ସ୍ପର ପାଇପ ଲାଇନ ନିମନ୍ତେ ଜମି ଅଧିଗ୍ରହଣକୁ ବିରୋଧ: ଗେଲ୍‌ ଇଣ୍ଡିଆ ଅଧିକାରୀଙ୍କୁ ଘେରାଉ

ଛେଣ୍ଡିପଦା,୩୧।୭(ସ୍ବ.ପ୍ର.)-ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ଅଞ୍ଚଳ ଦେଇ ଯିବାକୁ ଥିବା ଜଗଦିଶପୁର-ହଳଦିଆ-ବୋକାରୋ-ଧାମରା ଗ୍ୟାସ ପାଇପ ଲାଇନ ତଥା ସ୍ପର ପାଇପ ଲାଇନ ନିମନ୍ତେ ଗେଲ୍‌ ଇଣ୍ଡିଆ ଲିମିଟେଡ ପକ୍ଷରୁ ଜମି ଅଧିଗ୍ରହଣ ନିମନ୍ତେ ୩(୧) ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଏହାକୁ ଛେଣ୍ଡିପଦା ବ୍ଲକର ବିଭିନ୍ନ ଗ୍ରାମର କ୍ଷତିଗ୍ରସ୍ତ ପ୍ରଜାମାନେ ବିରୋଧ କରିବା ସହିତ ଗେଲଇଣ୍ଡିଆ ନିକଟରେ ଲିଖିତ ଅଭିଯୋଗ କରିଥିଲେ। ଅଭିଯୋଗକୁ ଭିତ୍ତି କରି ଗେଲ ଇଣ୍ଡିଆ ପକ୍ଷରୁ ମଙ୍ଗଳବାର ଛେଣ୍ଡିପଦା ତହସିଲ ଅଫିସରେ ଅଭିଯୋଗ ଶୁଣାଣି ହୋଇଥିଲା। ଏହି ଶୁଣାଣି ସମୟରେ ଉପସ୍ଥିତ କ୍ଷତିଗ୍ରସ୍ତ ପ୍ରଜାମାନେ ୧୯୬୨ ଅଧିଗ୍ରହଣ ନିୟମାନୁଯାୟୀ କରାଯାଉଥିବା ଅଧିଗ୍ରହଣକୁ ତୀବ୍ର ବିରୋଧ କରିଥିଲେ। ଫଳରେ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ଉତ୍ତେଜନା ଦେଖାଦେଇଥିଲା।
ଅଭିଯୋଗ ମୁତାବକ, ଗେଲ ଇଣ୍ଡିଆ ପକ୍ଷରୁ ୧୯୬୨ ପିଆଣ୍ଡପି ଆକ୍ଟ ଅନୁଯାୟୀ ସମ୍ପୂର୍ଣ୍ଣ ଜମିକୁ ଅଧିଗ୍ରହଣ କରା ନ ଯାଇ ଯେତିକିରେ ପାଇପ ଲାଇନ ଯିବ, ସେତିକି ଜମିର କ୍ଷତିପୂରଣ ପ୍ରଦାନ କରାଯିବ। ଏପରିକି ପାଇପ ଲାଇନ ଯାଇଥିବା ଜମିରେ ଘର ନିର୍ମାଣ, ଗଛ ଲଗାଇବା, ଜଳସେଚନ ପାଇଁ କୂପ ତିଆରି କରାଯାଇପାରିବ ନାହିଁ। କିନ୍ତୁ ଏହାକୁ ଗ୍ରାମବାସୀ ବିରୋଧ କରିବା ସହ ସମ୍ପୂର୍ଣ୍ଣ ଜମିକୁ ଅଧିଗ୍ରହଣ କରାଯିବା ସହିତ ନୂତନ ବିସ୍ଥାପନ ନୀତି ଅନୁଯାୟୀ କ୍ଷତିପୂରଣ ପ୍ରଦାନ ପାଇଁ ଦାବି କରିଥିଲେ। ଏହି ଜନ ଶୁଣାଣିରେ ଗେଲ ଇଣ୍ଡିଆର କ୍ଷମତାପନ୍ନ ପ୍ରାଧିକାରୀ ବିନୋଦ ପଣ୍ଡା, ଅଧିକାରୀ ପ୍ରେମାନନ୍ଦ ବେଉରା, କେଶବ ଚନ୍ଦ୍ର ବିଶ୍ବାଳ, ଆସିଷ୍ଟାଣ୍ଟ ଜେନେରାଲ ମ୍ୟାନେଜର ଶରତ କୁମାର ଗୁପ୍ତା ପ୍ରମୁଖ ଉପସ୍ଥିତ ଥିଲେ। କ୍ଷତିଗ୍ରସ୍ତ ପ୍ରଜାମାନେ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ଗେଲ୍‌ ଇଣ୍ଡିଆ ଅଧିକାରୀଙ୍କୁ ଘେରାଉ କରିବା ସହ ଜମି ଛାଡିବେ ନାହିଁ ବୋଲି ଅଡ଼ି ବସିଥିଲେ। ଏ ସମ୍ପର୍କରେ କ୍ଷମତାପନ୍ନ ପ୍ରାଧିକାରୀ କୁହନ୍ତି, ୧୯୬୨ ଅଧିଗ୍ରହଣ ଆଇନ ପରିବର୍ତ୍ତନ ଯୋଜନା ଚାଲିଛି। କମିଟି ପକ୍ଷରୁ ଯାହା ନିଷ୍ପତ୍ତି ନିଆଯିବ ସେହି ଅନୁଯାୟୀ କ୍ଷତିପୂରଣ ଯୋଗାଇ ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୨ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଯାଞ୍ଚବେଳେ ବାଇକ୍‌ରୁ ମିଳିଲା ବିପୁଳ ଗଞ୍ଜେଇ: ନଗଦ ଟଙ୍କା ଜବତ, ଅଭିଯୁକ୍ତ ଗିରଫ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ପୋଲିସ ବୁଧବାର ଯାଞ୍ଚବେଳେ ଗଞ୍ଜେଇ ବୋଝେଇ ଏକ ବାଇକ୍‌ ଜବତ କରିଛି। ଏହା ସହିତ ଅଭିଯୁକ୍ତ ଚିତ୍ରେଶ୍ୱର...

ଡେରାବିଶ ବ୍ଲକର ପୂର୍ବତନ କିରାଣି ଭିଜିଲାନ୍ସ କୋର୍ଟରେ ଦଣ୍ଡିତ

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକର ପୂର୍ବତନ କିରାଣି ତଥା ଡିଲିଂ ଆସିଷ୍ଟାଣ୍ଟ ମାଧବ ଚନ୍ଦ୍ର ଆଚାର୍ଯ୍ୟ ଭିଜିଲାନ୍ସ ଅଦାଲତରେ ଦଣ୍ଡିତ ହୋଇଛନ୍ତି। ସେ...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

ଘରେ ପଶି ଗୃହକର୍ତ୍ତାଙ୍କ ପାଟିରେ ବନ୍ଧୁକ ଭର୍ତ୍ତି କରି ଡକାୟତି ଉଦ୍ୟମ, ମରଣାନ୍ତକ ଆକ୍ରମଣ କରି ୩ ଫେରାର

ବଡ଼ବିଲ,୨୪ା୪(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ପିଏଚ୍‌ଡି ରୋଡ୍‌ସ୍ଥିତ ଭଞ୍ଜ କଲୋନୀରେ ବୁଧବାର ଜଣେ ବ୍ୟକ୍ତିଙ୍କ ଘରେ ସ୍ପଷ୍ଟ ଦିବାଲୋକରେ ଡକାୟତି ପାଇଁ...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

ନାବାଳିକାଙ୍କୁ ବଳାତ୍କାର କରି ଯୁବକଙ୍କୁ ୧୦ ବର୍ଷ ଜେଲ୍‌ଦଣ୍ଡ

କେନ୍ଦୁଝର,୨୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଫାଷ୍ଟଟ୍ରାକ୍‌ କୋର୍ଟର ମାନ୍ୟବର ବିଚାରପତି ବିଜୟ କୁମାର ମିଶ୍ର ଏକ ବଳାତ୍କାର ମାମଲାର ବିଚାର କରି ଅଭିଯୁକ୍ତଙ୍କୁ ଦଣ୍ତାଦେଶ ଶୁଣାଇଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri