ସ୍ତ୍ରୀ ମୃତଦେହକୁ ଟ୍ରଲିରେ ବୋହିନେଲେ ସ୍ବାମୀ

ଉଦଳା,୧୭ା୧୨(ଡି.ଏନ୍‌.ଏ.)- ସ୍ତ୍ରୀଙ୍କ ମୃତଦେହକୁ ତାଙ୍କ ସ୍ବାମୀ ଟ୍ରଲିରେ ରଖି ବୋହି ନେବା ଭଳି ଏକ ଘଟଣା ପଦାକୁ ଆସିଛି। ସୋମବାର ସନ୍ଧ୍ୟାରେ ମୃତଦେହକୁ ଟ୍ରଲିରେ ନିଆଯାଉଥିବା ଖବରପାଇ ମୟୂରଭଞ୍ଜ ଜିଲା ଉଦଳା ଥାନା ପୋଲିସ ଏଠାରୁ ୮ କି.ମି ଦୂର ନାବରା ଜଙ୍ଗଲ ପାର୍ଶ୍ୱସ୍ଥ ରାସ୍ତାରୁ ଏହାକୁ ଜବତ କରି ତଦନ୍ତ କରୁଛି। ରାତି ସମୟ ହୋଇଥିବାରୁ ମହିଳାଙ୍କ ମୃତଦେହକୁ ଉର୍ମଳ ଗ୍ରାମର ତାଙ୍କର ଜଣେ ସମ୍ପର୍କୀୟଙ୍କ ଘରେ ରଖାଯାଇଥିଲା । ପରେ ପୋଲିସ ଏକ ଅଟୋ ଯୋଗେ ମୃତଦେହକୁ ସମ୍ପୃକ୍ତ ବ୍ୟକ୍ତିଙ୍କ ଗ୍ରାମକୁ ପଠାଇଛି।
ମୃତା ମହିଳାଙ୍କ ସ୍ବାମୀ କପ୍ତିପଦା ଥାନା ସାନଜୁନୁପାଳ ଗ୍ରାମର ଖେଲା ସୋରେନ୍‌ ଟ୍ରଲିରେ ତାଙ୍କ ସ୍ତ୍ରୀଙ୍କ ମୃତଦେହକୁ ବୋହିନେବା ଘଟଣା ନେଇ ଦେଇଥିବା ବୟାନ ପୋଲିସ ତଥା ଅଞ୍ଚଳବାସୀଙ୍କୁ ଚକିତ କରିଛି। ସେ କହିଛନ୍ତି ଯେ, ତାଙ୍କ ସ୍ତ୍ରୀ ରାଇମାତ ସୋରେନ୍‌ ଗର୍ଭକଷ୍ଟ ପାଇବାରୁ ତାଙ୍କୁ ନେଇ ବାରିପଦା ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ରବିବାର ସେ ଏକ ଶିଶୁ ପୁତ୍ରକୁ ଜନ୍ମ ଦେବା ପରେ ତାଙ୍କର ମୃତ୍ୟୁ ଘଟିଥିଲା ା ଏଭଳି ସ୍ଥିତିରେ ସେ ଅସହାୟ ହୋଇ ଶିଶୁ ପୁତ୍ରକୁ ଡାକ୍ତରଖାନାରେ ଛାଡି ସ୍ବର୍ଗରଥ ଗାଡ଼ିରେ ତାଙ୍କର ଜଣେ ନିକଟସ୍ଥ ସମ୍ପର୍କୀୟଙ୍କ ଘରକୁ ଆଣିଥିଲେ। ସେଠାରେ ସ୍ବର୍ଗରଥ ମୃତଦେହକୁ ଛାଡି ଫେରିଯାଇଥିଲା। ଖେଲା ସୋରେନଙ୍କ ସମ୍ପର୍କୀୟମାନେ ମୃତଦେହ ସତ୍କାର ପାଇଁ ରାଜି ନ ହେବାରୁ ସେ ନିରୂପାୟ ହୋଇ ଏକ ଟ୍ରଲି ମାଗି ଆଣି ନିଜ ଗାଁକୁ ମୃତଦେହକୁ ନେଉଥିଲେ। ହାତରେ ଅର୍ଥ ନ ଥିବାରୁ ସେ କୌଣସି ଗାଡ଼ି ଭଡ଼ାରେ ଆଣିବାକୁ ସମର୍ଥ ହୋଇ ନ ଥିଲେ। ଉର୍ମଳ ଗ୍ରାମର ସମ୍ପର୍କୀୟମାନେ ଶବଦାହ କରିବାକୁ ମନା କରିବା କାରଣ ସ୍ପଷ୍ଟ ହୋଇ ନାହିଁ। ସରକାର ମୃତଦେହକୁ ଅସମ୍ମାନିତ ନ କରିବାକୁ କଡ଼ା ନିର୍ଦ୍ଦେଶ ଦେଇଥିଲେ ମଧ୍ୟ ଖେଲା ସୋରେନ ସ୍ତ୍ରୀଙ୍କ ମୃତଦେହକୁ ଟ୍ରଲିରେ ବୋହି ନେବା ଘଟଣା ଏଠାରେ ଚର୍ଚ୍ଚାର ବିଷୟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ମଙ୍ଗଳବାର ସୁଦ୍ଧା ଗଭୀର ଅବପାତ: ଘଣ୍ଟା ପ୍ରତି ଏତିକି କି.ମି. ବେଗରେ ପବନ, ୨୪ ଘଣ୍ଟାରେ… 

ଭୁବନେଶ୍ୱର, ୨୧।୯(ବନ୍ଦନା ସେଠୀ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଥିବା ଲଘୁଚାପ ଆହୁରି ଘନୀଭୂତ ହୋଇ ସୋମବାର ସକାଳ ୮ଟା ୩୦ରେ ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ…

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଏହି ଜିଲାରେ ୨୪ ଯାଏ ସ୍କୁଲ ଛୁଟି ଘୋଷଣା: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଗଜପତି,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଇଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ଆସନ୍ତା ୨୩ ଏବଂ ୨୪…

ବୈଶିଙ୍ଗାରେ ଲଜ୍ଜା: ଶିଶୁ କନ୍ୟାକୁ ଜଙ୍ଗଲକୁ ନେଇ ଯୌନ ନିର୍ଯାତନା

ବୈଶିଙ୍ଗା,୨୧।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ୧୩ ବର୍ଷିୟ ସମ୍ପର୍କୀୟ ନାବାଳକ ଭାଇ ଯୌନ ନିର୍ଯାତନା ଦେଇଥିବା…

ବାତ୍ୟାକୁ ନେଇ ବଡ଼ ଅପଡେଟ୍‌ ଦେଲେ ମୁଖ୍ୟ ଶାସନ ସଚିବ: ୧୧ ଜିଲା ହେବ ପ୍ରଭାବିତ

ଭୁବନେଶ୍ୱର,୨୧।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ସୋମବାର ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବପାତ ରୂପ…

ବର୍ଷା, ପବନରେ ଓଲଟିଲା ପୂଜା ମଣ୍ଡପ: ଚାପି ହୋଇଗଲା କାର୍‌, ବାଇକ୍‌

ପାରାଦୀପ,୨୧।୯(ଶରତ ରାଉତ): ପାରାଦୀପର ପ୍ରସିଦ୍ଧ ବିଶ୍ବକର୍ମା ପୂଜା ମହୋତ୍ସବ ସୋମବାର ପଞ୍ଚମ ଦିନରେ ପହଞ୍ଚିଛି। ହେଲେ ଲଘୁଚାପ ଜନିତ ବର୍ଷା, ପବନ ଯୋଗୁ ପାରାଦୀପ ପୋର୍ଟ ଆଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?