ସ୍ତ୍ରୀଙ୍କ ଚରିତ୍ରକୁ ସନ୍ଦେହ କରି ହତ୍ୟା : କଟାମୁଣ୍ଡ ଧରି ଥାନାରେ ଆତ୍ମସମର୍ପଣ କଲେ ସ୍ବାମୀ

କାକଟପୁର,୨୬।୮(ଡି.ଏନ୍‌.ଏ.): ପୁରୀ ଜିଲା ଅସ୍ତରଙ୍ଗ ଥାନା ଅଞ୍ଚଳରେ ରବିବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଚରିତ୍ରକୁ ସନ୍ଦେହ କରି ଜଣେ ବ୍ୟକ୍ତି ସ୍ତ୍ରୀଙ୍କୁ ପିଟିପିଟି ମାରିଦେବା ପରେ କଟୁରିରେ ମୁଣ୍ଡଗଣ୍ଡି ଅଲଗା କରି କଟାମୁଣ୍ଡ ଧରି ଅସ୍ତରଙ୍ଗ ଥାନାରେ ପହଞ୍ଚିଛନ୍ତି। ଉକ୍ତ ବ୍ୟକ୍ତି ଜଣଙ୍କୁ ଥାନାରେ ଅଟକ ରଖାଯାଇଥିବାବେଳେ ଆଇଆଇସି ଶରତ କୁମାର ନାୟକ, ପୁରୀର ସାଇଣ୍ଟିଫିକ୍‌ ଟିମ୍‌ ତାଙ୍କ ଘରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି। ଅଟକ ଥିବା ବ୍ୟକ୍ତି ଜଣକ ହେଲେ ଅସ୍ତରଙ୍ଗ ଥାନା ରାଇବେରୁଆଁ ଗ୍ରାମର ଗଣେଶ ବେହୁରା(ବାପି)।
ସୂଚନା ଅନୁଯାୟୀ, ଗଣେଶ ଚେନ୍ନାଇର ଏକ ଘରୋଇ କମ୍ପାନୀରେ କାମ କରୁଥିଲେ। କିଛିଦିନ ହେଲା ସେ ଗାଁକୁ ଆସିଥିଲେ। ତେବେ ସ୍ତ୍ରୀ ଅନ୍ନପୂର୍ଣ୍ଣା(୩୫)ଙ୍କ ଚରିତ୍ରକୁ ସନ୍ଦେହ କରୁଥିଲେ। ତେଣୁ ଘରେ ସବୁଦିନେ ଗଣ୍ଡଗୋଳ ଲାଗି ରହୁଥିଲା। ରବିବାର ରାତିରେ ଉଭୟଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା। ଏହି ସମୟରେ ଗଣେଶ ଉତ୍‌କ୍ଷିପ୍ତ ହୋଇ ଏକ ଶାବଳରେ ଅନ୍ନପୂର୍ଣ୍ଣାଙ୍କୁ ପିଟି ପିଟି ମାରି ଦେଇଥିଲେ। କିନ୍ତୁ ସେତିକିରେ ବି ତାଙ୍କ ରାଗ ଶାନ୍ତ ହୋଇ ନ ଥିଲା। ଏକ କଟୁରିରେ ତାଙ୍କ ମୁଣ୍ଡଗଣ୍ଡି ଅଲଗା କରି ଦେଇଥିଲେ। ତା’ପରେ କଟା ମୁଣ୍ଡକୁ ଧରି ଥାନାରେ ଆତ୍ମସମର୍ପଣ କରିଥିଲେ। ପୋଲିସ ଘଟଣାର ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri