Posted inଜାତୀୟ

ସ୍ପଷ୍ଟ କଲେ ରାହୁଲ ଗାନ୍ଧୀ: କହିଲେ, ମୁଁ ଏବେ ଦଳର ଅଧ୍ୟକ୍ଷ ନାହିଁ, କଂଗ୍ରେସ ଯେତେଶୀଘ୍ର ସମ୍ଭବ ଅଧ୍ୟକ୍ଷ ବାଛୁ

ନୂଆଦିଲ୍ଲୀ, ୩।୭: ଗୋଟେ ପଟେ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଇସ୍ତଫା ଦେବାପାଇଁ ଜିଦ ଧରିଛନ୍ତି, ଅନ୍ୟପକ୍ଷରେ ପୂରା କଂଗ୍ରେସ ତାଙ୍କୁ ମନାଇବାରେ ଲାଗିଛି। କିନ୍ତୁ ବୁଧବାର ରାହୁଲ କହିଛନ୍ତି, ମୁଁ ଏବେ ଦଳର ଅଧ୍ୟକ୍ଷ ନାହିଁ, ଯେତେଶୀଘ୍ର ସମ୍ଭବ ସେତେଶିଘ୍ର ଦଳର ଅଧ୍ୟକ୍ଷ ଚୟନ କରିବା ଉଚିତ୍‌। ମୁଁ କୌଣସି ପରିସ୍ଥିତିରେ ବି ଅଧ୍ୟକ୍ଷ ପଦରେ ରହିବାକୁ ଚାହୁଁନାହିଁ ବୋଲି ରାହୁଲ କହିଛନ୍ତି। ଦଳର ନୂଆ ଅଧ୍ୟକ୍ଷ ଚୟନ କରିବାରେ ଅଧିକ ବିଳମ୍ବ ହୋଇଗଲାଣି। ଖୁବଶିଘ୍ର ଓ୍ବାର୍କିଂ କମିଟି ବୈଠକ ଡକାଇ ଏନେଇ ନିଷ୍ପତ୍ତି ନେବା ଆବଶ୍ୟକ ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ଗତ ଲୋକ ସଭା ନିର୍ବାଚନରେ କଂଗ୍ରେସର ଶୋଚନୀୟ ପରାଜୟ ପରେ ଏକ ଦଳୀୟ ବୈଠକରେ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେବାପାଇଁ କହିଥିଲେ। ପ୍ରାୟ ଏକ ମାସ ହେବ ଦଳର ବିଭିନ୍ନ ନେତା ରାହୁଲଙ୍କୁ ପଦରେ ରହିବା ପାଇଁ ବୁଝାଉଛନ୍ତି। କିନ୍ତୁ ରାହୁଲ ନିଜ ଜିଦ୍‌ରେ ଅଟଳ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଁ ମୋଦିଙ୍କ ଭେଟିବାକୁ ଚାହେଁ, ମୋତେ ସମୟ ଦିଅନ୍ତୁ: ଖାର୍ଗେ

ନୂଆଦିଲ୍ଲୀ,୨୪।୪: ୨୦୨୪ ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ପ୍ରଚାର କରୁଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସ ମାନିଫେଷ୍ଟୋରେ ମୁସଲିମ ଲିଗର ଛାପ ଏବଂ...

ବିମାନରେ ଛୋଟ ପିଲାଙ୍କୁ ଅଭିଭାବକଙ୍କ ପାଖରେ ବସାଇବା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୨୪ା୪:ବିମାନରେ ୧୩ ବର୍ଷରୁ କମ୍‌ ବୟସର ପିଲାମାନେ ଯେପରି ସେମାନଙ୍କ ମାଆବାପା କିମ୍ବା ଅଭିଭାବକଙ୍କ ପାଖ ସିଟ୍‌ରେ ବସନ୍ତି, ତାହା ସୁନିଶ୍ଚିତ କରିବାକୁ ବେସାମରିକ ବିମାନ...

ଦ୍ୱିତୀୟ ପର୍ଯ୍ୟାୟ ଭୋଟ ପାଇଁ ଆଜି ସରିବ ପ୍ରଚାର, ୮୮ ଆସନରେ ହେବ ମତଦାନ

ନୂଆଦିଲ୍ଲୀ,୨୪।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ପାଇଁ ଗଣନା ଆରମ୍ଭ ହୋଇଯାଇଛି। ଦ୍ୱିତୀୟ ପର୍ଯ୍ୟାୟ ପାଇଁ ନିର୍ବାଚନୀ ପ୍ରଚାର ଆଜି...

ରାସେଶ୍ୱରୀଙ୍କ ଇସ୍ତଫା ନେଇ ବିଜେଡିକୁ ଝଟକା ଚର୍ଚ୍ଚା

ସମ୍ବଲପୁର,୨୪ା୪(ପ୍ରମୋଦ ବହିଦାର):ସମ୍ବଲପୁରର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀ ମଙ୍ଗଳବାର ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସମ୍ବଲପୁର ବିଧାନ ସଭା ଓ ଲୋକ...

ନୁଡୁଲ୍ସ ପ୍ୟାକେଟ୍‌ରୁ ୨ କୋଟିର ହୀରା ଜବତ

ମୁମ୍ବାଇ,୨୪ା୪:ସୀମାଶୁଳ୍କ ବିଭାଗ ଅଧିକାରୀମାନେ ମୁମ୍ବାଇ ବିମାନବନ୍ଦରରୁ ୬.୪୬ କୋଟି ଟଙ୍କାର ସୁନା ଓ ହୀରା ଜବତ କରିଛନ୍ତି। ଜଣେ ଯାତ୍ରୀ ନୁଡୁଲ୍ସ ପ୍ୟାକେଟରେ ହୀରାକୁ ଲୁଚାଇଥିବାବେଳେ...

ପବନକୁ ସମ୍ଭାଳି ପାରିଲାନି ବ୍ରିଜ୍‌

ହାଇଦ୍ରାବାଦ୍‌,୨୪ା୪:ତେଲଙ୍ଗାନାର ପେଦ୍ଦାପଲ୍ଲୀରେ ସୋମବାର ରାତି ୯ଟା ୪୫ରେ ଏକ ନିର୍ମାଣାଧୀନ ବ୍ରିଜ୍‌ ପବନକୁ ସମ୍ଭାଳି ନ ପାରି ଭୁଶୁଡ଼ିପଡ଼ିଛି। ଉକ୍ତ ବ୍ରିଜ୍‌ର ଏକ ଅଂଶ ଭାଙ୍ଗିଯାଇଛି।...

ମତଦାନ କମିବା ଆଶଙ୍କା

ନୂଆଦିଲ୍ଲୀ,୨୪ା୪: ଲୋକ ସଭା ନିର୍ବାଚନରେ ବିଜୟୀ ହୋଇ ଭାଜପା ତୃତୀୟ ଥର ସରକାର ଗଢ଼ିବାକୁ ଲକ୍ଷ୍ୟ ରଖିଥିବାବେଳେ ଏହାକୁ ଅଟକାଇବା ପାଇଁ ଇଣ୍ଡିଆ ମେଣ୍ଟ ଜୋର୍‌ଦାର...

ଏସିଆ ଦେଶରେ ଅଧିକ ପଡିଲା ଜଳବାୟୁ ପରିବର୍ତ୍ତନର ପ୍ରଭାବ, ୨ ମାସରେ ଭାରତରେ ୧୦୦ରୁ ଅଧିକ ମୃତ୍ୟୁ: ରିପୋର୍ଟ

ନୂଆଦିଲ୍ଲୀ/ଜେନେଭା,୨୩।୪: ସର୍ବାଧିକ ବିପର୍ଯ୍ୟୟ ପ୍ରଭାବିତ ଅଞ୍ଚଳ ସମ୍ପର୍କରେ ମିଳିତ ଜାତିସଂଘ (ଜାତିସଂଘ) ରିପୋର୍ଟ ପ୍ରକାଶ ପାଇଛି। ଏହି ଅନୁଯାୟୀ, ୨୦୨୩ରେ ପାଗ, ଜଳବାୟୁ ଏବଂ ଜଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri