ସ୍ନାନମଣ୍ଡପରେ ବିଜେ ଚତୁର୍ଦ୍ଧାମୂର୍ତ୍ତି

ପୁରୀ ଅଫିସ,୧୭ା୬: ଦେବସ୍ନାନ ପୂର୍ଣ୍ଣିମାରେ ରତ୍ନବେଦୀରୁ ଓହ୍ଲାଇ ସ୍ନାନମଣ୍ଡପରେ ବିଜେ କରିଛନ୍ତି ଚତୁର୍ଦ୍ଦାମୂର୍ତ୍ତି। ଭୋର ୫ଟାରେ ମଙ୍ଗଳାର୍ପଣ ପରେ ୫.୨୦ରେ ଶ୍ରୀ ସୁଦର୍ଶନଙ୍କ ପହଣ୍ଡି ଆରମ୍ଭ ହୋଇଥିଲା। ପରେ ସକାଳ ୬ଟାରେ ବଳଭଦ୍ର, ୬.୨୦ରେ ଦେବୀ ସୁଭଦ୍ରା ଏବଂ ୬.୪୦ରେ ମହାପ୍ରଭୁ ଶ୍ରୀ ଜଗନ୍ନାଥ ଧାଡ଼ି ପହଣ୍ଡିରେ ଆସି ସ୍ନାନମଣ୍ଡପରେ ବିଜେ ହୋଇଥିଲେ। ସକାଳ ୮.୨୦ରେ ମଦନମୋହନ ସ୍ନାନବେଦୀରେ ବିଜେ କରିବା ପରେ ରୁନ୍ଧା କାର୍ଯ୍ୟ ସମ୍ପନ୍ନ ହୋଇଥିଲା। ଏହା ପରେ ଅନ୍ୟାନ୍ୟ ନୀତି ବଢ଼ି ଅପରାହ୍ନ ସାଢ଼େ ୩ଟାରେ ଛେରାପହଁରା, ୪ଟାରୁ ୫ଟାରେ ହାତୀବେଶ ଅନୁଷ୍ଠିତ ଲାଗି ନୀତିନିର୍ଘଣ୍ଟ କରାଯାଇଛି। ରାତି ସାଢ଼େ ୧୦ଟାରେ ବାହୁଡ଼ା ପହଣ୍ଡି ଶେଷ ହେବାକୁ ନୀତି ଧାର୍ଯ୍ୟ ହୋଇଛି। ମହାପ୍ରଭୁଙ୍କ ହାତୀବେଶ ଦର୍ଶନ ପାଇଁ ଶ୍ରୀକ୍ଷେତ୍ରରେ ଶ୍ରଦ୍ଧାଳୁଙ୍କ ଭିଡ଼ ପରିଲକ୍ଷିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ମଞ୍ଚେଶ୍ୱର ଥାନା ASI, ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ…

ଭୁବନେଶ୍ୱର,୧୭।୬: ରାଜଧାନୀରେ ପୁଣି ଜଣେ ପୋଲିସ ବାବୁଙ୍କ ଲାଞ୍ଚ କାରବାରର ପର୍ଦ୍ଦାଫାଶ ହୋଇଛି। ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଭୁବନେଶ୍ୱର ମଞ୍ଚେଶ୍ୱର ଥାନାର ଏଏସଆଇ (ASI)। ଏକ ମାମଲା…

ଝାରସୁଗୁଡ଼ା ସହ ଏହି ଜିଲାରେ ବଢ଼ିଲା ଖରାଛୁଟି ଅବଧି, ଜାଣନ୍ତୁ କେବେ ଖୋଲିବ ସ୍କୁଲ

ଭୁବନେଶ୍ୱର, ୧୭।୬: ଝାରସୁଗୁଡ଼ା ଜିଲାରେ ପଢୁଥିବା ସ୍କୁଲ୍ ଛାତ୍ରଛାତ୍ରୀଙ୍କ ପାଇଁ ଏକ ଗୁରୁତ୍ଵପୂର୍ଣ୍ଣ ଖବର। ଜିଲାରେ ଗ୍ରୀଷ୍ମପ୍ରବାହର ପ୍ରକୋପ ଜାରି ରହିଥିବାରୁ ଛାତ୍ରଛାତ୍ରୀଙ୍କ ସ୍ଵାସ୍ଥ୍ୟକୁ ଦୃଷ୍ଟିରେ ରଖି…

୨୦ ମେଗା ପ୍ରକଳ୍ପକୁ ମିଳିଲା ଅନୁମୋଦନ: ଗଞ୍ଜାମ, ଯାଜପୁର ସମେତ ୯ଟି ଜିଲାରେ ହେବ…

ଭୁବନେଶ୍ୱର, ୧୭।୬: ରାଜ୍ୟର ୯ଟି ଜିଲାରେ ୨୦ ମେଗା ପ୍ରକଳ୍ପକୁ ମିଳିଲା ଅନୁମୋଦନ। ବୁଧବାର ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା HLCA ବୈଠକରେ ଅନୁମୋଦନ ମିଳିଛି। ୭୬ ହଜାର…

ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ପିସିସି ସଭାପତି: ଦେବୀ ବିଷୋୟୀଙ୍କୁ କଂଗ୍ରେସରୁ କଲେ ନିଲମ୍ବନ

ଭଞ୍ଜନଗର,୧୭।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର ପୂର୍ବତନ କଂଗ୍ରେସ ବିଧାୟକ ପ୍ରାର୍ଥୀ ତଥା ପିସିସି ସଭ୍ୟ ଦେବୀ ବିଷୋୟୀଙ୍କୁ ବୁଧବାର କଂଗ୍ରେସ ଦଳରୁ ନିଲମ୍ବିତ କରାଯାଇଛି। ଦଳୀୟ…

ଆସନ୍ତାକାଲି ଖୋଲିବନି ସ୍କୁଲ: ଏହି ୨ ଜିଲାରେ ବଢ଼ିଲା ଖରାଛୁଟି ଅବଧି

ଭୁବନେଶ୍ୱର, ୧୭।୬: ବଲାଙ୍ଗୀର ଜିଲାରେ ବଢ଼ିଲା ଖରାଛୁଟି ଅବଧି। ୨୦ ତାରିଖ ଯାଏ ଖରାଛୁଟି ଅବଧି ବଢ଼ିଛି। ତେବେ ୨୨ ତାରିଖରେ ବଲାଙ୍ଗୀରରେ ଶିକ୍ଷାନୁଷ୍ଠାନ ଖୋଲିବ। ପ୍ରବଳ…

ଦ୍ୱିପାକ୍ଷିକ ବୈଠକବେଳେ ବଡ଼ ପ୍ରତିଶ୍ରୁତି ଦେଲେ ଡୋନାଲ୍ଡ ଟ୍ରମ୍ପ: ମୋଦି ପିଏମ୍‌ ଥିବା ଯାଏ…ବିଶ୍ୱରେ ପଡିଗଲା ଚହଳ

ନୂଆଦିଲ୍ଲୀ, ୧୭।୬: ଫ୍ରାନ୍ସର ଏଭିଆନଠାରେ ଆୟୋଜିତ ଜି-୭ ସମ୍ମିଳନୀ ଅବସରରେ ବୁଧବାର ସାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ଦ୍ୱିପାକ୍ଷିକ…

ଦ୍ୱିପାକ୍ଷିକ ବୈଠକ ପୂର୍ବରୁ ମୋଦିଙ୍କୁ ଏ କ’ଣ କହିଦେଲେ ଟ୍ରମ୍ପ? ଚାରିଆଡେ ପଡିଗଲା ଚହଳ

ନୂଆଦିଲ୍ଲୀ,୧୭।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଫ୍ରାନ୍ସର ଏଭିଆନଠାରେ ଆୟୋଜିତ ଜି-୭ (G-7) ସମିଟ ଅବସରରେ ଆଜି ବୁଧବାର (୧୭ ଜୁନ,…

ପ୍ରବଳ ଖରା ଯୋଗୁ ସକାଳୁଆ ସ୍କୁଲ, ଜାଣନ୍ତୁ କେଉଁ ଜିଲାରେ ହେଲା ଘୋଷଣା

ନୂଆପଡା,୧୭।୬: ପ୍ରବଳ ଖରା ଏବଂ ଅସହ୍ୟ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଓଡ଼ିଶାର ଅନେକ ଜିଲାରେ ପାରଦ ୪୦ରୁ ୪୫ ଡିଗ୍ରୀ ଉପରେ ରହୁଥିବା ବେଳେ ଉଚ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri