ସ୍ଥାୟୀ ପଟ୍ଟା ଦାବିରେ ବସ୍ତିବାସିନ୍ଦାଙ୍କ ବିକ୍ଷୋଭ

ବାଲେଶ୍ୱର ଅଫିସ, ୩୧।୧୨-ସ୍ଥାୟୀ ପଟ୍ଟା ଦାବିରେ ବାଲେଶ୍ୱର ଜିଲା ବସ୍ତିବାସିନ୍ଦା ସଂଘ ପକ୍ଷରୁ ପୌରାଞ୍ଚଳ ଓ ସହର ସଂଲଗ୍ନ ପଞ୍ଚାୟତର ଶତାଧିକ ବସ୍ତିବାସିନ୍ଦା ସୋମବାର ଏକ ଶୋଭାଯାତ୍ରାରେ ବାହାରିଥିଲେ। ଏହି ଶୋଭାଯାତ୍ରା ରେଳଷ୍ଟେଶନରୁ ବାହାରି ଜିଲାପାଳଙ୍କ ଫାଟକ ନିକଟରେ ପହଞ୍ଚତ୍ଥିଲା। ଏହାପରେ ବସ୍ତିବାସିନ୍ଦା ଜିଲାପାଳଙ୍କ ଅଫିସ୍‌ ଘେରାଉ କରି ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ସଂଘର ସଭାପତି ବେଣୁଧର ବାରିକ ଏହାର ନେତୃତ୍ୱ ନେଇ ଦୀର୍ଘବର୍ଷ ଧରି ସରକାରୀ ଜମିରେ ବାସ କରିଆସୁଥିବା ପରିବାରଙ୍କୁ ବାସସ୍ଥାନର ପଟ୍ଟା ଓ ରାସ୍ତା, ଲାଇଟ୍‌, ପିଇବାପାଣି ଯୋଗାଇ ଦେବାକୁ ଦାବି କରିଥିଲେ। ଆନ୍ଦୋଳନକାରୀମାନେ ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରଣୀତ ଆଇନକୁ ଜିଲାରେ କାର୍ଯ୍ୟକାରୀ କରାଯାଉ ନ ଥିବା ଅଭିଯୋଗ କରିଥିଲେ। ସଂଘର ପ୍ରତିନିଧି ମଣ୍ଡଳଙ୍କ ଦ୍ୱାରା ଅତିରିକ୍ତ ଜିଲାପାଳ ସମ୍ବିତ କୁମାର ନାୟକଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରାଯାଇଥିଲା।
ଶ୍ରମିକନେତା ଗୌରାଙ୍ଗ ପାଣିଗ୍ରାହୀ, ଭାଗବତ ପ୍ରତିହାରୀ, ଆଇନଜୀବୀ ପଞ୍ଚାନନ ପରିଡ଼ା, ରବୀନ୍ଦ୍ର ବେହେରା ଓ ସେକ୍‌ ସଫିକ୍‌ ଅହମ୍ମଦ ପ୍ରମୁଖ ଅଭିଯୋଗ କରିଥିଲେ ଯେ, ସଦର ତହସିଲଦାର ଭୂମିହୀନମାନଙ୍କଠାରୁ ଆବେଦନପତ୍ର ଗ୍ରହଣ କରୁନାହାନ୍ତି। ଆଇଟିଆଇ ପଛପଟରେ ଥିବା ଅଙ୍ଗାରଗଡ଼ିଆ ମୌଜାର ବସ୍ତିବାସିନ୍ଦାମାନେ ଦୀର୍ଘ ୫୦ବର୍ଷ ଧରି ଯାତାୟତ କରୁଥିବା ରାସ୍ତାକୁ ଗତ ଅଗଷ୍ଟରେ ତହସିଲଦାର ପୋଲିସର ସହାୟତାରେ କଂକ୍ରିଟ୍‌ ପ୍ରାଚୀର ନିର୍ମାଣ କରିଥିବାରୁ ସେମାନେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଦାବି ପୂରଣ ନହେଲେ ଆଗାମୀ ଦିନରେ ବ୍ୟାପକ ଆନ୍ଦୋଳନ ପାଇଁ ଚେତାବନୀ ଦିଆଯାଇଛି। ଶୋଭାଯାତ୍ରା ଓ ବିକ୍ଷୋଭରେ ଅନୁରାଗ ମହାନ୍ତି, ସବିତା ଜେନା, ବିଦ୍ୟାଧର ବେହେରା, ଭାନୁମତି ନାୟକ, ଦେବକି ଦାସ ଓ ରମେଶଚନ୍ଦ୍ର ପତି ପ୍ରମୁଖ ନେତୃତ୍ୱ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…

ସଶକ୍ତ ଶିଶୁ ସଶକ୍ତ ଭାରତ କାର୍ଯ୍ୟକ୍ରମରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, କହିଲେ ଶିଶୁଙ୍କ ବୈଷୟିକ ଜ୍ଞାନକୌଶଳ…

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ଯା ପୀଠ ବିଦ୍ୟାଳୟ ପରିସରରେ ‘ସଶକ୍ତ ଶିଶୁ ସଶକ୍ତ ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରୋଟାରୀ…

ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…

ଦିନ ଦ୍ବିପ୍ରହରରେ ଆତଙ୍କ ମଚାଇଲେ ଦୁର୍ବୃତ୍ତ, ଦିବ୍ୟାଙ୍ଗଙ୍କ ଘର କବାଟ ଭାଙ୍ଗି ଲୁଟିନେଲେ…

ଦାରିଙ୍ଗବାଡି,୧୬।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ପଞ୍ଚାୟତ କାରିପାଙ୍ଗା ସାହିରେ ରବିବାର ଦିନ ଦ୍ବିପ୍ରହରରେ ଏକ ଲୁଟ୍ ଘଟଣା ସମଗ୍ର ଅଞ୍ଚଳରେ ଆତଙ୍କ ସୃଷ୍ଟି…

ଖୁଣ୍ଟରେ ଚଢ଼ି ମରାମତି ବେଳେ ଲାଗିଲା ବିଦ୍ୟୁତ ଝଟକା, ତାପରେ ହଠାତ୍….

ଦେବଗଡ଼,୧୬।୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା କଲା ଗ୍ରାମରେ ଅଘଟଣ । ବିଦ୍ୟୁତ ସ୍ପର୍ଶରେ ଆସି ଚାଲିଗଲା ବିଦ୍ୟୁତ କର୍ମଚାରୀଙ୍କ ଜୀବନ । ମୃତ…

ଅନ୍ତରୀଣ ଡିଜିପି ଭାବେ ଦାୟିତ୍ୱ ନେଲେ ବିନୟତୋଷ ମିଶ୍ର, ଆସୁଆସୁ କଲେ ବଡ଼ ଘୋଷଣା…

କଟକ,୧୬।୮: ୧୯୯୩ ବ୍ୟାଚ୍‌ ଆଇପିଏସ୍‌ ଅଫିସର ବିନୟତୋଷ ମିଶ୍ର ରବିବାରେ ଅନ୍ତରୀଣ ପୋଲିସ ଡିଜିପି ଭାବେ କଟକ ସ୍ଥିତ ପୋଲିସ ମୁଖ୍ୟାଳୟରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଦାୟୀତ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri