Categories: ଜାତୀୟ

ସ୍ତ୍ରୀଙ୍କ ପାଇଁ ପ୍ରଚାର କଲେ ଶତ୍ରୁଘ୍ନ ସିହ୍ନା: କଂଗ୍ରେସ କହିଲା, ପ୍ରଥମେ ଦଳୀୟ ଧର୍ମ ନିଭାନ୍ତୁ

ଲକ୍ଷ୍ନୌ, ୧୮।୪: ଭାଜପା ଛାଡି କଂଗ୍ରେସରେ ଯୋଗଦେବାର ମାସେ ନ ପୂରୁଣ ଶତ୍ରୁଘ୍ନ ସିହ୍ନାଙ୍କ ନାଁରେ ଦଳରେ ବିରୋଧାଭାସ ଉଠିଛି। କଂଗ୍ରେସରେ ଥାଇ ଲକ୍ଷ୍ନୌ ଲୋକ ସଭା ଆସନରୁ ସମାଜବାଦୀ ପାର୍ଟି ପକ୍ଷରୁ ପ୍ରାର୍ଥୀ ହୋଇଥିବା ସ୍ତ୍ରୀ ପୁନମଙ୍କ ପାଇଁ ଭୋଟ ପ୍ରଚାର କରିବାକୁ ନାପସନ୍ଦ କରିଛନ୍ତି ଦଳର କିଛି ନେତା। ପୁନମଙ୍କ ବିରୋଧରେ ଲଢୁଥିବା କଂଗ୍ରେସର ଆଚାର୍ଯ୍ୟ ପ୍ରମୋଦ କୃଷ୍ଣନ ଏହାକୁ ବିରୋଧ କରି କହିଛନ୍ତି, ଶତ୍ରୁଘ୍ନ ସିହ୍ନା ପ୍ରଥମେ ଦଳୀୟ ଧର୍ମ ନିଭାନ୍ତୁ। ଗୋଟିଏ ଦଳରେ ଥାଇ ଅନ୍ୟ ଦଳ ପାଇଁ ପ୍ରଚାର କରିବା ଦଳବିରୋଧୀ କାର୍ଯ୍ୟ ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ଭାଜପା ଛାଡି କଂଗ୍ରେସରେ ଯୋଗଦେବା ପରେ ଦଳୀୟ ଟିକେଟରୁ ବିହାରର ପାଟନା ସାହେବ ଲୋକ ସଭା ଆସନରୁ ଶତ୍ରୁଘ୍ନ ଏଥର ନିର୍ବାଚନ ଲଢୁଛନ୍ତି। କିନ୍ତୁ ତାଙ୍କ ସ୍ତ୍ରୀ ପୁନମ ସମାଜବାଦୀ ପାର୍ଟିରେ ଯୋଗଦେଇ ଲକ୍ଷ୍ନୌ ଲୋକ ସଭା ଆସନରୁ ଗୃହମନ୍ତ୍ରୀ ରାଜନାଥ ସିଂଙ୍କ ବିରୋଧରେ ଲଢୁଛନ୍ତି।

Share