Posted inଖେଳ

ସ୍ପେଶାଲ୍‌ ପାର୍ଟନରଙ୍କ ସହ ବସି ୬ ବଲ୍‌ରୁ ୬ ଛକା ଭିଡିଓ ଦେଖିଲେ ଯୁବରାଜ

ନୂଆଦିଲ୍ଲୀ,୧୯।୯: ସେପ୍ଟେମ୍ବର ୧୯, ୨୦୦୭, ସ୍ଥାନ- ଦକ୍ଷିଣ ଆଫ୍ରିକାର ଡର୍ବାନ ଗ୍ରାଉଣ୍ଡରେ ଭାରତର ପୂର୍ବତନ ଅଲରାଉଣ୍ଡର ଯୁବରାଜ ସିଂ ଇତିହାସ ରଚିଥିଲେ। ୧୪ ବର୍ଷ ପୂର୍ବେ ଏହି ଦିନ ଯୁବରାଜ କ୍ରମାଗତ ୬ ଟି ବଲରେ ୬ ଟି ଛକା ମାରିଥିଲେ। ସେ ପେସର୍‌ ଷ୍ଟୁଆର୍ଟ ବ୍ରଡଙ୍କୁ ଟାର୍ଗେଟ କରିଥିଲେ ଏବଂ ତାଙ୍କ ଜ୍ୱଳନ୍ତ ଇନିଂସରେ ୧୨ ବଲରେ ନିଜର ଅର୍ଦ୍ଧଶତକ ପୂରଣ କରିଥିଲେ। ୟୁଭିଙ୍କ ଏହି ରେକର୍ଡ ଆଜି ବି ଅକ୍ଷୁର୍ଣ୍ଣ ରହିଛି।
ଏହି ଅବସରରେ ଯୁବରାଜ ସୋସିଆଲ ମିଡିଆରେ ଏକ ଭିଡିଓ ଶେୟାର କରିଛନ୍ତି। ଭିଡିଓରେ ସେ ୬ଟି ବଲ୍‌ରୁ ୬ଟି ଛକା ମାରିଥିବା ହାଇଲାଇଟ ଦେଖୁଛନ୍ତି। ୟୁଭି ଏହି ପୋଷ୍ଟକୁ ଶେୟାର କରି ଲେଖିଛନ୍ତି, ‘୧୫ ବର୍ଷ ପରେ ଏହାକୁ ଦେଖିବା ପାଇଁ ଏହାଠାରୁ ଭଳି ଜଣେ ଭଲ ସାଥୀ ପାଇପାରି ନ ଥାନ୍ତି।’ ଭିଡିଓରେ ସେ ନିଜ ପୁଅ ସହ ନଜର ଆସିଛନ୍ତି। ପୁଅ ମଧ୍ୟ ବାପାଙ୍କ ବ୍ୟାଟିଂ ନିରୀକ୍ଷଣ କରି ଦେଖୁଛନ୍ତି। ଯୁବରାଜ ଶେୟାର କରିଥିବା ଏହି ଭିଡିଓକୁ ପ୍ରଶଂସକମାନେ ବହୁତ ପସନ୍ଦ କରୁଛନ୍ତି।
୨୦୦୭ ଟି -୨୦ ବିଶ୍ୱକପରେ ଭାରତ ଏବଂ ଇଂଲଣ୍ଡ ଦଳ ମୁହାଁମୁହିଁ ହୋଇଥିଲେ। ଏହି ମ୍ୟାଚ୍‌ରେ ଭାରତୀୟ କ୍ରିକେଟ ଦଳର ତତ୍କାଳୀନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଡର୍ବାନ ଗ୍ରାଉଣ୍ଡରେ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ବୀରେନ୍ଦ୍ର ସେହ୍ବାଗ ୫୮ ଏବଂ ଗୌତମ ଗମ୍ଭୀର ୬୮ ରନ ସ୍କୋର କରି ୧୪.୪ ଓଭରରେ ୧୩୬ ରନର ଓପନିଂ ଭାଗିଦାରୀ କରିଥିଲେ। ରବିନ ଉଥାପ୍ପା ଭାବରେ ଭାରତର ତୃତୀୟ ଉଇକେଟ ଖସିଯିବା ପରେ ଯୁବରାଜ ସିଂ ପଡ଼ିଆକୁ ଆସିଥିଲେ। ୟୁଭିଙ୍କ ସହ ଧୋନୀ ମଧ୍ୟ କ୍ରିଜରେ ଉପସ୍ଥିତ ଥିଲେ।
ଇନିଂସର ୧୯ତମ ଓଭରରେ ୟୁଭି ଷ୍ଟୁଆର୍ଟ ବ୍ରଡଙ୍କ ଓଭରରେ ୬ଟି ଛକା ମାରିଥିଲେ। ରୋହିତ ଶର୍ମା ଏହି ମ୍ୟାଚରୁ ଟି-୨୦ ଅନ୍ତର୍ଜାତୀୟ ଫର୍ମାଟରେ ଡେବ୍ୟୁ କରିଥିଲେ ମଧ୍ୟ ତାଙ୍କୁ ବ୍ୟାଟିଂ କରିବାର ସୁଯୋଗ ମିଳି ନ ଥିଲା।
ଏହି ମ୍ୟାଚରେ ଯୁବରାଜ ବିଶ୍ୱ ରେକର୍ଡ ସୃଷ୍ଟି କରିଥିଲେ। ସେ ପ୍ରଥମ ବ୍ୟାଟ୍ସମ୍ୟାନ ହୋଇ ଟି -୨୦ ଫର୍ମାଟରେ ଅନ୍ତର୍ଜାତୀୟ ସ୍ତରରେ ଏକ ଓଭରରେ ଲଗାତାର ୬ ଟି ଛକା ମାରିଥିଲେ। ଅନ୍ତର୍ଜାତୀୟ କ୍ରିକେଟରେ ହର୍ସେଲ ଗିବ୍ସଙ୍କ ପରେ ସେ ଦ୍ୱିତୀୟ ବ୍ୟାଟ୍ସମ୍ୟାନ ହୋଇଥିଲେ। ଯୁବରାଜ ୧୨ ଟି ବଲରେ ନିଜର ଅର୍ଦ୍ଧଶତକ ପୂରଣ କରିଥିଲେ, ଯାହା ଅନ୍ତର୍ଜାତୀୟ କ୍ରିକେଟ ଇତିହାସରେ ଦ୍ରୁତତମ ପଚାଶ ଅଟେ। ଯୁବରାଜ ୩ଟି ଚୌକା ଓ ୭ ଛକା ସହାୟତାରେ ୧୬ ବଲ୍‌ରୁ ୫୮ ରନର ସଂଗ୍ରହ କରିଥିଲେ। ତାଙ୍କର ଷ୍ଟ୍ରାଇକ ହାର ୩୬୨.୫୦ ଥିଲା। ଭାରତ ଏହି ମ୍ୟାଚ୍‌ରେ ୪ ଉଇକେଟ୍‌ ହରାଇ ୨୧୮ ରନ ସଂଗ୍ରହ କରିଥିଲା ଏବଂ ଇଂଲଣ୍ଡ ଦଳ ୨୦ ଓଭରରେ ୬ ଉଇକେଟ୍‌ ହରାଇ ୨୦୦ ରନ ସ୍କୋର କରିପାରିଥିଲା। ଫଲରେ ଭାରତ ଏହି ମ୍ୟାଚକୁ ୧୮ ରନରେ ଜିତିଥିଲା ଏବଂ ୟୁଭି ମ୍ୟାନ ଅଫ ଦି ମ୍ୟାଚ ହୋଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ନଣଦେଇଙ୍କୁ ଭଲ ପାଉଥିଲେ ସ୍ତ୍ରୀ, ସ୍ବାମୀ ଜାଣିଲା ପରେ ଯାହା ଘଟିଲା, ଜାଣିଲେ ଗୋଡ଼ ତଳୁ ଖସିଯିବ ମାଟି

ଗାଜିଆବାଦ,୧୩।୧୦: ଉତ୍ତରପ୍ରଦେଶର ଗାଜିଆବାଦ ଜିଲାରେ ସ୍ବାମୀଙ୍କୁ ହତ୍ୟା କରିବା ପାଇଁ ଷଡ଼ଯନ୍ତ୍ର ରଚିଥିବା ଅଭିଯୋଗରେ ପୋଲିସ ମୃତକଙ୍କ ସ୍ତ୍ରୀ ଓ ତାଙ୍କ ପ୍ରେମିକଙ୍କୁ ଗିରଫ କରିଛି। ଖୋଡ଼ା…

ଶନି-ମଙ୍ଗଳଙ୍କ ନବପଞ୍ଚମ ରାଜଯୋଗ: ୩ ରାଶିଙ୍କ ଭାଗ୍ୟରେ ଲାଗିବ ଚାରିଚାନ୍ଦ, ହୁ ହୁ ହୋଇ ବଢିବ ଧନ!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ୨୦୨୬ ଅକ୍ଟୋବର ୧୬, ଶୁକ୍ରବାର ଦିନ ମଙ୍ଗଳ ଓ ଶନି ଗ୍ରହଙ୍କ ମଧ୍ୟରେ ନବପଞ୍ଚମ ରାଜଯୋଗ ସୃଷ୍ଟି ହେବ। ଅପରାହ୍ଣ ୧ଟା…

ବ୍ରହ୍ମପୁର MKCGରେ ବିରଳ ଶିଶୁ ଜନ୍ମ ! ଦୁଇଟି ମୁଣ୍ଡ, ଗୋଟିଏ ଶରୀର

ବ୍ରହ୍ମପୁର,୧୩।୧୦(ସୁବାସ ଚନ୍ଦ୍ର ପାଢ଼ୀ ): ଏମକେସିଜି ମେଡିକାଲ କଲେଜ ଶିଶୁ ବିଭାଗରେ ଜଣେ ମହିଳା ଏକ ବିରଳ ଶିଶୁଙ୍କୁ ଜନ୍ମ ଦେଇଛନ୍ତି । ଛୁଆଙ୍କ ଦୁଇଟି ମୁଣ୍ଡ…

ମଦନପୁର ୟୁ.କେ. କଲେଜ ସମ୍ମୁଖରେ ବିଜୁ ଛାତ୍ର ଜନତାର ଧାରଣା: ସଭାପତି ଶୁଭଙ୍କର ଦାସଙ୍କ ସୁରକ୍ଷା ଦାବି

ରାଜନଗର, ୧୩।୧୦ (ଭାସ୍କର ରାଉତରାୟ): ମଦନପୁର: ୟୁ.କେ. କଲେଜର ସଭାପତି ଶୁଭଙ୍କର ଦାସଙ୍କ ସୁରକ୍ଷା ଦାବି କରି ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ମଙ୍ଗଳବାର ପୂର୍ବାହ୍ନ…

ICC ପ୍ଲେୟର ଅଫ ଦ ମନ୍ଥ ଆୱାର୍ଡ ଘୋଷଣା: ପୁରୁଷ-ମହିଳା ବର୍ଗରେ ବାଜି ମାରିଲେ ୨ ଭାରତୀୟ ଖେଳାଳି, ଜାଣନ୍ତୁ ସେମାନେ କିଏ…

ନୂଆଦିଲ୍ଲୀ, ୧୩।୧୦: ସେପ୍ଟେମ୍ବର ମାସରେ ଭାରତୀୟ କ୍ରିକେଟର୍ସଙ୍କ ଜଲୱା ଦେଖିବାକୁ ମିଳିଛି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ପକ୍ଷରୁ ‘ପ୍ଲେୟର ଅଫ ଦ ମନ୍ଥ’ ପୁରସ୍କାର ଘୋଷଣା…

‘ଗୌତମ ଗମ୍ଭୀର ଜଣେ ଏକଛତ୍ରବାଦୀ’: କିଏ ଆଉ କାହିଁକି କହିଲେ ଏମିତି, ଯାହାକୁ ନେଇ କ୍ରିକେଟ ଜଗତରେ ବଢୁଛି ଆଲୋଚନା

ନୂଆଦିଲ୍ଲୀ,୧୩।୧୦: ଯଦିଓ ଯୁବ ଭାରତୀୟ କ୍ରିକେଟ ତାରକା ବୈଭବ ସୂର୍ଯ୍ୟବଂଶୀ T20 ଅନ୍ତର୍ଜାତୀୟ କ୍ରିକେଟରେ ପଦାର୍ପଣ କରିସାରିଛନ୍ତି, ତଥାପି ‘ପ୍ଲେଇଂ ଇଲେଭେନ’ (ଖେଳୁଥିବା ଏକାଦଶ ଦଳ) ରେ…

ବାୟା ବାବା କଲେଜ ଛାତ୍ର ସଂସଦ ନିର୍ବାଚନ: ଚାମେଲୀ ଧରିଲେ ମଙ୍ଗ, ଦେଲେ ଗୁରୁମନ୍ତ୍ର…

ମହାକାଳପଡ଼ା, ୧୩।୧୦ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ାର ପ୍ରମୁଖ ଶିକ୍ଷାନୁଷ୍ଠାନ ଶ୍ରୀଶ୍ରୀ ବାୟା ବାବା କଲେଜର ଛାତ୍ର ସଂସଦ ନିର୍ବାଚନକୁ ଆଉ ୪୮ ଘଣ୍ଟା…

୨୦୨୭ ବିଶ୍ୱକପ ଖେଳିବେ ନା ନାହିଁ ରୋହିତ-ବିରାଟ? ଶେଷରେ ବଡ଼ ବୟାନ ଦେଲା BCCI, ପ୍ରଶଂସକ ଶୁଣିଲେ…

ନୂଆଦିଲ୍ଲୀ,୧୩।୧୦: ରୋହିତ ଶର୍ମା ଏବଂ ବିରାଟ କୋହଲି ଭାରତୀୟ ଦିନିକିଆ ଦଳର ଗୁରୁତ୍ୱପୂର୍ଣ୍ଣ ଖେଳାଳି। କିଛି ମାସ ପୂର୍ବରୁ ଉଭୟ ୨୦୨୭ ଦିନିକିଆ ବିଶ୍ୱକପ ଖେଳିବେ କି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?