ସ୍ନାନବେଦୀରେ ବିଶୃଙ୍ଖଳାରୀ ଚିହ୍ନଟ : ନୋଟିସ୍‌ ଜାରି କଲା ଶ୍ରୀମନ୍ଦିର ପ୍ରଶାସନ

ପୁରୀ ଅଫିସ,୨୪ା୬: ସ୍ନାନ ପୂର୍ଣ୍ଣିମାରେ ମହାପ୍ରଭୁଙ୍କ ସ୍ନାନନୀତି ସମ୍ପନ୍ନ ହୋଇଛି। ଶ୍ରୀମନ୍ଦିର ପ୍ରଶାସନର କଟକଣା ସତ୍ତ୍ୱେ ସ୍ନାନବେଦୀରେ ହୋଇଛି ବିଶୃଙ୍ଖଳା। ସଂଖ୍ୟାଧିକ ସେବାୟତ ପ୍ରଶାସନର ନୀତିନିୟମ ମାନି ଦାରୁବିଗ୍ରହଙ୍କ ସ୍ନାନନୀତି ଶୃଙ୍ଖଳିତ କରିଥିବା ବେଳେ ଅଳ୍ପ କେତେଜଣ ବ୍ୟବସ୍ଥାବଳୀକୁ ଉଲ୍ଲଂଘନ କରିଛନ୍ତି। ଭକ୍ତଙ୍କଠାରୁ ଫୁଲ ଆଣିବା, ତୁଳସୀ ବାଣ୍ଟିବା ଉପରେ କଟକଣା ଲାଗିଥିଲେ ମଧ୍ୟ କେତେଜଣ ସେବାୟତ ଏହାକୁ ମାନି ନ ଥିଲେ। ଏପରି କି, ଠାକୁରଙ୍କୁ ସ୍ପର୍ଶ କରିଥିବା ନେଇ ମଧ୍ୟ ଚର୍ଚ୍ଚା ହୋଇଥିଲା। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସିସିଟିଭି ଫୁଟେଜ ଯାଞ୍ଚ କରାଯାଇ ବିଶୃଙ୍ଖଳାକାରୀଙ୍କୁ ଚିହ୍ନଟ କରାଯାଇଛି। ସେମାନଙ୍କ ମଧ୍ୟରୁ ପ୍ରାଥମିକ ପର୍ଯ୍ୟାୟରେ କେତେଜଣ ସେବାୟତଙ୍କୁ ନୋଟିସ୍‌ ଜାରି ହୋଇଥିବା ଜଣାପଡ଼ିଛି। ତେବେ ବ୍ୟବସ୍ଥାବଳୀ ଉଲ୍ଲଂଘନକାରୀଙ୍କ ମଧ୍ୟରେ କେତେ ସେବାୟତ ଏବଂ କର୍ମଚାରୀ ଅଛନ୍ତି, ତାହା ଏ ପର୍ଯ୍ୟନ୍ତ ଶ୍ରୀମନ୍ଦିର ପ୍ରଶାସନ ସ୍ପଷ୍ଟ କରିନାହିଁ ା


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବିଧାୟକଙ୍କ ପରଲୋକ, ପଦ୍ମପୁରରେ ଶୋକର ଛାୟା

ପଦ୍ମପୁର,୨୬।୮(ପ୍ରଦୀପ୍ତ ଦାଶ): ପଦ୍ମପୁର ନିର୍ବାଚନମଣ୍ଡଳୀର ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ବିଧାୟକ ସତ୍ୟଭୂଷଣ ସାହୁଙ୍କ ପରଲୋକ ଘଟିଛି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ୭୫…

ବଲାଙ୍ଗୀରରେ ଚାଞ୍ଚଲ୍ୟ; ନାବାଳକଙ୍କ ଛୁରା ମାଡ଼ରେ ଆଉ ଜଣେ ନାବାଳକ ମୃତ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ବଲାଙ୍ଗୀର,୨୬।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଆଗଲପୁର ଥାନା ରୋତ ଗାଁରେ ଚାଞ୍ଚଲ୍ୟ । ନାବାଳକଙ୍କୁ ଛୁରି ଭୁସି ହତ୍ୟା କଲେ ନାବାଳକ । ମୃତକ ହେଲେ…

ଜି.ଉଦୟଗିରିରେ ମହମ୍ମଦଙ୍କ ଜୟନ୍ତୀ, ସମାଜର ଅନ୍ଧବିଶ୍ୱାସ ଦୂର କରିବା ନେଇ…

ଜି.ଉଦୟଗିରି,୨୬ା୮(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ଅଞ୍ଚଳର ମୁସଲମାନ ସମ୍ପ୍ରଦାୟ ପକ୍ଷରୁ ବୁଧବାର ମହମ୍ମଦଙ୍କ ଜନ୍ମଦିନ ଅବସରରେ ଶାନ୍ତି ପଦଯାତ୍ରା ଓ ଧାର୍ମିକ ସଭା…

ଜିଲାରେ ବାଲ୍ୟ ବିବାହ ସମ୍ପୂର୍ଣ୍ଣ ବନ୍ଦ ପାଇଁ ନିଆଯିବ କଠୋର ପଦକ୍ଷେପ, ଶିଶୁକନ୍ୟା ମୃତ୍ୟୁହାର କମାଇବାକୁ…

ଛତ୍ରପୁର,୨୬ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅତିରିକ୍ତ ଜିଲାପାଳ (ରାଜସ୍ବ) ଦେବଦତ୍ତ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଶିଶୁକନ୍ୟା…

ଭୟଙ୍କର! ମନ୍ତ୍ରୀଙ୍କ ଘରେ ପାଣି ପଶିବା ପରେ ବାଲି ପକାଇବାକୁ ଯାଉଥିଲେ ଶ୍ରମିକ, ମଝି ନଦୀରେ ଓଲଟିଲା ଡଙ୍ଗା, ୨୨ ଶ୍ରମିକ…

ପାଟନା,୨୬।୮: ବିହାରର ଭାଗଲପୁରରେ ଗଙ୍ଗା ନଦୀରେ ଏକ ବଡ଼ ଅଘଟଣ ଘଟିଛି । ନବଗଛିଆ ଅନ୍ତର୍ଗତ ଖରୀକ ବ୍ଲକର ରାଘୋପୁର ତଟବନ୍ଧ ନିକଟରେ ୨୨ ଜଣ ଶ୍ରମିକଙ୍କୁ…

ଚନ୍ଦ୍ରଗ୍ରହଣରେ ସମ୍ଭାଳିକି ରୁହନ୍ତୁ ଏହି ଗୋଟିଏ ରାଶି , ବଢ଼ିବ ମାନସିକ ଚାପ, ମାସେ ଯାଏ ଭାବିଚିନ୍ତି ନିଅନ୍ତୁ ନିଷ୍ପତ୍ତି!

ଜ୍ୟୋତିଷ ସିଦ୍ଧାନ୍ତ ଅନୁସାରେ, ଯେତେବେଳେ ବି କୌଣସି ବଡ଼ ଖଗୋଳୀୟ ଘଟଣା ଘଟେ, ସେତେବେଳେ ଏହାର ସିଧାସଳଖ ପ୍ରଭାବ ଦେଶ-ଦୁନିଆ ଏବଂ ରାଶିଗୁଡ଼ିକ ଉପରେ ପଡ଼ିଥାଏ। କିନ୍ତୁ…

ନେପାଳରେ ବନ୍ୟା ବିପର୍ଯ୍ୟୟ: ଭାସିଗଲା ଅନେକ ଗାଁ, ୭ଜଣଙ୍କ ମୃତ୍ୟୁ, ୧୦୫ ଜଣ ଭାରତୀୟଙ୍କ ସମେତ ୨୯୧ ବିଦେଶୀ ନିଖୋଜ

କାଠମାଣ୍ଡୁ,୨୬।୮: ଉତ୍ତର ନେପାଳର ଭୋଟେ କୋଶି ନଦୀରେ ବୁଧବାର ହଠାତ ବନ୍ୟା ଆସିଥିଲା। ଏପର୍ଯ୍ୟନ୍ତ ୭ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଏହି ସମୟରେ, ୨୯୧ ବିଦେଶୀ ନାଗରିକଙ୍କ…

‘ଛାତ୍ରଙ୍କୁ ଚାକିରି ନୁହେଁ ଲାଠି ମିଳୁଛି’, ରାସ୍ତାରେ ଗର୍ଜିଲେ ୬ ବର୍ଷର ବାଳକ, ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା…

ପାଟନା,୨୬।୮: ରୋଜଗାର ସମେତ ବିଭିନ୍ନ ଦାବି ନେଇ ପାଟନାର ଡାକବଙ୍ଗଲା ଛକରେ ଛାତ୍ର ଓ ପରୀକ୍ଷାର୍ଥୀଙ୍କ ଆନ୍ଦୋଳନ ଜାରି ରହିଛି । ଏହି ଭିଡ଼ ମଧ୍ୟରେ ପ୍ରାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri