ସ୍ଥିତି ଅନୁଧ୍ୟାନ କଲେ ଆରପିଏଫ୍‌ ଆଇଜି

ତାଳଚେର,୧୧ା୯(ନି.ପ୍ର.)-ରେଳ ସୁରକ୍ଷାବଳ (ଆର୍‌ପିଏଫ୍‌) ଆଇ.ଜି. ରାଜାରାମ ମଙ୍ଗଳବାର ଦିନିକିଆ ତାଳଚେର ଗସ୍ତରେ ଆସି ଫେରି ଯାଇଛନ୍ତି। ସେ ଆର୍‌ପିଏଫ୍‌ ଅଫିସ ପରିଦର୍ଶନ ସହ ପ୍ଲାଟଫର୍ମ, ଟ୍ରେନ୍‌ ଯୋଗେ ହେଉଥିବା କୋଇଲା ପରିବହନ ଟ୍ରାକ୍‌ ବୁଲି ଦେଖିଥିଲେ। ଏହି ଅବସରରେ ସେ ଖବରଦାତାମାନଙ୍କୁ କହିଥିଲେ ଯେ, ଦାୟିତ୍ୱ ଗ୍ରହଣ ପରେ ସେ ବିଭିନ୍ନ ଆର୍‌ପିଏଫ୍‌ ଅଫିସ ବୁଲି ପରିସ୍ଥିତି ଅନୁଧ୍ୟାନ କରୁଛନ୍ତି। ରେଳଯାତ୍ରାକୁ ଅପରାଧ ମୁକ୍ତ କରିବା ତାଙ୍କର ମୁଖ୍ୟ ଉଦ୍ଦେଶ୍ୟ। ମହିଳା, ଶିଶୁଙ୍କ ସୁରକ୍ଷା, ବରିଷ୍ଠ ନାଗରିକ, ଦିବ୍ୟାଙ୍ଗମାନଙ୍କୁ ସହାୟତା ପ୍ରଦାନ ଦିଗରେ ବିଭାଗ ଗୁରୁତ୍ୱ ଦେଇ ଆସିଛି। ୧୮୨ ହେଲପ୍‌ ଲାଇନର କେତେ ଉପଯୋଗିତା ହେଉଛି ସେ ସମ୍ପର୍କରେ ମଧ୍ୟ ଅନୁଧ୍ୟାନ କରିଛନ୍ତି। ରେଳ ସମ୍ପତି ଚୋରି ନ ହେବା, ଅପରାଧୀଙ୍କୁ ଧରି ଦଣ୍ଡବିଧାନ କରାଯିବା, ଯାତ୍ରୀ ସୁରକ୍ଷା, ରେଳରୁ ସାମଗ୍ରୀ ଚୋରି ରୋକିବା ଦିଗରେ ଅଧିକ ପ୍ରଧାନ୍ୟ ଦିଆଯିବ ବୋଲି ସେ ପ୍ରକାଶ କରିଥିଲେ। ଖୁବ୍‌ଶୀଘ୍ର ଇଷ୍ଟକୋଷ୍ଟର ସମସ୍ତ ଷ୍ଟେଶନରେ ସିସି କ୍ୟାମେରା ସ୍ଥାପନ କରାଯିବାର ଯୋଜନା ରହିଛି ବୋଲି ସୂଚନା ସେ ଦେଇଥିଲେ। ଅପରାଧ ନିୟନ୍ତ୍ରଣ କ୍ଷେତ୍ରରେ ସେ ରେଳଯାତ୍ରୀ, ଖବରଦାତା, ବୁଦ୍ଧିଜୀବୀ, ସ୍ଥାନୀୟ ଅଞ୍ଚଳବାସୀଙ୍କ ସହଯୋଗ କାମନା କରିଥିଲେ। ଡିଏସ୍‌ସି ପି. ଶଙ୍କର କୁଟି, ଏଏସ୍‌ସି ଏସ.କେ. ପାଢୀ, ଇନ୍ସପେକ୍ଟର ଭି.ଆର. ସିଂହ, ମିନାକ୍ଷୀ ମହାପାତ୍ର, ସବ୍‌ଇନ୍ସପେକ୍ଟର ବାବୁଲି ବେହେରା, ପି.ଏନ. ଦାସ ଓ ଅନ୍ୟ କର୍ମଚାରୀ, ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୀମାରେ ଯାଞ୍ଚ: ପିକ୍‌ଅପ୍‌ ଭ୍ୟାନରୁ ୩.୬୯ଲକ୍ଷ ଜବତ

ନୂଆପଡ଼ା,୨୭ା୪ (ମକାରୁ ବେମାଲ): ସାଧାରଣ ନିର୍ବାଚନକୁ ଅବାଧ ଓ ନିରପେକ୍ଷ କରିବା ଲକ୍ଷ୍ୟ ନେଇ ପୋଲିସ ପ୍ରଶାସନ, ଅବକାରୀ ଓ ବନ ବିଭାଗ ପକ୍ଷରୁ ଆନ୍ତଃ...

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri