ସେମିଳିିଗୁଡା, ୧୦।୧୨(ସ୍ବ.ପ୍ର)- ହସ୍ପିଟାଲରେ ସ୍ତ୍ରୀଙ୍କ ଗର୍ଭ ନଷ୍ଟ କରାଯାଇଥିବା ଖବର ଶୁଣି ସ୍ବାମୀ ସୋମବାର ଆତ୍ମହତ୍ୟା କରିଛନ୍ତି ା ପୁଅ ଘର ଲୋକ ମୃତଦେହକୁ ଝିଅ ଘର ବାରଣ୍ଡାରେ ରଖି ବସିଛନ୍ତି ା ମୃତକଙ୍କ ସ୍ତ୍ରୀ ନ ଆସିବା ପର୍ଯ୍ୟନ୍ତ ମୃତଦେହ ଉଠାଇବେ ନାହିଁ ବୋଲି ପୁଅ ଘର ଲୋକେ ଅଡ଼ି ବସିଛନ୍ତି ା ଏହିପରି ଏକ ଅଭାବନୀୟ ଘଟଣା କୋରାପୁଟ ଜିଲା ସେମିଳିଗୁଡ଼ା ଗାନ୍ଧୀନଗର ଅଞ୍ଚଳରେ ଘଟିଛି ା
ଗାନ୍ଧୀନଗରର ବାଦଲ ବେହେରା ସେମିଳିଗୁଡ଼ାସ୍ଥିତ ଶ୍ରୀରାମନଗରସ୍ଥିତ ମିନୁ ଜୈନଙ୍କୁ ପ୍ରେମ ବିବାହ କରିଥିଲେ ା ଏହି ବିବାହକୁ ଝିଅ ଘର ଲୋକେ ବିରୋଧ କରି ଆସୁଥିଲେ ା ଏମିତି କି ଝିଅ ବାଦଲଙ୍କ ପାଖରେ ରହିବାକୁ ଇଚ୍ଛା କରୁନାହିଁ ା ସେ ଜବରଦସ୍ତି ରଖି ନିର୍ଯାତନା ଦେଉଥିବା ନେଇ ଝିଅ ଘର ଲୋକେ ଥାନାରେ ଅଭିଯୋଗ କରିଥିଲେ ା ପୋଲିସ ବାଦଲଙ୍କୁ ଡ଼ାକି ବୁଝାଶୁଝା କରିଥିଲା ା ଏହାକୁ ନେଇ ବାଦଲ ଅଶାନ୍ତିରେ ରହୁଥିଲେ ା ପରେ ତାଙ୍କ ସ୍ତ୍ରୀଙ୍କୁ ବାପ ଘର ଲୋକ ନେଇ ଯାଇଥିଲେ ା ତାଙ୍କ ସ୍ତ୍ରୀ ୭ ମାସର ଗର୍ଭବତୀ ଥିଲେ ା ବିଶାଖାପାଟଣାର ଏକ ଘରୋଇ ହସ୍ପିଟାଲରେ ତାଙ୍କ ସ୍ତ୍ରୀଙ୍କ ଗର୍ଭ ନଷ୍ଟ କରାଯାଉଥିବା ଖବର ପାଇ ବାଦଲ ସୋମବାର ଆତ୍ମହତ୍ୟା କରିଛନ୍ତି ା ପରେ ମୃତଦେହକୁ ନେଇ ବାଦଲଙ୍କ ପରିବାର ଲୋକେ ଝିଅ ଘର ବାରଣ୍ଡାରେ ବସିଛନ୍ତି ା ଯଦି ଝିଅର ଗର୍ଭ ନଷ୍ଟ କରାଯାଇଥିବ, ତାହାହେଲେ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରିଛନ୍ତି ା ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ବୁଝାଶୁଝା କରୁଛି ା
ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ: ୨କୋଠା ୭ପ୍ଲଟ୍, କେଜିଏ ସୁନା
ଭୁବନେଶ୍ୱର,୨୬।୧୨: ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ କଲା ଭିଜିଲାନ୍ସ। ଫରେଷ୍ଟରଙ୍କର ଭୁବନେଶ୍ବର ଝାରପଡ଼ାରେ ଅଛି ୨ଟି ବହୁତଳ କୋଠା। ଭୁବନେଶ୍ବର ସମେତ ଜଗତସିଂହପୁର...
ବଡ଼ଧରଣର ଭିଜିଲାନ୍ସ ରେଡ୍: ଏକକାଳୀନ ଫରେଷ୍ଟରଙ୍କ ୫ଟି ଠିକଣାରେ ଚଢ଼ାଉ
କୋରାପୁଟ,୨୬।୧୨(କୃତ୍ତିବାସ ପ୍ରଧାନ/ବାସୁଦେବ ବରାଡ଼): ଆୟ ବହିର୍ଭୂତ ସମ୍ପତ୍ତି (DA) ଠୁଳ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ବିଭାଗ ପକ୍ଷରୁ ଶୁକ୍ରବାର କୋରାପୁଟ ଫରେଷ୍ଟ ଡିଭିଜନ୍ର ଫରେଷ୍ଟର ନିରଞ୍ଜନ...
ଚଳନ୍ତା ଟ୍ରକକୁ ପଛପଟୁ ଧକ୍କା ଦେଲା ଆଉ ଏକ ଟ୍ରକ, ଅଳ୍ପକେ ବର୍ତ୍ତିଗଲେ ଡ୍ରାଇଭର
ପଟ୍ଟାଙ୍ଗି, ୨୩।୧୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମାସ୍ଥିତ ପଡାଲଗୁଡା ଛକ ଉପରେ ଚଳନ୍ତା ଟ୍ରକକୁ ଅନ୍ୟ ଏକ ଟ୍ରକ ପଛ...
‘ପରବ’ର ଚତୁର୍ଥ ସନ୍ଧ୍ୟାରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ପ୍ରକଳ୍ପ ଘୋଷଣା କରି…
କୋରାପୁଟ,୨୧ା୧୨(ଅମିତାଭ ବେହେରା): ଜାତୀୟସ୍ତରୀୟ ଆଦିବାସୀ ଲୋକ ମହୋତ୍ସବ ‘ପରବ’ ରବିବାର ଅନୁଷ୍ଠିତ ହେବାକୁ ଥିବା ଚତୁର୍ଥ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥିଭାବେ...
ଓଲଟିଲା ଗୋରୁ ବୋଝେଇ କ୍ୟାଣ୍ଟର: ୫୦ରୁ ଉର୍ଦ୍ଧ୍ୱ ଗୋରୁ ମୃତ
କୋଟପାଡ଼,୨୦।୧୨(କେ. ରାଜଶେଖର ରାଓ): କୋରାପୁଟ ଜ଼ିଲା କୋଟପାଡ଼ରେ ଘୁମର ପଞ୍ଚାୟତ ପୂର୍ତ୍ତ ବିବାଗ ଜୟପୁରକୁ ସଂଯୋଗ କରୁଥିବା ରାସ୍ତା ଉପରେ ଏକ ଗୋରୁ ବୋଝେଇ କ୍ୟାଣ୍ଟର...
ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ
ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...
ଆର୍ଟିଓ ଅଫିସ ନିକଟରେ ବ୍ରେକ୍ ଫେଲ୍ ହେଲା ମିନି ଟ୍ରକ୍, ୨ କାର୍ ସହ ୧୦ରୁ ଊର୍ଦ୍ଧ୍ୱ ବାଇକ୍ ନଷ୍ଟ
କୋରାପୁଟ,୧୯ା୧୨(ଅମିତାଭ ବେହେରା): କୋରାପୁଟ ଆରଟିଓ କାର୍ଯ୍ୟାଳୟ ନିକଟରେ ଏକ ମିନି ଟ୍ରକ୍ ବ୍ରେକ୍ ଫେଲ ହୋଇ ଘଟିଛି ସିରିଜ୍ ଦୁର୍ଘଟଣା। ୨ କାର୍ ସହ ୧୦...
୨୮ ତମ ପରବ ମୁଖ୍ୟ ସମାରୋହ ଉଦଘାଟିତ, ମନ ମୋହିଲା…
କୋରାପୁଟ,୧୮/୧୨(ଅମିତାଭ ବେହେରା ): ଜାତୀୟସ୍ତରୀୟ ଲୋକ ମହୋତ୍ସବ ପରବ-୨୦୨୫ର ମୁଖ୍ୟ ସମାରୋହ ସ୍ଥାୟୀ ପରବ ପଡ଼ିଆରେ ଗୁରୁବାର ସନ୍ଧ୍ୟାରେ ଉଦଘାଟିତ ହୋଇଛି । ନଗର ଉନ୍ନୟନ...
Archives


