Posted inଖେଳ

ସ୍ପିନର ରୂପେ ପଦାର୍ପଣ କରିଥିଲେ, କିନ୍ତୁ ଏବେ ନଂ ୧ ଟେଷ୍ଟ ବ୍ୟାଟ୍ସମ୍ୟାନ

ଷ୍ଟିଭ ସ୍ମିଥଙ୍କ ନାମ ପ୍ରାୟତଃ କ୍ରିକେଟ ପ୍ରଶଂସକମାନେ ଶୁଣିଥିବେ। କିନ୍ତୁ ତାଙ୍କ ଅତୀତ ବିଷୟରେ ଖୁବ କମ୍‌ଙ୍କୁ ଜଣା। ୨୦୧୦ ସିଜନରେ ମେଲବୋର୍ନଠାରେ ପାକିସ୍ତାନ ବିପକ୍ଷରେ ଅନ୍ତର୍ଜାତୀୟ କ୍ରିକେଟରେ ସେ ଜଣେ ଲେଗ୍‌ ସ୍ପିନର ଭାବେ ପଦାର୍ପଣ କରିଥିଲେ। ସେହି ମାସରେ ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ସେ ପ୍ରଥମ ଅନ୍ତର୍ଜାତୀୟ ଦିନିକିଆ ଖେଳିଥିଲେ। ଓ୍ବେଷ୍ଟଇଣ୍ଡିଜରେ ଅନୁଷ୍ଠିତ ୨୦୧୦ ଆଇସିସି ଟି୨୦ ବିଶ୍ୱକପ୍‌ରେ ଅଷ୍ଟ୍ରେଲିଆ ଉପବିଜେତା ହୋଇ ରହିଥିଲା। ଦଳରେ ସ୍ଥାନ ପାଇଥିବା ସ୍ପିଥ ୭ ମ୍ୟାଚ୍‌ରେ ୧୧ ଉଇକେଟ ନେଇଥିଲେ। ଏହାପରେ ସମାନ ବର୍ଷ ପାକିସ୍ତାନ ବିପକ୍ଷ ଟେଷ୍ଟ ପାଇଁ ତାଙ୍କୁ ଦଳରେ ସ୍ଥାନ ମିଳିଥିଲା। ସେତେବେଳେ ଶେନ ଓ୍ବର୍ନ ଅବସର ନେଇ ସାରିଥିବାରୁ ଦଳରେ ଏକ ଲେଗ୍‌ ସ୍ପିନରଙ୍କ ଆବଶ୍ୟକତା ଥିଲା। ଦୁଇ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌ରେ ସ୍ମିଥ ବୋଲିଂ ଅପେକ୍ଷା ବ୍ୟାଟିଂରେ ଭଲ ପ୍ରଦର୍ଶନ କରିଥିଲେ। ଏହାପରେ ଆଶେସ ଓ ଭାରତ ବିପକ୍ଷ ସିରିଜ୍‌ରେ ତାଙ୍କ ବ୍ୟାଟିଂ ପ୍ରଦର୍ଶନରେ ଆହୁରି ସୁଧାର ଆସିଥିଲା। ଏହିଠାରୁ ସେ ଆଉ ପଛକୁ ଫେରି ଚାହିଁ ନ ଥିଲେ। ପରବର୍ତ୍ତୀ ସମୟରେ ଦଳର ୩ ନଂ ବ୍ୟାଟିଂ ପୋଜିଶନ ଅକ୍ତିଆର କରିବା ସହ ଅଧିନାୟକ ମଧ୍ୟ ହୋଇଥିଲେ। ସେ ଏବେ ନଂ୧ ଟେଷ୍ଟ ବ୍ୟାଟ୍ସମ୍ୟାନ। ଏପର୍ଯ୍ୟନ୍ତ ୬୮ ଟେଷ୍ଟ ଖେଳି ୬,୯୭୩ ରନ୍‌ କରିଥିବାବେଳେ ମାତ୍ର ୧୭ ଉଇକେଟ ନେଇଛନ୍ତି। ଦିନିକିଆରେ ୧୧୮ ମ୍ୟାଚ୍‌ରେ ୩,୮୧୦ ରନ୍‌ କରିବା ସହ ୨୮ ଉଇକେଟ ହାତେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଷ୍ଟ୍ରେଲିଆରେ ଇତିହାସ ରଚିଲା ପ୍ରବାସୀ ଓଡ଼ିଆଙ୍କ କାର୍ଯ୍ୟକ୍ରମ ‘ଝିଲ୍‌ମିଲ୍‌ ରାତି’, ସବ୍ୟସାଚୀ-ଅର୍ଚ୍ଚିତା ଯୋଗ ଦେଇ…

ସିଡ୍‌ନୀ: ପ୍ରଥମଥର ପାଇଁ ଓଡ଼ିଆ ସିନେ କଳାକାରମାନଙ୍କୁ ନେଇ ସିଡ୍‌ନୀ-ମେଲବୋର୍ନ ସହରରେ ଏକ ମେଗା ସାଂସ୍କୃତିକ କାର୍ଯ୍ୟକ୍ରମ ‘ଝିଲ୍‌ମିଲ୍‌ ରାତି’ ସଫଳତାର ସହ ଆୟୋଜିତ ହୋଇଯାଇଛି। ଏହି…

କଏଦୀ ଫେରାର, ଜେଲର ନିଲମ୍ବିତ

ନୂଆପଡ଼ା,୧୨ା୯(ମକାରୁ ବେମାଲ): ନୂଆପଡ଼ା ଉପକାରାଗାରରୁ କଏଦୀ ଫେରାର ହେବା ଘଟଣାରେ ଜେଲର ବଳରାମ ବିଶି ମାଝୀଙ୍କୁ ଶନିବାର ନିଲମ୍ବନ କରାଯାଇଛି। ଉପଜେଲର ସୁରକ୍ଷା ବ୍ୟବସ୍ଥାରେ ଅବହେଳାକୁ ନେଇ…

ମହିଳା ଏସିଆ କପ୍‌: ଫାଇନାଲରେ ଭାରତ-ଶ୍ରୀଲଙ୍କା ମହାମୁକାବିଲା, ଟାଇଟଲ ପାଇଁ କିଏ ଫେଭରାଇଟ୍‌ ଜାଣନ୍ତୁ…

ଦୁବାଇ,୧୨ା୯: ମହିଳା ଟି୨୦ ଏସିଆ କପ୍‌ କ୍ରିକେଟ ଟୁର୍ନାମେଣ୍ଟର ଫାଇନାଲ ମ୍ୟାଚ୍‌ ରବିବାର ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯିବ। ୭ ଥରର ବିଜେତା ଭାରତ ଟୁର୍ନାମେଣ୍ଟ…

ଲୁଟେରାଙ୍କଠାରୁ ନଗଦ ଟଙ୍କା-ବାଇକ୍‌ ସହ ଛୁରି ଜବତ, ପୁଣି ଜଣେ ଯୁବକ ଧରାପଡ଼ି…

ଝରିଗାଁ,୧୨ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

ଜାରି ରହିଛି ବର୍ଷା: ବିଦ୍ୟୁତ୍‌ ବିଭ୍ରାଟକୁ ନେଇ ବଢୁଛି ଜନ ଅସନ୍ତୋଷ

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଗତ ୪ ଦିନ ହେଲା ଲଘୁଚାପ ଜନିତ ବର୍ଷା ଜାରିରହିଛି। ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଥିବା ବେଳେ…

ଏକମ୍ବା ଗ୍ରାମରେ ଭାଲୁ ଆତଙ୍କ

ଝରିଗାଁ, ୧୨/୯ (କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଏକମ୍ବା ଗ୍ରାମରେ ଭାଲୁ ଆତଙ୍କ ଦେଖାଦେଇଛି। ଶନିବାର ସକାଳୁ ଏକମ୍ବା ଗ୍ରାମସ୍ଥିତ ଅଙ୍ଗନବାଡ଼ି କେନ୍ଦ୍ର…

ବିଶ୍ଵବାସୀଙ୍କୁ ସୁସ୍ଥ ଓ ନିରୋଗ ମାର୍ଗ ଦେଖାଉଛି ଯୋଗ: ଶାରୀରିକ ମାନସିକ ସୁସ୍ଥତା ପାଇଁ ଯୋଗ ନିହାତି ଆବଶ୍ୟକ

ଦିଗପହଣ୍ଡି,୧୨|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ଶକ୍ତିଶ୍ରୀ ମହିଳା ସଶକ୍ତିକରଣ ସେଲ୍ ପକ୍ଷରୁ ଶନିବାର କଲେଜ ପରିସରରେ ଯୋଗ ଓ ପ୍ରାଣାୟମ…

ଅନୁଦାନ ବଣ୍ଟନରେ ପାତରଅନ୍ତର ଅଭିଯୋଗ, ନିର୍ଦ୍ଦିଷ୍ଟ ପଞ୍ଚାୟତ ପାଇଁ ଏତେ ଅନୁକମ୍ପା କାହିଁକି

କର୍ଲାମୁଣ୍ଡା,୧୨ା୯(ପ୍ରଦୀପ କୁମାର ସାହୁ): କର୍ଲାମୁଣ୍ଡା ବ୍ଲକରେ ‘ବିକଶିତ ଓଡ଼ିଶା ବିକଶିତ ଗାଁ’ ଯୋଜନାରେ ଅନୁଦାନ ବଣ୍ଟନକୁ ନେଇ ପାତରଅନ୍ତର କରାଯାଇଥିବା ଅଭିଯୋଗ ଉଠିଛି। ବ୍ଲକର ୧୨ଟି ପଞ୍ଚାୟତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?