Posted inଜାତୀୟ

ସ୍ଥିତି ଅନୁଧ୍ୟାନ ଲାଗି ଲେହ, କଶ୍ମୀର ଯିବେ ସେନାଧ୍ୟକ୍ଷ

ନୂଆଦିଲ୍ଲୀ, ୨୩ା୬: ସୀମାନ୍ତ ଅଞ୍ଚଳର ସ୍ଥିତି ଅନୁଧ୍ୟାନ କରିବା ଲାଗି ସେନାଧ୍ୟକ୍ଷ ମନୋଜ ମୁକୁନ୍ଦ ନରଓ୍ବଣେ ଚଳିତ ସପ୍ତାହରେ ଲେହ ଏବଂ କଶ୍ମୀର ଗସ୍ତ କରିବେ। ଲଦାଖର ଗଲଓ୍ବାନ ଉପତ୍ୟକାରେ ଭାରତ- ଚାଇନା ସେନା ମଧ୍ୟରେ ରକ୍ତାକ୍ତ ସଂଘର୍ଷ ଓ ୨୦ ଯବାନ ଶହୀଦ ହେବା ପରେ ଏବେ ସ୍ଥିତି ଜଟିଳ ରହିଛି। ଏଲ୍‌ଏସି, ଏଲ୍‌ଓସିକୁ ଲାଗି ରହିଥିବା ବିଭିନ୍ନ ସୀମାଞ୍ଚଳର ଅନୁଧ୍ୟାନ କରିବା ଲାଗି ନରଓ୍ବଣେ ସେଠାକୁ ଗସ୍ତକରି ସେନା ପ୍ରସ୍ତୁତିର ସମୀକ୍ଷା କରିବେ। ଜୁନ୍‌ ୧୫ରେ ରକ୍ତାକ୍ତ ସଂଘର୍ଷ ପରେ ସୀମା ବିବାଦର ସମାଧାନ ଲାଗି ୨ ଥର ସେନା ଅଧିକାରୀସ୍ତରୀୟ ଆଲୋଚନା ହୋଇ ସାରିଲାଣି। ତଥାପି ଲଦାଖ ଓ ପଙ୍ଗୋଙ୍ଗ ଅଞ୍ଚଳରେ ପରିସ୍ଥିତି ସୁଧୁରି ନାହିଁ। ଛକାପଞ୍ଝା ଅବସ୍ଥା ଲାଗି ରହିଛି। ଭାରତୀୟ ଅଞ୍ଚଳକୁ କବ୍ଜାକରିବା ଲାଗି ଚାଇନା ପ୍ରୟାସ ଜାରି ରଖିଛି। ଦୀର୍ଘଦିନ ଧରି କ୍ୟାମ୍ପକରି ସେନା ଠୁଳ କରିବାରେ ଲାଗିଛି। ଫିଙ୍ଗର ୪ରୁ ଫିଙ୍ଗର ୮ ମଧ୍ୟରେ ଚାଇନା ପ୍ରତିରକ୍ଷା ସ୍ଥିତି ସୁଦୃଢ଼ କରିଛି। ଏହାର ଜବାବରେ ଭାରତ ଡେମ୍‌ଚୋକ,କୋୟୁଲ,ଫକ୍‌ଚେ, ଡେପ୍‌ସାଙ୍ଗ, ମୁର୍ଗୋ ଓ ଗଲଓ୍ବାନ୍‌କୁ ଅଧିକ ସେନା ପଠାଇଛି। ଚାଇନା ସେନାକୁ ମୁହଁତୋଡ୍‌ ଜବାବ ଲାଗି ଲଦାଖ ସୀମାର ୮୨୬ କି.ମି. ସୀମାରେ ଭାରତ ବ୍ୟାପକ ପ୍ରସ୍ତୁତି ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଫାଳିକିଆ ଆଇନ

ସଶସ୍ତ୍ର ଦୁର୍ବୃତ୍ତମାନେ ସେପ୍ଟେମ୍ବର ୧୩ରେ ମଣିପୁରର ତାମେଙ୍ଗଲଙ୍ଗ ଜିଲାରେ ଦୁଇଟି ପୃଥକ୍‌ ସ୍ଥାନରେ ଆକ୍ରମଣ କରିବାରୁ ଜଣେ ୬ ବର୍ଷର ଶିଶୁ ଆହତ ହେବା ସହ ୪…

ସରକାରୀ ଖର୍ଚ୍ଚର ହିସାବ ଦେଉନାହାନ୍ତି ବିଭାଗ, ବକେୟା ୨୫,୯୩୮ କୋଟିର ୟୁସି

ଭୁବନେଶ୍ୱର,୧୫।୯(ରବିନାରାୟଣ ଜେନା): ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବ ସଞ୍ଜୀବ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ ବୈଠକରୁ ମିଳିଥିବା ତଥ୍ୟ ଅନୁଯାୟୀ, ବିଭିନ୍ନ ବିଭାଗ…

ଖୁସି ଖବର: UPI ପେମେଣ୍ଟ ଉପରେ ଲାଗିବ ନାହିଁ କୌଣସି ଶୁଳ୍କ ! RuPay ଡେବିଟ କାର୍ଡ କାରବାର ମଧ୍ୟ ରହିବ ମାଗଣା

ନୂଆଦିଲ୍ଲୀ,୧୫।୯: ଯଦି ଆପଣ UPI କିମ୍ବା RuPay ଡେବିଟ କାର୍ଡ ବ୍ୟବହାର କରି ଦେୟ ପ୍ରଦାନ କରନ୍ତି, ତେବେ ଆପଣଙ୍କ ପାଇଁ ଏକ ଖୁସି ଖବର ରହିଛି।…

ଦ୍ରୁତଗତିରେ ତରଳୁଛି ହିମାଳୟର ବରଫ: ବିପଦରେ ଭାରତର….

ହଂକଂ,୧୫।୯: ବିଶ୍ୱର ସର୍ବୋଚ୍ଚ ପର୍ବତମାଳା ହିମାଳୟ ଏବେ ଏକ ବଡ଼ ପରିବେଶ ସଙ୍କଟ ଆଡ଼କୁ ଗତିକରୁଛି । ଚଳିତ ମାସରେ ପ୍ରକାଶିତ ଏକ ଗବେଷଣା ରିପୋର୍ଟ ଅନୁଯାୟୀ,…

ଓଡ଼ିଶାରେ କମୁଛି ବର୍ଷା; ଏହା ତାରିଖରୁ ଫେରିଯିବ ମୌସୁମୀ

ଭୁବନେଶ୍ୱର,୧୫।୯(ବନ୍ଦନା ସେଠୀ): ରାଜ୍ୟରେ ଧୀରେ ଧୀରେ କମୁଛି ବର୍ଷା । ଉତ୍ତର-ପଶ୍ଚିମ ଓ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି…

ଆକାଶରେ ଦେଖାଗଲା ବିରଳ ମହାଜାଗତିକ ଦୃଶ୍ୟ: ଚନ୍ଦ୍ର ପଛରେ…

ଭୁବନେଶ୍ୱର,୧୫।୯(ବନ୍ଦନା ସେଠୀ): ଆକାଶରେ ସୋମବାର ଏକ ବିରଳ ମହାଜାଗତିକ ଘଟଣା ଦେଖିବାକୁ ମିଳିଛି। ପୃଥିବୀ ଏବଂ ଶୁକ୍ର ଗ୍ରହ ମଧ୍ୟରେ ଚନ୍ଦ୍ର ଆସିଯିବା ଫଳରେ କିଛି ସମୟ…

ରାଜସ୍ଥାନ ପୌର ନିର୍ବାଚନ, ୧୦ରୁ ୪ରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କଲା ଭାଜପା

ଜୟପୁର,୧୪ା୯: ରାଜସ୍ଥାନ ପୌର ନିର୍ବାଚନରେ ଶାସକ ଭାଜପା ୧୦ଟି ପୌର ନିଗମ ମଧ୍ୟରୁ ୪ଟିରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କରିଛି। ଏଥିସହିତ ଶାସକ ଦଳ ୪,୧୭୯ଟି ଓ୍ବାର୍ଡ…

୨ ବାଇକ୍‌ ମୁହାଁମୁହିଁ ଧକ୍କା, ଜଣେ ମୃତ, ୪ ଗୁରୁତର

ଖଜୁରିପଡ଼ା,୧୪ା୯(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ଥାନା ଅନ୍ତର୍ଗତ ପିରିକୁଡ଼ି ପଞ୍ଚାୟତ ନିକଟସ୍ଥ ବିଲାବାଡ଼ି ବୁଲାଣିଠାରେ ସୋମବାର ସନ୍ଧ୍ୟାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ୨ଟି ବାଇକ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?