Posted inଖେଳ

ସ୍ପେନ୍‌ରେ ମହିଳା ଫୁଟବଲକୁ ପେସାଦାର ମାନ୍ୟତା

ମାଡ୍ରିଡ,୧୧।୬(ଏପି): ସ୍ପେନ୍‌ରେ ମହିଳା ସକର ବା ଫୁଟବଲ୍‌କୁ ପେସାଦାର ମାନ୍ୟତା ମିଳିଛି। ଦେଶର ଦୁଇଟି ଶ୍ରେଷ୍ଠ ସକର ଡିଭିଜନ୍‌କୁ ମର୍ଯ୍ୟାଦା ପ୍ରଦାନ କରାଯାଇଛି ବୋଲି ସ୍ପାନିଶ୍‌ ଫେଡେରେଶନ ତରଫରୁ ଗୁରୁବାର ଘୋଷଣା କରାଯାଇଛି। ଦେଶର ସ୍ପୋଟର୍‌ସ କାଉନସିଲ ଏହି ପ୍ରତିଯୋଗିତାର ଷ୍ଟାଟସ ପରିବର୍ତ୍ତନ କରିବାକୁ ବୁଧବାର ନିଷ୍ପତ୍ତି ନେଇଥିଲା ବୋଲି ଫେଡେରେଶନ ତରଫରୁ କୁହାଯାଇଛି। କ୍ରୀଡ଼ାର ଉନ୍ନତି ଓ ବିକାଶ ପାଇଁ ଏପରି କରିବାର ଆବଶ୍ୟକତା ଥିଲା। ବର୍ତ୍ତମାନ ପର୍ଯ୍ୟନ୍ତ ଏହା ଆମେଚର ଷ୍ଟାଟସ୍‌ ପାଇ ଆସୁଥିଲା। ନୂଆ ମାନ୍ୟତା ପାଇବା ପରେ ମହିଳା ଫୁଟବଲର ରୂପ ବଦଳିବ। ନୂଆ ପେସାଦାର କମିଟି ଗଠନ ହେବ। ସବୁ କ୍ଲବ ଅଂଶଗ୍ରହଣ କରିବାର ସୁଯୋଗ ହାସଲ କରିବେ। ପ୍ରତିଯୋଗିତାର ଭିନ୍ନ ଭିନ୍ନ ବିଭାଗର ପରିଚାଳନା ପାଇଁ ସ୍ବାଧୀନତା ମିଳିବ ବୋଲି କୁହାଯାଇଛି। ପେସାଦାର ହେବା ପରେ ପ୍ରତିଯୋଗିତାରେ କୋଚ୍‌ ଓ ଖେଳାଳିମାନଙ୍କ ପାଇଁ ବିଭିନ୍ନ ଆବଶ୍ୟକତା ପଡିବ। ତେବେ ଏଥିପାଇଁ ସହଯୋଗ କରାଯିବ ବୋଲି ଫେଡେରେଶନ ତରଫରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୫ ସନ୍ତାନଙ୍କ ଉପସ୍ଥିତିରେ ବିବାହ କଲେ ରୋନାଲ୍ଡୋ: ୧୦ ବର୍ଷ ପରେ ଘଟିଲା…

ଲିସ୍‌ବନ,୧୩ା୮(ଏପି):ଫୁଟ୍‌ବଲ ସୁପରଷ୍ଟାର କ୍ରିଷ୍ଟିଆନୋ ରୋନାଲ୍ଡୋ ତାଙ୍କର ଦୀର୍ଘଦିନର ବାନ୍ଧବୀ ତଥା ଆର୍ଜେଣ୍ଟିନା-ସ୍ପାନିଶ ମଡେଲ ଜର୍ଜିନା ରୋଡ୍ରିଗୁଏଜଙ୍କୁ ବିବାହ କରିଛନ୍ତି। ରାଜଧାନୀ ଲିସ୍‌ବନ ନିକଟସ୍ଥ ଉପକୂଳବର୍ତ୍ତୀ ସହର କାସ୍‌କାଇସ୍‌ଠାରେ…

ଟେବୁଲ୍‌ ଟେନିସ୍‌ ଫେଡେରେଶନ ସ୍ବୀକୃତି ରଦ୍ଦ, କ୍ରୀଡ଼ା ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୨।୮: ବୁଧବାର ଦିନ କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଟେବୁଲ୍ ଟେନିସ୍ ମହାସଂଘ (TTFI) ର ସ୍ୱୀକୃତି ରଦ୍ଦ କରାଯାଇଛି। ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଅଲିମ୍ପିକ୍ ସଂଘକୁ…

ସନ୍ନ୍ୟାସ ପରେ ପୂର୍ବତନ କ୍ରିକେଟର ରାହାଣେଙ୍କ ନୂଆ ଇନିଂସ, ପ୍ରଶଂସକ ଜଣାଉଛନ୍ତି ଶୁଭେଚ୍ଛା

ନୂଆଦିଲ୍ଲୀ,୧୨।୮: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ବ୍ୟାଟ୍ସମ୍ୟାନ୍ ତଥା ଅଧିନାୟକ ଅଜିଙ୍କ୍ୟ ରାହାଣେ ନିକଟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିବା ପରେ ଏକ ନୂତନ ଭୂମିକାରେ…

ଯେଉଁ ଟିମକୁ ଦିନେ କରିଥିଲେ ମନା, ଏବେ ସେଇ ଟିମକୁ ଫେରିବାକୁ ଚାହୁଁଛନ୍ତି ପାଣ୍ଡ୍ୟା! ରଖିଲେ ଏମିତି ସର୍ତ୍ତ, ଟିମ କହିଲା-ଆସ ନାହିଁ…

ମୁମ୍ବାଇ,୧୨,୮: ଇଣ୍ଡିଆନ ପ୍ରିମିୟର୍‌ ଲିଗ (ଆଇପିଏଲ) ୨୦୨୭ ପାଇଁ ଟ୍ରେଡ ଲିଷ୍ଟ ଆସିବା ପୂର୍ବରୁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ନେଇ ଚର୍ଚ୍ଚା ଜୋର୍‌ ଧରିଛି। ହାର୍ଦ୍ଦିକ ବର୍ତ୍ତମାନ ପାଞ୍ଚ…

ବିବାହ ପ୍ରତିଶ୍ରୁତି ଦେଇ ରଖୁଥିଲେ ଶାରୀରିକ ସମ୍ପର୍କ: ଏହି କ୍ରିକେଟର୍‌ଙ୍କୁ ବାନ୍ଧିଲା ପୋଲିସ

ନୂଆଦିଲ୍ଲୀ,୧୧।୮: ଇଣ୍ଡିଆନ ପ୍ରିମିୟର ଲିଗ (IPL)ରେ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ଖେଳୁଥିବା ବଙ୍ଗଳା କ୍ରିକେଟର ଅଭିଷେକ ପୋରେଲଙ୍କୁ ଜଣେ ଡାକ୍ତରୀ ଛାତ୍ରୀଙ୍କ ଦ୍ୱାରା ଦାୟର କରାଯାଇଥିବା ଆପରାଧିକ…

ରୋହିତ ଶର୍ମାଙ୍କ ସନ୍ନ୍ୟାସ ନେବା ପକ୍କା? ଏହି ଖୁସି ଖବର ଲକ୍ଷ ଲକ୍ଷ ପ୍ରଶଂସକଙ୍କ ମନ ଭାଙ୍ଗିଦେବ!

ନୂଆଦିଲ୍ଲୀ, ୧୧।୮: ରୋହିତ ଶର୍ମା ଇଂଲଣ୍ଡ ବିପକ୍ଷ ଦିନିକିଆ ସିରିଜରେ ଜବରଦସ୍ତ ପ୍ରଦର୍ଶନ କରିଥିଲେ। ତୃତୀୟ ଦିନିକିଆ ମ୍ୟାଚରେ ଏହି ଭାରତୀୟ ଖେଳାଳି ଏକ ଚମତ୍କାର ଶତକ…

ଅଜିଙ୍କ୍ୟ ରାହାଣେଙ୍କ ସନ୍ନ୍ୟାସରେ ଚକିତ ହୋଇଯାଇଥିଲେ ସଚିନ! ଦୁହିଁଙ୍କ କଥାବାର୍ତ୍ତାର ହେଲା ଖୁଲାସା

ନୂଆଦିଲ୍ଲୀ, ୧୧।୮: ଗତ କିଛି ସପ୍ତାହ ଧରି ଅଜିଙ୍କ୍ୟ ରାହାଣେ ବେଶ ଚର୍ଚ୍ଚାରେ ଅଛନ୍ତି। ଗତ ଜୁଲାଇ ୩୦ ତାରିଖରେ ସେ ଅବସର ଘୋଷଣା କରିଥିଲେ। ଏହାସହ…

କ୍ରିକେଟ ପରେ ଟିଭି ପରଦାରେ ‘ହିଟମ୍ୟାନ୍’ଙ୍କ ଜଲୱା: ଛୋଟ ପରଦାରେ ଡେବ୍ୟୁ କରିବେ ରୋହିତ!

ନୂଆଦିଲ୍ଲୀ,୧୧।୮: ଭାରତୀୟ କ୍ରିକେଟ୍ ଦଳର ଷ୍ଟାର୍ କ୍ୟାପ୍ଟେନ୍ ରୋହିତ ଶର୍ମା ଆନ୍ତର୍ଜାତୀୟ ଟି-୨୦ ଏବଂ ଟେଷ୍ଟ କ୍ରିକେଟରୁ ଅବସର ନେବା ପରେ ଏବେ ନୂଆ ରୂପରେ ନଜର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri