ସ୍ଥାୟୀ ନିଯୁକ୍ତି ଦାବିରେ ଅସ୍ଥାୟୀ ସ୍ବାସ୍ଥ୍ୟକର୍ମୀଙ୍କ ଦାବିପତ୍ର ପ୍ରଦାନ

ବଲାଙ୍ଗୀର ଅଫିସ,୨୮ା୫: ସ୍ବାସ୍ଥ୍ୟ ବିଭାଗରେ କାମ କରୁଥିବା ଅସ୍ଥାୟୀ କର୍ମଚାରୀମାନେ ସ୍ଥାୟୀ ମାନ୍ୟତା ଦାବିରେ ଗୁରୁବାର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସିଡିଏମ୍‌ଓଙ୍କୁ ୪ଦଫା ଦାବିପତ୍ର ପ୍ରଦାନ କରିଛନ୍ତି। ସେମାନେ ଏହି ଦାବିପତ୍ର ମାଧ୍ୟମରେ କହିଛନ୍ତି ଯେ, ଗତ ଜୁନ୍‌ ୨୦୧୩ରେ ପଦବୀ ଘୋଷଣା ହେବା ପରେ ସେପ୍ଟେମ୍ବର ୨୦୧୩ରେ ସେମାନଙ୍କୁ ନିଯୁକ୍ତି ପ୍ରଦାନ କରାଯାଇଥିଲା। ନିଯୁକ୍ତି ପାଇବା ପରଠାରୁ ବିଭିନ୍ନ ପରିସ୍ଥିତି ମଧ୍ୟରେ ଜନସାଧାରଣଙ୍କୁ ସେବା ଯୋଗାଇ ଆସୁଛନ୍ତି। କିନ୍ତୁ ୬ବର୍ଷରୁ ଅଧିକ ହେବ ଜନତାଙ୍କୁ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ପରେ ମଧ୍ୟ ସରକାର ନିୟମିତ କର୍ମଚାରୀଙ୍କ ତୁଳନାରେ ବିଭିନ୍ନ ସୁବିଧା ସୁଯୋଗରୁ ବଞ୍ଚିତ ରଖିଛନ୍ତି। ସମାନ କାମକୁ ସମାନ ଦରମା, ୬ବର୍ଷ କାର୍ଯ୍ୟକାଳ ପରେ ନିୟମିତ ମାନ୍ୟତା, ଗ୍ରେଡେସନ ଇନ୍‌କ୍ରିମେଣ୍ଟ, କୋଭିଡ- ୧୯ ପାଇଁ ୫୦ ଲକ୍ଷର ଜୀବନ ବୀମା ଓ ଅଗ୍ରୀମ ୪ ମାସର ଦରମା ପ୍ରଦାନ କରିବାକୁ ଦାବି କରିଛନ୍ତି। ଆସନ୍ତା ୩୦ ଦିନ ମଧ୍ୟରେ ୪ ଦଫା ଦାବି ପୂରଣ କରା ନ ଗଲେ ରାଜ୍ୟ ସରକାରଙ୍କ ବିରୋଧରେ ଆନ୍ଦୋଳନ ଜାରି ରହିବ ବୋଲି ରମିତା ବେହେରା, ଦୀପାଳି ଧରୁଆ, ଅନିତା ମହାନନ୍ଦ, ଜ୍ୟୋତି ସାହୁ, ଚନ୍ଦ୍ରମା ସାହ, ଅନିତାରାଣୀ ନାଏକ ପ୍ରମୁଖ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ସରକାରଙ୍କ ବଡ଼ ଘୋଷଣା, ଆଉ ଖୋଲାରେ ମିଳିବନି ଗ୍ୟାସ୍‌! ଖାତା ନ ଥିଲେ…

ଭୁବନେଶ୍ୱର,୫ା୪: ଏଣିକି ଆଉ ଖୋଲାରେ ଗ୍ୟାସ ମିଳିବନି । ବାଟରେ, ବଜାରରେ ଖୋଲାରେ ମିଳିବନି ଗ୍ୟାସ । ଏହାକୁ ସମ୍ପୂର୍ଣ୍ଣ ବନ୍ଦ କରାଯାଇଛି । ରାଜ୍ୟର କୌଣସି…

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କରିବ ଭାରତ? ରାଜନାଥଙ୍କ ଚେତାବନୀ ପରେ ସେନାରେ ହଲଚଲ!

ନୂଆଦିଲ୍ଲୀ,୫।୪: ଭାରତ ଏବଂ ପାକିସ୍ତାନ ମଧ୍ୟରେ ବାକ୍‌ ଯୁଦ୍ଧ ପୁଣି ଥରେ ତୀବ୍ର ହୋଇଛି। ପାକିସ୍ତାନୀ ପ୍ରତିରକ୍ଷା ମନ୍ତ୍ରୀ ଖୱାଜା ଆସିଫଙ୍କ ସାମ୍ପ୍ରତିକ ବୟାନ ସ୍ପଷ୍ଟ ଭାବରେ…

ଯୁଦ୍ଧ ଭିତରେ ଭାରତ ଠାରୁ ମିସାଇଲ କିଣିଲା ଆମେରିକା, ବିଶ୍ୱରେ ଚହଳ…

ନୂଆଦିଲ୍ଲୀ,୫।୪: ୨୦୨୫-୨୬ ଆର୍ଥିକ ବର୍ଷରେ ଭାରତର ପ୍ରତିରକ୍ଷା ରପ୍ତାନି ସର୍ୱକାଳୀନ ସର୍ୱାଧିକ ସ୍ତରରେ ପହଞ୍ଚିଛି। ଏହା ବିଶ୍ୱ ଅସ୍ତ୍ରଶସ୍ତ୍ର ବଜାରରେ ଭାରତର ବର୍ଦ୍ଧିତ ଉପସ୍ଥିତିକୁ ସ୍ପଷ୍ଟ କରେ।…

ବଜ୍ରାଘାତ ନେଲା ମହିଳାଙ୍କ ଜୀବନ, ଚାଷ ଜମିରୁ କାମ କରି ଫେରିବା ବେଳେ ୩…

ଭବାନୀପାଟଣା,୫।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ବଳଦିଆମାଲ ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ରବିବାର ମଧ୍ୟାହ୍ନରେ ଚାଷ ଜମିରୁ…

ଏଠାରେ ପେଟ୍ରୋଲ ଦର ବିଶ୍ୱରେ ସବୁଠାରୁ ଅଧିକ; ଇରାନ ଯୁଦ୍ଧ ଯୋଗୁ ପରିସ୍ଥିତି ଆହୁରି ଖରାପ, ଜାଣନ୍ତୁ କାରଣ

ହଂକଂ,୫।୪: ମଧ୍ୟପ୍ରାଚ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀରେ ପରିବହନରେ ବାଧା ଯୋଗୁ ବିଶ୍ୱ ଶକ୍ତି ବଜାର ସମ୍ପୂର୍ଣ୍ଣ ଅସ୍ଥିର ହୋଇପଡ଼ିଛି। ଅଶୋଧିତ ତୈଳ ମୂଲ୍ୟ…

ଯୁଦ୍ଧ ଭିତରେ ବଡ଼ ଖବର, ହସ୍ପିଟାଲରେ ଭର୍ତ୍ତି ହେଲେ ଟ୍ରମ୍ପ? ସାରା ବିଶ୍ୱରେ ଚହଳ, ହ୍ବାଇଟ୍‌ ହାଉସ୍‌…

ୱାଶିଂଟନ,୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଗତ କିଛି ଦିନ ହେବ ସୋସିଆଲ ମିଡିଆରେ ଜୋରଦାର ଚର୍ଚ୍ଚା ଚାଲିଛି। ସେ ଗୁରୁତର ଅସୁସ୍ଥ ହୋଇ…

ଆଉ ଏକ ଆମେରିକୀୟ ବିମାନକୁ ଖସାଇଲା ଇରାନ, ଦାବି କରି କହିଲା….

ତେହେରାନ,୫।୪: ଇରାନ ସହିତ ଚାଲିଥିବା ସଂଘର୍ଷରେ ଆମେରିକୀୟ ସେନା ପ୍ରବଳ କ୍ଷତି ସହୁଛି । ରବିବାର ଦିନ, ଇରାନର ଇସଲାମିକ୍ ରିଭୋଲ୍ୟୁସନାରୀ ଗାର୍ଡ କର୍ପସ (IRGC) ଇସଫାହାନ…

ଭାଜପା ସରକାରଙ୍କୁ ଅରୁଣଙ୍କ କଡ଼ା ଟାର୍ଗେଟ୍‌, କହିଲେ କାମ କରୁନି ଡବଲ ଇଞ୍ଜିନ, ପୂର୍ବରୁ…

ବଲାଙ୍ଗୀର,୫ା୪(ସୁନିଲ କୁମାର ମହାନ୍ତି): ନୟାଗଡ଼ ବିଧାୟକ ଅରୁଣ ସାହୁ ରବିବାର ବଲାଙ୍ଗୀର ଗସ୍ତରେ ଆସିଥିବା ବେଳେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଉଚ୍ଚଶିକ୍ଷା ବିଭାଗରେ କୋଟା ବୃଦ୍ଧିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri