ସ୍ଥଳଭାଗ ମୁହାଁ ‘ଅମ୍ଫନ୍‌’: ସାଗର-ହାତିଆ ଦୀପପୁଞ୍ଜ ମଧ୍ୟରେ ଲ୍ୟାଣ୍ଡଫଲ୍‌ ସମ୍ଭାବନା; ମୁକାବିଲା ପାଇଁ ରାଜ୍ୟ ସରକାର ପ୍ରସ୍ତୁତ

ଭୁବନେଶ୍ୱର,୧୭।୫(ବ୍ୟୁରୋ): ସମ୍ଭାବ୍ୟ ବାତ୍ୟା ‘ଅମ୍ଫନ୍‌’ ଧିରେ ଧିରେ ସ୍ଥଳଭାଗ ମୁହାଁ ହେଉଛି। ଏହା ଏବେ ସିଭିୟର ସାଇକ୍ଲୋନିକ୍‌ ଷ୍ଟର୍ମରେ ପରିଣତ ହୋଇଛି। ଆସନ୍ତା ୨୦ ତାରିଖ ଅପରାହ୍ନରୁ ସନ୍ଧ୍ୟା ମଧ୍ୟରେ ପଶ୍ଚିମବଙ୍ଗ-ବାଲାଂଦେଶ ମଧ୍ୟରେ ଲ୍ୟାଣ୍ଡଫଲ୍‌ କରିବ। ସାଗର ଓ ହାତିଆ ଦୀପପୁଞ୍ଜ ମଧ୍ୟରେ ସ୍ଥଳଭାଗ ଛୁଇଁବାର ସମ୍ଭାବନା ରହିଛି ବୋଲି ରବିବାର ଏକ ଖବjରଦାତା ସମ୍ମିଳନୀରେ ଏସ୍‌ଆର୍‌ସି ପ୍ରଦୀପ ଜେନା ଏହି ସୂଚନା ଦେଇଛନ୍ତି।

ସେ କହିଛନ୍ତି, ସିଭିୟର ସାଇକ୍ଲୋନିକ୍‌ ଷ୍ଟର୍ମରେ ପରିଣତ ହୋଇଛି ‘ଅମ୍ଫନ’। ପଶ୍ଚିମବଙ୍ଗ-ବାଲାଂଦେଶ ମଧ୍ୟରେ ଲ୍ୟାଣ୍ଡଫଲ୍‌ କରିପାରେ। ଏବେର ସ୍ଥିତିକୁ ଦେଖିଲେ ସାଗର ଓ ହାତିଆ ଦୀପପୁଞ୍ଜ ମଧ୍ୟରେ ବାତ୍ୟା ଲ୍ୟାଣ୍ଡଫଲ୍‌ କରିବା ସମ୍ଭାବନା ଦେଖାଦେଇଛି। ୨୦ ତାରିଖ ଅପରାହ୍ନରୁ ସନ୍ଧ୍ୟା ମଧ୍ୟରେ ଲ୍ୟାଣ୍ଡଫଲ୍‌ କରିବା ପରେ ଏହା ଭୟଙ୍କର ରୂପ ନେବ। ଏହାର ପ୍ରଭାବରେ ୧୮ ତାରିଖ ରାତିରୁ ଉତ୍ତର ଓ ଉପକୂଳ ଓଡ଼ିଶାରେ ବର୍ଷା ଆରମ୍ଭ ହେବ। ସେହିଭଳି ୧୯ରୁ ଉତ୍ତର ଓ ଉପକୂଳ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ପରେ ୧୯ ଓ ୨୦ରେ ଉତ୍ତର ଉପକୂଳରେ ୭୫ରୁ ୮୫ କିମି ବେଗରେ ପବନ ବହିବା ସହ ପ୍ରବଳ ବର୍ଷା ଲାଗି ରହିବ।

ଓଡ଼ିଶା ଉପକୂଳ ଦେଇ ଗତି କରିବା ସମୟରେ ବାତ୍ୟା ପ୍ରଭାବରେ ଘଣ୍ଟାପ୍ରତି ପବନର ବେଗ ୧୦୦ କିମି ରହିପାରେ। ସମ୍ଭାବ୍ୟ ବାତ୍ୟା ନେଇ ୧୨ଟି ଜିଲାକୁ ଆଲର୍ଟ କରାଯାଇଛି। ଗଞ୍ଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରପଡ଼ା, ବାଲେଶ୍ୱର, ଭଦ୍ରକରେ ପ୍ରଭାବ ପଡ଼ିବା ଆଶଙ୍କା କରାଯାଉଛି। ସେଥିରୁ ଜଗତସିଂହପୁର, କେନ୍ଦ୍ରପଡ଼ା, ବାଲେଶ୍ୱର, ଭଦ୍ରକ ଜିଲା ଉପରେ ବିଶେଷ ଗୁରୁତ୍ୱ ଦିଆଯାଉଛି। ଏହି ଜିଲାଗୁଡ଼ିକୁ ଏନ୍‌ଡିଆର୍‌ଏଫ୍‌ ଓ ଓଡ୍ରାଫ୍‌ ଟିମ୍‌ ପଠାଯାଇଛି। ଅଧିକ ତଥ୍ୟ ଆସିଲେ ୧୮ ତାରିଖ ଅପରାହ୍ନରୁ ଉଦ୍ଧାର ଲାଗି ବ୍ୟବସ୍ଥା କରାଯିବ। ହେଲେ ଏଥିଲାଗି ପ୍ରସ୍ତୁତ ରହିବାକୁ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଯଦି ଆବଶ୍ୟକ ପଡ଼େ ୧୧ ଲକ୍ଷ ଲୋକଙ୍କୁ ସ୍ଥାନାନ୍ତର କରାଯିବ।

ବାତ୍ୟାର ସ୍ଥିତିକୁ ଦେଖି ରାଜ୍ୟରେ ଖାଦ୍ୟ ସାମଗ୍ରୀ ମହଜୁଦ ରହିଛି। ଏଥିଲାଗି ୭୦୦୦ ହଜାରରୁ ଅଧିକ ବିଲ୍ଡିଂକୁ ବାତ୍ୟା ଆଶ୍ରୟସ୍ଥଳ ଭାବେ ପରିବର୍ତ୍ତନ କରାଯାଉଛି। କରୋନାର ଭୟ ଯୋଗୁ ସାମାଜିକ ଦୂରତା ପାଳନ କରାଯିବା ହେତୁ ଏଭଳି ବ୍ୟବସ୍ଥା କରାଯାଉଛି। ତେବେ ୧୯ ଓ ୨୦ ତାରିଖ ରାଜ୍ୟ ପାଇଁ ଗୁରତ୍ୱପୂର୍ଣ୍ଣ। ଏହି ସମୟରେ ଜନସାଧାରଣଙ୍କ ଯାତାୟତ ଉପରେ ପ୍ରତିବନ୍ଧକ ଲଗାଯାଇଛି ବୋଲି ଏସ୍‌ଆର୍‌ସି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଛରେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଅତାବିରା, ୭।୯(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧିନସ୍ଥ କାଦୋବାହାଲରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ବାଇକ…

ମୋବାଇଲ ଦେଖୁଥିଲେ ରାଜକୁମାର, ହଠାତ୍‌ ଘରେ ପଶିଲେ ଚୋର: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୭।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗ୍ରାମରେ ଏକ ବଡ଼ଧରଣର ଲୁଟ ଘଟଣା ଘଟିଛି। ଚାରିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କ…

କୈଶବ ବିହାରୀଙ୍କୁ ମିଳିଲା ବଡ଼ ଦାୟିତ୍ୱ: କଳାହାଣ୍ଡିରେ ଖୁସିର ଲହରୀ

ଭବାନୀପାଟଣା,୭।୯(ଉତ୍ତମ କୁମାର ଦାଶ):ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ବିଭାଗ ପକ୍ଷରୁ ରବିବାର ରାଷ୍ଟ୍ରୀୟ ସଫେଇ କର୍ମଚାରୀ ଆୟୋଗ (ଏନସିଏସକେ)ର ଅଧ୍ୟକ୍ଷ, ଉପାଧ୍ୟକ୍ଷ ଏବଂ ସଦସ୍ୟମାନଙ୍କୁ…

ରାଜ୍ୟ କ୍ୟାବିନେଟ୍‌ରେ ବଡ଼ ଘୋଷଣା: ପେନସନ୍‌ ବିଳମ୍ବ ହେଲେ ମିଳିବ ସୁଧ

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବକୁ ମିଳିଲା ରାଜ୍ୟ କ୍ୟାବିନେଟ୍‌ର ଅନୁମୋଦନ। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

୨୦ ବର୍ଷ ସଶ୍ରମ କାରାଦଣ୍ଡ ଭୋଗୁଥିବା କଏଦୀ ଫେରାର୍‌: ସୁରକ୍ଷାକର୍ମୀଙ୍କୁ ଚକ୍‌ମା ଦେଖାଇ…

ନୂଆପଡ଼ା,୭ା୯ (ମକାରୁ ବେମାଲ):ନୂଆପଡ଼ା ଉପକାରାଗାରରୁ ସୋମବାର ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ସେ ହେଲେ ସିନାପାଲି ଥାନା କେନ୍ଦୁମୁଣ୍ଡା ପଞ୍ଚାୟତ କାନ୍ଦୁଲକୋନା ଗଁାର ବିଶ୍ୱବିହାରୀ ମାଝି (୩୦)।…

ଆରଆଇ କାର୍ଯ୍ୟାଳୟରେ ତାଲା: ପଲିଥିନ୍‌ରୁ ବଞ୍ଚିତ ବନ୍ୟା ପ୍ରଭାବିତ

ହାଟଡିହୀ/ଛେନାପଦୀ, ୭।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନ ସମଣା ରାଜସ୍ବ ନିରୀକ୍ଷକ (ଆରଆଇ) କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ତାଲା ଝୁଲୁଥିବା ଅଭିଯୋଗ ହୋଇଛି।…

୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର: ଏହିସବୁ ଉପରେ ବଡ଼ ଘୋଷଣା

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

IAS ସ୍ତରରେ ବଡ଼ ଅଦଳବଦଳ: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର, ୭।୯: IAS ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର। ସାଧାରଣ ପ୍ରଶାସନ ବିଭାଗର ପ୍ରମୁଖ ଶାସନ ସଚିବ ହେଲେ ସୁରେଶ ବଶିଷ୍ଠ। ସଂସଦୀୟ ବ୍ୟାପାର ବିଭାଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri