ପୁରୀ ଅଫିସ,୩।୫:ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ସଂସ୍ଥା (ଏଏସ୍ଆଇ)ର ତିନିଜଣିଆ ଟିମ୍ ରବିବାର ପୁରୀ ଆସି ଶ୍ରୀମନ୍ଦିର ଐତିହ୍ୟ କରିଡର ପ୍ରକଳ୍ପ କାର୍ଯ୍ୟର ଅନୁଧ୍ୟାନ କରିଛି। ଏହି ଟିମ୍ର ଅଧିକାରୀମାନେ ପ୍ରକଳ୍ପ ସ୍ଥଳକୁ ଯାଇ ଶ୍ରୀମନ୍ଦିର ଚୌହଦିରେ କ’ଣ ସବୁ ନିର୍ମାଣ ହେଉଛି, ପ୍ରକଳ୍ପ ପାଇଁ କେତେ ଗଭୀରରୁ ପିଲର ଉଠୁଛି, ପିଲର୍ ଏବଂ ବିମ୍ର ଦୈର୍ଘ୍ୟ ଓ ପ୍ରସ୍ଥ କେତେ ଆଦି ବିଭିନ୍ନ ପ୍ରଶ୍ନର ଉତ୍ତର ଖୋଜିଛନ୍ତି। ଏନେଇ ସେମାନେ ଜିଲାପାଳ ସମର୍ଥ ବର୍ମା, ଓଡ଼ିଶା ବ୍ରିଜ୍ ଆଣ୍ଡ୍ କନଷ୍ଟ୍ରକ୍ଶନ କର୍ପୋରେଶନ (ଓବିସିସି) ଲିମିଟେଡ୍ ଏବଂ ଟାଟା କନଷ୍ଟ୍ରକଶନ୍ ଲିମିଟେଡ୍ର ବରିଷ୍ଠ ଅଧିକାରୀମାନଙ୍କ ସହ ଆଲୋଚନା କରିଛନ୍ତି। ଅଧିକାରୀମାନଙ୍କ ସହ ବୁଲି ନିର୍ମାଣ କାର୍ଯ୍ୟକୁ ତନ୍ନତନ୍ନ କରି ଦେଖିଛନ୍ତି। ଏଥିସହ ବିଭିନ୍ନ ନିର୍ମାଣାଧୀନ କାର୍ଯ୍ୟର ମାପଚୁପ ମଧ୍ୟ କରିଛନ୍ତି। ଏହି ଟିମ୍ରେ ଏଏସ୍ଆଇର ଆଞ୍ଚଳିକ ନିର୍ଦ୍ଦେଶକ ଦିଲୀପ ଖମାରି, ଭୁବନେଶ୍ୱର ସର୍କଲର ସୁପରିଣ୍ଟେଣ୍ଡେଣ୍ଟ ଅରୁଣ ମଲ୍ଲିକ ଏବଂ ଆସିଷ୍ଟାଣ୍ଟ ସୁପରିଣ୍ଟେଣ୍ଡେଣ୍ଟ ଚିତ୍ତରଞ୍ଜନ ଦାଶ ସାମିଲ ଥିଲେ।
ମେଘନାଦ ପାଚେରୀଠାରୁ ୫୫ ମିଟର ଦୂରରେ ନିର୍ମାଣ ହେବାକୁ ଥିବା ପ୍ରାଚୀର ସ୍ଥାନରେ ଏଏସ୍ଆଇ ଟିମ୍ ପରୀକ୍ଷା ନିରୀକ୍ଷା କରିଛି। ଶ୍ରୀମନ୍ଦିର ସୁରକ୍ଷା ଦୃଷ୍ଟିକୋଣରୁ ଖନନ ଓ ନିର୍ମାଣ କାର୍ଯ୍ୟ ଠିକ କି ନୁହେଁ ସେନେଇ ମଧ୍ୟ ପ୍ରଶାସନ ସହ ଦୀର୍ଘ ସମୟ ଧରି ଆଲୋଚନା କରିଛି। ଜିଲାପାଳ ବର୍ମା ଏଏସ୍ଆଇ ଟିମ୍କୁ ନିର୍ମାଣସ୍ଥଳୀମାନ ବୁଲାଇ ଦେଖାଇଥିଲେ। ଟିମ୍ର ସଦସ୍ୟମାନେ ପ୍ରଥମେ ପଶ୍ଚିମଦ୍ୱାର ପଟେ ନିର୍ମାଣାଧୀନ ଇନ୍ଫର୍ମେଶନ୍ କିଓସ୍କୋ, ଶେଲଟର ପାଭିଲିଅନ୍, କ୍ଲକ୍ରୁମ୍ ଓ ଶୌଚାଳୟ କାର୍ଯ୍ୟ ଯାଞ୍ଚ କରିବା ପରେ ଦକ୍ଷିଣଦ୍ୱାର ଏବଂ ଏମାର ମଠ ପରିସରକୁ ଯାଇ ସ୍ଥିତି ଅନୁଧ୍ୟାନ କରିଥିଲେ। ତେବେ ନିର୍ମାଣ କାର୍ଯ୍ୟ ଆଇନତଃ ଠିକ୍ କିମ୍ବା ଭୁଲ୍ ସେନେଇ କେହି ଗଣମାଧ୍ୟମ ଆଗରେ ମୁହଁ ଖୋଲି ନ ଥିଲେ। ଜିଲା ପ୍ରଶାସନଠାରୁ ଆରମ୍ଭ କରି ଠିକା କମ୍ପାନୀ ପର୍ଯ୍ୟନ୍ତ ସମସ୍ତେ ପ୍ରଶ୍ନକୁ ଏଡ଼ାଇ ଯାଇଥିଲେ। ଏପରି କି ଏଏସ୍ଆଇ ଆଞ୍ଚଳିକ ନିର୍ଦ୍ଦେଶକ ଦିଲୀପ ଖମାରି ମଧ୍ୟ ସିଧାସଳଖ ଭାବେ ଏହି ପ୍ରସଙ୍ଗରେ କୌଣସି ଉତ୍ତର ରଖି ନ ଥିଲେ। ସେ କହିଥିଲେ, ଏ ସଂକ୍ରାନ୍ତ ମାମଲା ହାଇକୋର୍ଟରେ ବିଚାରାଧୀନ ରହିଛି। ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଏହି ଟିମ୍ ସ୍ଥିତି ପରଖିବା ପାଇଁ ଆସିଛି। ବିଚାରାଧୀନ ମାମଲା ଉପରେ କୌଣସି ପ୍ରତିକ୍ରିୟା ଦେବା ଠିକ ହେବ ନାହିଁ। ହାଇକୋର୍ଟରେ ସତ୍ୟପାଠ ଦାଖଲ ପରେ ଏସମ୍ପର୍କିତ ତଥ୍ୟ ସାର୍ବଜନୀନ ହେବ। ଅନ୍ୟପକ୍ଷରେ ଐତିହ୍ୟ କରିଡର କାର୍ଯ୍ୟରେ ଏଏସ୍ଆଇର ନୀରବତାକୁ ନେଇ ଜନ ଅସନ୍ତୋଷ ଦେଖିବାକୁ ମିଳୁଛି। ପୁରୀ ସହରର ବୁଦ୍ଧିଜୀବୀ, ଆଇନଜୀବୀ ଓ ଜନସାଧାରଣ ଏଏସ୍ଆଇର ସ୍ବଚ୍ଛତାକୁ ନେଇ ପ୍ରଶ୍ନ ଉଠାଇଛନ୍ତି। ପ୍ରକଳ୍ପ କାର୍ଯ୍ୟରେ ଆଇନ ଉଲ୍ଲଂଘନ ହୋଇଛି କି ନାହିଁ, ଏଭଳି ନିର୍ମାଣ କାର୍ଯ୍ୟ ପରେ ଶ୍ରୀମନ୍ଦିର ସୁରକ୍ଷିତ ରହିବ କି ନାହିଁ ଏବଂ ଏଏସ୍ଆଇ ଅନୁମତିରେ କାମ ହେଉଛି ନା ନାହିଁ, ସେନେଇ ଏଏସ୍ଆଇ ତୁରନ୍ତ ସ୍ପଷ୍ଟ କରିବା ଦରକାର ବୋଲି ପୁରୀ ଓକିଲ ସଂଘ କହିଛି।
Posted inHome, Home Left, ଆମ ଜିଲା ଖବର, ପୁରୀ View All
ଆମେରିକା ଗୋଟିଏ ରାତିରେ ଇରାନ୍କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…
ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍କୁ ଧ୍ୱଂସ…
ବିରୋଧୀଙ୍କୁ ଝଟ୍କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ
ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…
ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ
ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…
ସୁନା ଭର୍ତ୍ତି ବ୍ୟାଗ୍ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..
ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…
କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି
ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…
ସଲମାନଙ୍କ ଫଟା ଜୋତାର ଦାମ୍ ଜାଣିଲେ ଉଡିଯିବ ହୋଶ୍
ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…
ହାର୍ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍
ଓ୍ବାଶିଂଟନ୍,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍…
ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍: ଉଜୁଡିଲା ଚାଷୀଙ୍କ ଅମଳ ଆଶା
ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…
Archives

