ସ୍ଥାୟୀ ନିଯୁକ୍ତି ଦାବିରେ ଅସ୍ଥାୟୀ ସ୍ବାସ୍ଥ୍ୟକର୍ମୀଙ୍କ ଦାବିପତ୍ର ପ୍ରଦାନ

ବଲାଙ୍ଗୀର ଅଫିସ,୨୮ା୫: ସ୍ବାସ୍ଥ୍ୟ ବିଭାଗରେ କାମ କରୁଥିବା ଅସ୍ଥାୟୀ କର୍ମଚାରୀମାନେ ସ୍ଥାୟୀ ମାନ୍ୟତା ଦାବିରେ ଗୁରୁବାର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସିଡିଏମ୍‌ଓଙ୍କୁ ୪ଦଫା ଦାବିପତ୍ର ପ୍ରଦାନ କରିଛନ୍ତି। ସେମାନେ ଏହି ଦାବିପତ୍ର ମାଧ୍ୟମରେ କହିଛନ୍ତି ଯେ, ଗତ ଜୁନ୍‌ ୨୦୧୩ରେ ପଦବୀ ଘୋଷଣା ହେବା ପରେ ସେପ୍ଟେମ୍ବର ୨୦୧୩ରେ ସେମାନଙ୍କୁ ନିଯୁକ୍ତି ପ୍ରଦାନ କରାଯାଇଥିଲା। ନିଯୁକ୍ତି ପାଇବା ପରଠାରୁ ବିଭିନ୍ନ ପରିସ୍ଥିତି ମଧ୍ୟରେ ଜନସାଧାରଣଙ୍କୁ ସେବା ଯୋଗାଇ ଆସୁଛନ୍ତି। କିନ୍ତୁ ୬ବର୍ଷରୁ ଅଧିକ ହେବ ଜନତାଙ୍କୁ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ପରେ ମଧ୍ୟ ସରକାର ନିୟମିତ କର୍ମଚାରୀଙ୍କ ତୁଳନାରେ ବିଭିନ୍ନ ସୁବିଧା ସୁଯୋଗରୁ ବଞ୍ଚିତ ରଖିଛନ୍ତି। ସମାନ କାମକୁ ସମାନ ଦରମା, ୬ବର୍ଷ କାର୍ଯ୍ୟକାଳ ପରେ ନିୟମିତ ମାନ୍ୟତା, ଗ୍ରେଡେସନ ଇନ୍‌କ୍ରିମେଣ୍ଟ, କୋଭିଡ- ୧୯ ପାଇଁ ୫୦ ଲକ୍ଷର ଜୀବନ ବୀମା ଓ ଅଗ୍ରୀମ ୪ ମାସର ଦରମା ପ୍ରଦାନ କରିବାକୁ ଦାବି କରିଛନ୍ତି। ଆସନ୍ତା ୩୦ ଦିନ ମଧ୍ୟରେ ୪ ଦଫା ଦାବି ପୂରଣ କରା ନ ଗଲେ ରାଜ୍ୟ ସରକାରଙ୍କ ବିରୋଧରେ ଆନ୍ଦୋଳନ ଜାରି ରହିବ ବୋଲି ରମିତା ବେହେରା, ଦୀପାଳି ଧରୁଆ, ଅନିତା ମହାନନ୍ଦ, ଜ୍ୟୋତି ସାହୁ, ଚନ୍ଦ୍ରମା ସାହ, ଅନିତାରାଣୀ ନାଏକ ପ୍ରମୁଖ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଲିଠୁ ପ୍ରଚାର ଆରମ୍ଭ କରିବେ ନବୀନ

ହିଞ୍ଜିଳିକାଟୁ,୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ନିର୍ବାଚନ ପ୍ରଚାର ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଏହି...

ଚାପ ଖେଳିବେ ମହାପ୍ରଭୁ, ଚନ୍ଦନଯାତ୍ରା ପାଇଁ ପୁରୀରେ ପ୍ରସ୍ତୁତି ଆରମ୍ଭ

ପୁରୀ,୨୩।୪: ଶ୍ରୀକ୍ଷେତ୍ରରେ ଆରମ୍ଭ ହେବାକୁ ଯାଉଛି ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ଚନ୍ଦନଯାତ୍ରା। ଅକ୍ଷୟ ତୃତୀୟାରେ ଆରମ୍ଭ ହେବାକୁ ଥିବା ଏହି ଯାତ୍ରାରେ ୨୧ ଦିନବ୍ୟାପୀ ନରେନ୍ଦ୍ର...

ନାମାଙ୍କନ ପତ୍ର ଦାଖଲ କଲେ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକକା

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ଲୋକସଭା ବିଜେଡି ପ୍ରାର୍ଥୀ କୌଶଲ୍ୟା ହିକକା ମଙ୍ଗଳବାର ନାମାଙ୍କନ ଦାଖଲ କରିଛନ୍ତି। ଜିଲାପାଳ ଭି କୀର୍ତି ଭାସନଙ୍କ ଠାରେ ସେ ନାମାଙ୍କନ...

ନାମାଙ୍କନ ପତ୍ର ଦାଖଲ କଲେ ରଘୁରାମ ପଡାଲ

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ବିଧାନସଭା ଆସନ ନିମନ୍ତେ ବିଜେଡି ପାର୍ଥି ରଘୁରାମ ପଡାଲ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କୋରାପୁଟ ଉପଜିଲାପାଳ ବେଣୁଧର ଶବରଙ୍କୁ ମଙ୍ଗଳବାର...

କାହିଁକି କଟିଲା ସମୀର ଦାଶଙ୍କ ଟିକେଟ୍‌, ରାଜା ସ୍ବାଇଁଙ୍କ ଭିଡିଓ ଭାଇରାଲ

ପୁରୀ,୨୩।୪: ନିମାପଡାରେ ଦିଲ୍ଲୀପ ନାୟକଙ୍କୁ ବିଜେଡି ଟିକେଟ ଦେବା ପରେ ବିଧାୟକ ସମୀର ଦାଶ ସମର୍ଥକଙ୍କ ଭିତରେ ଅସନ୍ତୋଷ ବଢିବାରେ ଲାଗିଛି । ଏହାରି ଭିତରେ...

ଆତଙ୍କ ଖେଳାଇଛି ଗୋଠଛଡ଼ା ଦନ୍ତା, ୩ ଦିନରେ ଭାଙ୍ଗିଲାଣି ୯ ଘର

ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୩ ଦିନ ହେବ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ଖେଳାଇଛି। ୯ରୁ ଉଦ୍ଧର୍‌ବ ଘର ଭାଙ୍ଗି...

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ...

ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ

ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri