ସ୍ତ୍ରୀ ପଥର ମାଡରେ ସ୍ବାମୀ ଗୁରୁତର

 

ଚନ୍ଦାହାଣ୍ଡି,୩୧।୧୨(ଡି.ଏନ.ଏ)-ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକ ଜମାଦାରପଡା ଗ୍ରାମରେ ଗୁରୁବାର ସ୍ତ୍ରୀର ପଥର ମାଡରେ ସ୍ବାମୀ ଗୁରୁତର ହୋଇଛନ୍ତି। ଗୁରୁତର ଜଣକ ହେଲେ ମନୁ ଜଗଳ (୫୦)। ଚନ୍ଦାହାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସିତ ହେଉଛନ୍ତି। ପଥର ମାଡ କରି ରାମବତୀ କୁଆଡେ ଚାଲି ଯାଇଥିବା ମନୁ କହିଛନ୍ତି।
ଜମାଦାରପଡା ଗ୍ରାମର ମନୁ ରାଇଘର ବ୍ଲକ କୁମୁଲି ପଞ୍ଚାୟତର ଜାମଦରା ଗ୍ରାମର ରାମବତୀ ଜଗଳଙ୍କୁ ବିବାହ କରିଥିଲେ। ତାଙ୍କର ୨ ପୁଅ ଓ ୨ ଝିଅ ଅଛନ୍ତି। ସେମାନେ ଅଧିକାଂଶ ସମୟରେ ରାଇଘରରେ ରହୁଥିଲେ। ରାଇଘର ବ୍ଲକରେ ମନୁ ମେକାନିକ କାମ କରୁଥିବା ବେଳେ ବିଦ୍ୟୁତ ଆଘାତ ଲାଗିଥିଲା। ଏଥିଯୋଗୁ ତାଙ୍କର ୨ ଗୋଡରେ ଶକ୍ତି ନ ଥିବା ଯୋଗୁ ଦିବ୍ୟାଙ୍ଗ ହୋଇଯାଇଥିଲେ। ଏଥିପାଇଁ ସେ ବାହାରକୁ କାମ କରିବାକୁ ଯାଉ ନ ଥିଲେ। ଏହାକୁ ନେଇ ସ୍ବାମୀ ଓ ସ୍ତ୍ରୀ ମଧ୍ୟରେ ଗଣ୍ଡଗୋଳ ହେଉଥିଲା। ଗୁରୁବାର ଉଭୟଙ୍କ ମଧ୍ୟରେ ଝଗଡା ହୋଇଥିଲା। ରାମବତୀ ରାଗିଯାଇ ମନୁଙ୍କୁ ୧୦ରୁ ୧୫ ଟି ପଥରରେ ବାଡେଇ ଫେରାର ହୋଇଯାଇଥିଲେ। ଘଟଣା ଦିନ ମନୁ ଚନ୍ଦାହାଣ୍ଡିରେ ରହିଥିବା ବେଳେ ପୁଅଝିଅ ରାଇଘରରେ ରହିଥିଲେ। ଏଥିଯୋଗୁ ମନୁଙ୍କୁ ପଡୋଶୀ ନେଇ ଚନ୍ଦାହାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ୫ ଦିନ ହେବ ସେଠାରେ ସେ ଏକୁଟିଆ ପଡି ରହିଥିବା ବେଳେ ତାଙ୍କ ପାଖରେ କେହି ନ ଥିବାରୁ ଠିକ ଭାବେ ଚିକିତ୍ସିତ ହୋଇ ପାରୁ ନ ଥିବା କହିଛନ୍ତି। ଇନଡୋର ରୋଗୀଙ୍କୁ ଡାକ୍ତରଖାନା ପକ୍ଷରୁ ରନ୍ଧା ଖାଦ୍ୟ ଦିଆଯିବାର ବ୍ୟବସ୍ଥା ରହିଥିଲେ ମଧ୍ୟ ଚନ୍ଦାହାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ରୋଗୀଙ୍କୁୁ ରନ୍ଧା ଖାଦ୍ୟ ଦିଆଯାଉ ନ ଥିବା ଅଭିଯୋଗ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ଉତ୍ସବମୁଖର: ଶିବାଳୟରେ ଭକ୍ତଙ୍କ ପ୍ରବଳ ଭିଡ଼

ଗଞ୍ଜାମ,୧୫ା୨(ଅନାଥ ତରାଇ): ପବିତ୍ର ମହାଶିବରାତ୍ରି ଅବସରରେ ରବିବାର ଗଞ୍ଜାମ ସହର ଉତ୍ସବମୁଖର ହୋଇଉଠିଛି। ସ୍ଥାନୀୟ ପ୍ରସିଦ୍ଧ ଖଣ୍ଡେଶ୍ୱର ମନ୍ଦିରରେ ଭୋର୍‌ ସମୟରୁ ଶତାଧିକ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ…

ଦେବଗଡ଼ର ପରିତ୍ୟକ୍ତ ଶିଶୁ ବଢ଼ିବ ଆମେରିକାରେ, ପୋଷ୍ୟ ସନ୍ତାନ ଭାବେ ଗ୍ରହଣ କରି…

ଦେବଗଡ଼,୧୫ା୨(ଶଶାଙ୍କ ଶେଖର ଝାଙ୍କର): ଜିଲା ଶିଶୁ ସୁରକ୍ଷା ଅଧିକାରୀ ରୋମିଓ ମହାପାତ୍ରଙ୍କ ଆବେଦନ ଓ ଜିଲାପାଳ କବିନ୍ଦ୍ର କୁମାର ସାହୁଙ୍କ ଅନୁମୋଦନ ପରେ ବିଗତ ତିନି ବର୍ଷରୁ…

ଟ୍ରେନ୍‌ ଲାଇନ୍‌ ପାର ସମୟରେ ବୃଦ୍ଧଙ୍କୁ ଧକ୍କା ଦେଲା ଟ୍ରେନ୍‌, ଚାଲିଗଲା ଜୀବନ

ଲଖନପୁର,୧୫ା୨(ଗୌତମ ସାହୁ): ଝାରସୁଗୁଡା ଜିଲା ଲଖନପୁର ବ୍ଲକ ସୀମାନ୍ତ କନକତୋରା ଗ୍ରାମର ଫଲ୍ଲବ ପଧାନ(୬୨) ନିକଟସ୍ଥ ପଡ଼ୋଶୀ ରାଜ୍ୟ ଏକତାଳ କ୍ରିକେଟ ପଡ଼ିଆ ପାର୍ଶ୍ୱରେ ଯାଇଥିବା ଏନଟିପିସି…

ରାଜ୍ୟର ସର୍ବୋଚ୍ଚ ଶିବ ପ୍ରତିମୂର୍ତ୍ତି: ବେଲେଶ୍ୱର ପୀଠରେ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁ…

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଆଜି ହେଉଛି ମହାଶିବରାତ୍ରି ପର୍ବ। ତେଣୁ ରବିବାର ଭଞ୍ଜନଗର ଅଞ୍ଚଳର ସମସ୍ତ ଶୈବ ପୀଠରେ ଭଗବାନ ଶିବଠାକୁରଙ୍କ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ…

ମହାଶିବରାତ୍ରିକୁ ନେଇ ଚଳଚଞ୍ଚଳ ଭୋଗରାଇ: ଭକ୍ତଙ୍କ ପ୍ରବଳ ଗହଳି, ଭୋର ୪.୩୦ରେ ଉଠିବ ମହାଦୀପ

ଭୋଗରାଇ, ୧୫।୨(ପ୍ରଦୀପ ଦାସ): ଆଜି ହେଉଛି ପବିତ୍ର ମହାଶିବରାତ୍ରି। ସମସ୍ତ ଶୈବପୀଠ ହୋଇଛି ଭକ୍ତମୟ। ସବୁଠି ଓଁ ନମଃ ଶିବାୟରେ ପ୍ରକମ୍ପିତ ହେଉଛି ମନ୍ଦିର l ଏଭଳି…

ମହାଦେବଙ୍କୁ ଆରାଧନା ପାଇଁ ଲାଗିଛି ଲମ୍ବା ଧାଡ଼ି, ସବୁଠି ଶୁଭୁଛି ଓମ୍‌ ନଃ ଶିବାୟ

ବଲାଙ୍ଗୀର,୧୫ା୨(ସୁନିଲ କୁମାର ମହାନ୍ତି): ପବିତ୍ର ମହାଶିବରାତ୍ରି ଅବସରରେ ବଲାଙ୍ଗୀର ଜିଲାର ସମସ୍ତ ଶୈବପୀଠ ରବିବାର ଚଳଚଞ୍ଚଳ ହୋଇଉଠିଛି। ସବୁଠି ଓଁ ନମଃ ଶିବାୟ ଶୁଣିବାକୁ ମିଳୁଛି ।…

ଆଜି ଜାଗର: ପ୍ରଭୁ ଲିଙ୍ଗରାଜଙ୍କ ପୀଠରେ ରାତି ୧୦ଟାରେ ଉଠିବ ମହାଦୀପ

ପୁରୁଣା ଭୁବନେଶ୍ୱର,୧୫ା୨(ସୁବାସ ଚନ୍ଦ୍ର ପ୍ରଧାନ): ରବିବାର ମହାଶିବରାତ୍ରି ଓ ଜାଗର ଯାତ୍ରା। ଏନେଇ ଏକାମ୍ର କ୍ଷେତ୍ରର ଆରାଧ୍ୟ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ପୀଠ ଚଳଚଞ୍ଚଳ ହୋଇଉଠିଛି। ମନ୍ଦିର…

ଅଙ୍କରେ ସାରିଦେଲେ

ଭୁବନେଶ୍ୱର, ୧୫।୨(ସୁନିତ୍‌ ମିଶ୍ର): ୨୦୨୪ ନିର୍ୱାଚନ ପରଠାରୁ ଅନେକ ବିଷୟକୁ ନେଇ ନାନା ପ୍ରକାର ରାଜନୈତିକ ଚର୍ଚ୍ଚା ଜାରି ରହିଛି। ବିଜେଡିର ଭବିଷ୍ୟତ କ’ଣ ହେବ, ବିରୋଧୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri