ସ୍ତ୍ରୀ, ପିଲାଙ୍କୁ ଛାଡ଼ି କାଠଯୋଡ଼ିକୁ ଡେଇଁଲେ ଯୁବକ

କଟକ ଅଫିସ/ଫୁଲନଖରା, (ଡି.ଏନ.ଏ.)୯ା୧୦:  ବୁଧବାର ଅପରାହ୍ନରେ କାଠଯୋଡ଼ି ନଦୀକୁ ଡେଇଁ ଜଣେ ଯୁବକ ନିଖୋଜ ହୋଇଯାଇଛନ୍ତି। ସେ ହେଲେ ନିଆଳି ଥାନା ଅଧୀନ କରଞ୍ଜ ଗ୍ରାମର ପ୍ରଧାନ ଦେବବ୍ରତ ମହାପାତ୍ର। ଖବରପାଇ ଓଡ୍ରାଫ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ଖୋଜାଖୋଜି କରିଥିଲେ ମଧ୍ୟ ସନ୍ଧ୍ୟା ସୁଦ୍ଧା ଦେବବ୍ରତଙ୍କ ପତ୍ତା ମିଳିପାରିନାହିଁ। ସ୍ତ୍ରୀଙ୍କ ସହ ଝଗଡା ଲାଗିବାରୁ ସେ ନଦୀକୁ ଡେଇଁ ପଡିଥିବା କଟକ ସଦର ପୋଲିସ ପ୍ରାଥମିକ ତଦନ୍ତରୁ ଜାଣିବାକୁ ପାଇଛି।
ପୋଲିସ ସୂତ୍ରରୁ ପ୍ରକାଶ, ଦେବବ୍ରତ ୨୦୧୪ରେ କଟକ ଜିଲା କିଶନନଗର ଥାନା ଅନ୍ତର୍ଗତ କଲରାବାଙ୍କ ଅଞ୍ଚଳର ଶୁଭଲକ୍ଷ୍ମୀ ପରିଡାଙ୍କୁ ବିବାହ କରିଥିଲେ। ଦେବବ୍ରତ ଯାଜପୁରରେ ଥିବା ଏକ କମ୍ପାନୀର ଆଉଟସୋର୍ସିଂ ବିଭାଗରେ କାର୍ଯ୍ୟ କରୁଥିବାବେଳେ ଶୁଭଲକ୍ଷ୍ମୀ ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧୀନ ବନକାଟୀ ବାଳିକା ଉଚ୍ଚବିଦ୍ୟାଳୟରେ ଶିକ୍ଷକତା କରନ୍ତି। ଉଭୟଙ୍କର ଏକ ୪ବର୍ଷର ଶିଶୁପୁତ୍ର ଅଛି। କିଛିମାସ ହେବ ଉଭୟଙ୍କ ଭିତରେ ବିଭିନ୍ନ ଘଟଣାକୁ ନେଇ ଅନେକ ଥର ଝଗଡ଼ା ହୋଇଛି। ଏପରି କି ଉଭୟ ପକ୍ଷର ପରିବାର ଲୋକଙ୍କ ହସ୍ତକ୍ଷେପ ପରେ ଝଗଡ଼ା ସମାଧାନ ହୁଏ। ୫ ଦିନ ତଳେ ସ୍ତ୍ରୀ ଓ ପୁଅଙ୍କୁ ନେଇ ଦେବବ୍ରତ ନିଜ ଶଢୁଘର ଯାଜପୁର ଜିଲା ବାରଗାଡିଆ ଅଞ୍ଚଳକୁ ବୁଲିବାକୁ ଯାଇଥିଲେ। ସେଠାରେ ଦେବବ୍ରତ ଓ ତାଙ୍କ ସ୍ତ୍ରୀଙ୍କ ମଧ୍ୟରେ କୌଣସି କାରଣକୁ ନେଇ ପାଟିତୁଣ୍ଡ ହୋଇଥିଲା। ବୁଧବାର ସେ ତାଙ୍କ ସ୍ତ୍ରୀ ଓ ପୁଅଙ୍କୁ ବାଇକ୍‌(ନଂ.ଓଆର୦୫ଜେଡ୍‌-୪୩୭୪)ନେଇ କରଞ୍ଜ ଗ୍ରାମକୁ ଫେରୁଥିଲେ। ବାଟରେ ଦମ୍ପତିଙ୍କ ମଧ୍ୟରେ ପାଟିତୁଣ୍ଡ ହେବାରୁ ଦେବବ୍ରତ୍ତ କାଠଯୋଡି ପୋଲ ଉପରେ ବାଇକ୍‌ ରଖିଥିଲେ। ପରିସ୍ରା ଯିବେ ବୋଲି କହିଥିଲେ ମଧ୍ୟ ରାଗ ତମତମ ହେଉଥିବାରୁ ଶୁଭଲକ୍ଷ୍ମୀ ତାଙ୍କୁ ଯିବାକୁ ଦେଇ ନ ଥିଲେ। ଗୋଟିଏ ହାତରେ ପୁଅକୁ ଧରିଥିବା ବେଳେ ଅନ୍ୟ ହାତରେ ଦେବବ୍ରତଙ୍କୁ ଅଟକାଇବା ତାଙ୍କ ପକ୍ଷରେ କଷ୍ଟକର ହୋଇଥିଲା। ଫଳରେ ଶୁଭଲକ୍ଷ୍ମୀଙ୍କୁ ଠେଲି ଦେଇ ଦେବବ୍ରତ ନଦୀକୁ ଡେଇଁ ପଡ଼ିଥିଲେ। ଏହାଦେଖି ଶୁଭଲକ୍ଷ୍ମୀ ଚିତ୍କାର କରିବାରୁ ଘଟଣାସ୍ଥଳରେ ଲୋକେ ରୁଣ୍ଡ ହୋଇଯାଇଥିଲେ। କଟକ ସଦର ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉକ୍ତ ବାଇକ୍‌କୁ ଜବତ କରିବା ସହ ଶୁଭଲକ୍ଷ୍ମୀ ଓ ତାଙ୍କ ପୁଅକୁ ଥାନାକୁ ନେଇ ପଚରାଉଚରା କରିଥିଲା।
ଷ୍ଟାର୍ଟ ହେଲାନି ୱାଟରବୋଟ୍‌: ଅପରାହ୍ନ ପ୍ରାୟ ୧ଟା ୧୫ ମିନିଟ୍‌ରେ ଏହି ଘଟଣା ଘଟିଥିଲା। ଏହାର କିଛି ସମୟ ପରେ ପ୍ରଥମେ ମଧୁପାଟଣା ଥାନାରେ ଖବର ପହଞ୍ଚିଥିଲା। ମଧୁପାଟଣା ଥାନା ପକ୍ଷରୁ ଓଡ୍ରାଫ ଟିମ୍‌ ଓ ସ୍କୁବା ଡାଇଭରଙ୍କୁ ଫୋନ କଲ୍‌ ଯାଇଥିଲା। ଅପରାହ୍ନ ପ୍ରାୟ ୨ଟାରେ ଓଡ୍ରାଫର ଗୋଟିଏ ଟିମ୍‌ ଘଟଣାସ୍ଥଳରେ ପହଞ୍ଚିଥିଲା। ହେଲେ ୩୦ରୁ ୪୦ ମିନିଟ୍‌ ଧରି ଟିମ୍‌ର ୱାଟରବୋଟ ଷ୍ଟାର୍ଟ ହୋଇ ନ ଥିଲା। ଏହାକୁ ନେଇ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଥିଲା। ପରେ ଆଉ ଗୋଟିଏ ଓଡ୍ରାଫ ଟିମ୍‌ ସନ୍ଧାନ କାର୍ଯ୍ୟରେ ସାମିଲ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମହେନ୍ଦ୍ରଗିରିରେ ଭୟଙ୍କର ଦୁର୍ଘଟଣା: ଘାଟିରେ ଓଲଟିଲା ପାଣି ଟ୍ୟାଙ୍କର ଟ୍ରାକ୍ଟର, ଚାଲିଗଲା ହେଲ୍‌ପରଙ୍କ ଜୀବନ, ଚାଳକ…

ଗଜପତି, ୪ା୪(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ରାୟଗଡ଼ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ମହେନ୍ଦ୍ରଗିରିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପାଣି ବୋଝେଇ…

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri