ସ୍ତ୍ରୀ ପଥର ମାଡରେ ସ୍ବାମୀ ଗୁରୁତର

 

ଚନ୍ଦାହାଣ୍ଡି,୩୧।୧୨(ଡି.ଏନ.ଏ)-ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକ ଜମାଦାରପଡା ଗ୍ରାମରେ ଗୁରୁବାର ସ୍ତ୍ରୀର ପଥର ମାଡରେ ସ୍ବାମୀ ଗୁରୁତର ହୋଇଛନ୍ତି। ଗୁରୁତର ଜଣକ ହେଲେ ମନୁ ଜଗଳ (୫୦)। ଚନ୍ଦାହାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସିତ ହେଉଛନ୍ତି। ପଥର ମାଡ କରି ରାମବତୀ କୁଆଡେ ଚାଲି ଯାଇଥିବା ମନୁ କହିଛନ୍ତି।
ଜମାଦାରପଡା ଗ୍ରାମର ମନୁ ରାଇଘର ବ୍ଲକ କୁମୁଲି ପଞ୍ଚାୟତର ଜାମଦରା ଗ୍ରାମର ରାମବତୀ ଜଗଳଙ୍କୁ ବିବାହ କରିଥିଲେ। ତାଙ୍କର ୨ ପୁଅ ଓ ୨ ଝିଅ ଅଛନ୍ତି। ସେମାନେ ଅଧିକାଂଶ ସମୟରେ ରାଇଘରରେ ରହୁଥିଲେ। ରାଇଘର ବ୍ଲକରେ ମନୁ ମେକାନିକ କାମ କରୁଥିବା ବେଳେ ବିଦ୍ୟୁତ ଆଘାତ ଲାଗିଥିଲା। ଏଥିଯୋଗୁ ତାଙ୍କର ୨ ଗୋଡରେ ଶକ୍ତି ନ ଥିବା ଯୋଗୁ ଦିବ୍ୟାଙ୍ଗ ହୋଇଯାଇଥିଲେ। ଏଥିପାଇଁ ସେ ବାହାରକୁ କାମ କରିବାକୁ ଯାଉ ନ ଥିଲେ। ଏହାକୁ ନେଇ ସ୍ବାମୀ ଓ ସ୍ତ୍ରୀ ମଧ୍ୟରେ ଗଣ୍ଡଗୋଳ ହେଉଥିଲା। ଗୁରୁବାର ଉଭୟଙ୍କ ମଧ୍ୟରେ ଝଗଡା ହୋଇଥିଲା। ରାମବତୀ ରାଗିଯାଇ ମନୁଙ୍କୁ ୧୦ରୁ ୧୫ ଟି ପଥରରେ ବାଡେଇ ଫେରାର ହୋଇଯାଇଥିଲେ। ଘଟଣା ଦିନ ମନୁ ଚନ୍ଦାହାଣ୍ଡିରେ ରହିଥିବା ବେଳେ ପୁଅଝିଅ ରାଇଘରରେ ରହିଥିଲେ। ଏଥିଯୋଗୁ ମନୁଙ୍କୁ ପଡୋଶୀ ନେଇ ଚନ୍ଦାହାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ୫ ଦିନ ହେବ ସେଠାରେ ସେ ଏକୁଟିଆ ପଡି ରହିଥିବା ବେଳେ ତାଙ୍କ ପାଖରେ କେହି ନ ଥିବାରୁ ଠିକ ଭାବେ ଚିକିତ୍ସିତ ହୋଇ ପାରୁ ନ ଥିବା କହିଛନ୍ତି। ଇନଡୋର ରୋଗୀଙ୍କୁ ଡାକ୍ତରଖାନା ପକ୍ଷରୁ ରନ୍ଧା ଖାଦ୍ୟ ଦିଆଯିବାର ବ୍ୟବସ୍ଥା ରହିଥିଲେ ମଧ୍ୟ ଚନ୍ଦାହାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ରୋଗୀଙ୍କୁୁ ରନ୍ଧା ଖାଦ୍ୟ ଦିଆଯାଉ ନ ଥିବା ଅଭିଯୋଗ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଖୁବ୍‌ଶୀଘ୍ର ନୋ ପାର୍କିଂ ଜୋନ୍‌ ଚିହ୍ନଟ କରିବ ବିଏମ୍‌ସି

ଭୁବନେଶ୍ୱର, ୨୭।୪ (ବନ୍ଦନା ସେଠୀ): ସହରସାରା ଏବେ ବେଆଇନ ପାର୍କିଂ। ଗଳିକନ୍ଦିଠାରୁ ଆରମ୍ଭ କରି ରାଜରାସ୍ତା ପର୍ଯ୍ୟନ୍ତ ଯିଏ ଯେଉଁଠି ପାରୁଛି ଗାଡ଼ି ରଖି ଦେଉଛି।...

ଆନ୍ଦୋଳନ ପରେ ରେଗୁଲାର ପିଲାଙ୍କ ପରୀକ୍ଷା ଘଞ୍ଚିଲା

ଭୁବନେଶ୍ୱର, ୨୭।୪(ଅସମାପିକା ସାହୁ): ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଚତୁର୍ଥ ସେମିଷ୍ଟର ପରୀକ୍ଷା ଘୁଞ୍ଚାଇବା ଦାବିରେ ଛାତ୍ରୀମାନେ ଆନ୍ଦୋଳନ କରିବା ପରେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ପୂର୍ବ ନିଷ୍ପତ୍ତିରେ...

୩୯ ଲୋକ ସଭା, ୨୨୬ ବିଧାନସଭା ପ୍ରାର୍ଥୀଙ୍କ ନାମାଙ୍କନ

ଭୁବନେଶ୍ୱର,୨୭ା୪(ଅନିଲ ଦାସ): ରାଜ୍ୟରେ ମେ’ ୧୩ରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ। ଏହି ପର୍ଯ୍ୟାୟରେ କଳାହାଣ୍ଡି, ନବରଙ୍ଗପୁର, ବ୍ରହ୍ମପୁର ଓ କୋରାପୁଟ ଲୋକ ସଭା...

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

ଆସନ୍ତା ଶିକ୍ଷାବର୍ଷରୁ ୨ଥର ହୋଇପାରେ ବୋର୍ଡ ପରୀକ୍ଷା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ) – ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ(ସିବିଏସ୍‌ଇ) ପକ୍ଷରୁ ପରିଚାଳିତ ବୋର୍ଡ ପରୀକ୍ଷା ବର୍ଷକୁ ଦୁଇଥର ଅନୁଷ୍ଠିତ ହେବ। ଆସନ୍ତା ୨୦୨୫-୨୬...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri