସରକାରଙ୍କ ପକ୍ଷରୁ ଅତିରିକ୍ତ ପିପି ବିଜୟ କୁମାର ମହାନ୍ତି ମାମଲା ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri