ସ୍ନେହଲତା ଗଣବଳତ୍କାର, ହତ୍ୟା ଘଟଣାର ସିବିଆଇ ତଦନ୍ତ ଦାବି କଲା ସାବିତ୍ରୀବାଇ ଫୁଲେ ମହିଳା ସଙ୍ଗଠନ

ବଲାଙ୍ଗୀର ଅଫିସ/ଖପ୍ରାଖୋଲ, ୧୧ା୬(ଡି.ଏନ୍‌.ଏ.) ସ୍ନେହଲତା ଛତ୍ରିଆ ଗଣବଳତ୍କାର ଓ ହତ୍ୟା ଘଟଣାକୁ ପାଞ୍ଚ ବର୍ଷ ପୂରଛି। ହେଲେ ଅଦ୍ୟାବଧି ପୀଡିତ ପରିବାରକୁ ନ୍ୟାୟ ମିଳିନାହିଁ। ଘଟଣାର ସିବିଆ ତଦନ୍ତ ଦାବିରେ ପଶ୍ଚିମ ଓଡିଶା ସାବିତ୍ରୀବାଇ ଫୁଲେ ମହିଳା ସଙ୍ଗଠନ ପକ୍ଷରୁ ବୁଧବାର ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଦୁଇଦଫା ସମ୍ବଳିତ ଦାବିପତ୍ର ଖପ୍ରାଖୋଲ ବିଡିଓଙ୍କ ଜରିଆରେ ପ୍ରଦାନ । ସ୍ନେହଲତା ଛତ୍ରିଆଙ୍କୁ ୨୦୧୫ ମେ ୨୨ ତାରିଖରେ ଗଣବଳତ୍କାର ପରେ ହତ୍ୟା କରାଯାଇଥିଲା। ରାଜ୍ୟ ସରକାର ଏହି ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ଘୋଷଣା କରିଥିଲେ। ତେବେ ଏହି ଘଟଣାର ବିଶେଷ ଅଗ୍ରଗତି ହୋଇପାରି ନ ଥିଲା। ସେତେବେଳେ ସ୍ନେହଲତାଙ୍କ ମୃତଦେହ ବ୍ୟବଚ୍ଛେଦ କରାଯାଇ ନ ଥିଲା ବୋଲି ସଙ୍ଗଠନ ପକ୍ଷରୁ ଅଭିଯୋଗ କରାଯାଇଛି। କ୍ରାଇମବ୍ରାଞ୍ଚ ଡିଏସ୍‌ପି ଓ ବ୍ୟବଚ୍ଛେଦ କରି ନ ଥିବା ଡାକ୍ତରଙ୍କ ବିରୋଧରେ ସଙ୍ଗଠନ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଦାବି କରାଯାଇଛି। ସ୍ନେହଲତା ଛତ୍ରିଆ ଗଣବଳତ୍କାର ଓ ହତ୍ୟା ଘଟଣା ସିବିଆଇ ତଦନ୍ତ କରାଯିବାକୁ ପଶ୍ଚିମ ଓଡିଶା ସାବିତ୍ରୀବାଇ ଫୁଲେ ମହିଳା ସଙ୍ଗଠନ ପକ୍ଷରୁ ଦାବି କରାଯାଇ ପୀଡିତ ପରିବାରକୁ ନ୍ୟାୟ ନ ମିଳିବା ପର୍ଯ୍ୟନ୍ତ ସଂଗ୍ରାମ ଜାରି ରଖାଯିବ ବୋଲି କୁହାଯାଇଛି। ସଙ୍ଗଠନର ସଭାପତି ଚମ୍ପା ନାଗ, ଉପସଭାପତି ସୁଭଦ୍ରା ସୁନା, ସାଧାରଣ ସମ୍ପାଦିକା ଅରୁଣା ନାଗ, କାର୍ଯ୍ୟକାରୀ ସଦସ୍ୟା ଗୀତାଞ୍ଜଳି ବାଗ ବିଡିଓଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜିନପିଙ୍ଗଙ୍କୁ ପସନ୍ଦ ଭାରତ ଚା’! ମୋଦିଙ୍କ ସହ ନେଲେ ମଜା

ନୂଆଦିଲ୍ଲୀ/ବେଜିଂ,୧୪।୯: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଭାରତ ଗସ୍ତକୁ ବେଶ ଉପଭୋଗ କରୁଛନ୍ତି। ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀ ପାଇଁ ଦିଲ୍ଲୀରେ ପହଞ୍ଚିବା ପରେ ସେ ସ୍ଥାନୀୟ…

ମନ୍ତ୍ରୀଙ୍କ ବଡ଼ ସୂଚନା, ଓଡ଼ିଶା ବଜାରକୁ ଆସିବ ଓମ୍‌ଫେଡ ଆଇସକ୍ରିମ୍ ଓ ପାଣି

ଭୁବନେଶ୍ବର,୧୪ା୯: ଓଡ଼ିଶାର ଲୋକପ୍ରିୟ ଦୁଗ୍ଧ କମ୍ପାନୀ ଓମ୍‌ଫେଡ୍‌ ଏଣିକି ଆଇସକ୍ରିମ୍ ଓ ପାଣି ମଧ୍ୟ ବଜାରକୁ ଆଣିବାକୁ ଯୋଜନା କରୁଛି । ଏନେଇ ସୂଚନା ଦେଇଛନ୍ତି ମତ୍ସ୍ୟ…

ଗଣେଶ ପୂଜାରେ ଅଘଟଣ: ମଣ୍ଡପକୁ ଯିବା ଲାଗି ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ ଯୁବକ

ବାଲେଶ୍ୱର,୧୪ା୯(ବାଞ୍ଛାନିଧି ଦେ): ଅଗ୍ରପୂଜ୍ୟ ଗଣପତି ବାବାଙ୍କ ପୂଜା ଉତ୍ସବ ସୋମବାର ଧୂମ୍‌ଧାମରେ ପାଳିତ ହେଉଥିବାବେଳେ ବାଲେଶ୍ୱର ଜିଲା ରେମୁଣା ଅଞ୍ଚଳରେ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି…

ନୂଆଁଖାଇରେ ମାଟିପାତ୍ରର ମହକ; ବଲାଙ୍ଗୀର ହାଟରେ ବିକ୍ରି ହେଲାଣି କୁରେପତ୍ର ସାଙ୍ଗକୁ ଖଲିଦନା

ବଲାଙ୍ଗୀର,୧୪ା୯(ସୁନିଲ କୁମାର ମହାନ୍ତି): ରାତି ପାହିଲେ ନୂଆଁଖାଇ । ପ୍ରକୃତି ସହ ଓତପ୍ରୋତ ଭାବେ ଜଡ଼ିତ ନୂଆଁଖାଇ । ଏହି ଦିନ ପ୍ରଥମ ଅନ୍ନ ପ୍ରସ୍ତୁତିରେ ମାଟିପାତ୍ରର…

ବରଗଡ଼ରେ ଚାଞ୍ଚଲ୍ୟ: ନୂଆଖାଇ ପୂର୍ବରୁ ସ୍ତ୍ରୀଙ୍କୁ ପିଟିପିଟି ମାରିଲେ ସ୍ବାମୀ

ଅତାବିରା,୧୪।୯(ଯୁଧିଷ୍ଠିର ମହାପାତ୍ର)- ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଅମ୍ଳିପାଲି ପଞ୍ଚାୟତ ଗଡତିଆଟିକ୍ରା ଗ୍ରାମରେ ଏକ ହତ୍ୟାକାଣ୍ଡ ଘଟିଛି। ସ୍ତ୍ରୀଙ୍କୁ ପିଟିପିଟି ସ୍ବାମୀ ହତ୍ୟା କରିଥିବା ଅଭିଯୋଗ…

ପୁଣି ବଡ଼ ଆନ୍ଦୋଳନ, ମହାରାଷ୍ଟ୍ର ସରକାରଙ୍କୁ ଘେରିବ CJP! ଅଭିଜିତ ଦୀପକେ କହିଲେ..

ମୁମ୍ବାଇ,୧୪ା୯: ଆନ୍ଦୋଳନ ନେଇ ବଡ଼ ଘୋଷଣା କଲା ସିଜେପି । ନିଟ୍‌ ପେପର ଲିକ୍‌ ମାମଲାକୁ ନେଇ ଦିଲ୍ଲୀର ଜନ୍ତର ମନ୍ତରରେ ବିକ୍ଷୋଭ ପରେ ଏବେ ମହାରାଷ୍ଟ୍ରର…

ଓରାଙ୍ଗଉଟାନକୁ ପୁଣି ଜ୍ୱର: ଡାକ୍ତରୀ ଟିମ୍‌ ସଜାଗ

ବାରଙ୍ଗ,୧୪।୧୦(ଲିଙ୍ଗରାଜ ରାଉତ): ବାଲେଶ୍ବରରୁ ଉଦ୍ଧାର ହୋଇ ନନ୍ଦନକାନନକୁ ଆସିଥିବା ଓରାଙ୍ଗଉଟାନଙ୍କ ମଧ୍ୟରୁ ଜଣେ ଜ୍ବରରେ ଆକ୍ରାନ୍ତ ହୋଇଛି। ଉକ୍ତ ଓରାଙ୍ଗଉଟାନଟି ଆସିବା ଦିନଠାରୁ ଜ୍ବରରେ ଆକ୍ରାନ୍ତ ହୋଇଥିବାର…

ଭାଜପାକୁ ବଡ଼ ଝଟକା, ଦଳ ଛାଡି କଂଗ୍ରେସରେ ମିଶିଲେ ବିଧାୟକ

ବେଙ୍ଗାଲୁରୁ,୧୪।୯: ଭାଜପାର ପୂର୍ବତନ ବିଧାୟକ ତଥା ଦଳର ରାଜ୍ୟ ଓବିସି (OBC) ମୋର୍ଚ୍ଚା ସଭାପତି ଏନ.ଏଲ. ନରେନ୍ଦ୍ର ବାବୁ ରବିବାର କଂଗ୍ରେସରେ ଯୋଗ ଦେଇଛନ୍ତି। ‘ଭାରତ ଯୋଡ଼ୋ’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?