ସ୍ଥଗିତ ହେଲା ବରିଷ୍ଠ ନାଗରିକ ସୁରକ୍ଷା ମଞ୍ଚର ଧାରଣା

ଯୋଡା, ୧।୬ (ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ସହରବାସୀ ବିଭିନ୍ନ ମୌଳିକ ସୁବିଧାରୁ ବଞ୍ଚିତ ହେଉଥିବା ବିଭିନ୍ନ ସମୟରେ ଦାବି କରୁଥିଲେ ହେଁ, ପ୍ରଶାସନର ଅଣଦେଖା ହେତୁ ଦାବି ପୁରଣ ହେଉନଥିବାରୁ ଅତିଷ୍ଟ ହୋଇ ଯୋଡାବାସୀ ଧାରଣାକୁ ଓହ୍ଲାଇଥିଲେ। ଯୋଡା ବରିଷ୍ଠ ନାଗରିକ ମଞ୍ଚ ପକ୍ଷରୁ ୭ ଦଫା ଦାବି କରି ସୋମବାର ପୌର କାର୍ଯ୍ୟାଳୟ ବାହାରେ ଧାରଣା ଦିଆଯାଇଥିଲା। ଦୀର୍ଘ ୪ ଘଣ୍ଟା ପ୍ରଚଣ୍ଡ ଖରାରେ ବସିବା ପରେ ପ୍ରଶାସନିକ ଅଧିକାରୀ ତଥା ବଡବିଲ ତହସିଲଦାର କ୍ଷୀରୋଦ କୁମାର ବେହେରା, ବଡବିଲ ଏସଡିପିଓ ସତ୍ୟ ବିକାଶ ଭୂୟାଁଙ୍କ ସମେତ ଯୋଡା ଥାନା ଆଇଆଇସି ରାଇସେନ୍‌ ମୁର୍ମୁ ଧାରଣା ସ୍ଥଳରେ ପହଞ୍ଚି ଧାରଣାକାରୀଙ୍କ ସହ ଆଲୋଚନା କରି ଦାବି ପୂରଣ କରାଯିବାର ପ୍ରତିଶ୍ରୁତି ଦେଇଥିଲେ। ଏ ସମ୍ପର୍କରେ ବରିଷ୍ଠ ନାଗରିକ ଶିରିଶ ଚନ୍ଦ୍ର ମହାନ୍ତି ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି ଯେ , କୋଭିଡ-୧୯ ର ପରିସ୍ଥିତିକୁ ବିଚାର କରି ଏହି ଧାରଣାକୁ ୧୫ ଦିନ ପର୍ଯ୍ୟନ୍ତ ସ୍ଥଗିତ ରଖିବା ପାଇଁ ପ୍ରଶାସନିକ ଅଧିକାରୀ ମାନେ ନିବେଦନ କରିଥିଲେ। ମାତ୍ର ୧୫ ଦିନ ପରେ ଏହି ଧାରଣା ସାଧାରଣ ଆନ୍ଦୋଳନରେ ରୂପାନ୍ତରିତ ହେବ ଏବଂ ଏଥିରେ ଯୋଡାର ସମସ୍ତ ଜନସାଧାରଣ ସାମିଲ ହେବେ ବୋଲି ଶିରିଶ ମହାନ୍ତି ସୂଚନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri