ସ୍ପେଶାଲ ସ୍କ୍ବାଡ୍‌ର ଚଢ଼ାଉ:ଜବତ ହେଲା ୭ ପେଟି ସିରପ୍‌

ଅନୁଗୋଳ ଅଫିସ, ୨୨ା୧୦

ନିଶା କବଳରେ ପଡ଼ିଥିବା ଯୁବପିଢ଼ି ଏବେ କଫ୍‌ ସିରପ୍‌କୁ ନିଶା ପାନୀୟ ଭାବେ ବ୍ୟବହାର କରୁଛନ୍ତି। ଫଳରେ ଅନୁଗୋଳ ସହରରେ ଏପରି କଫ୍‌ ସିରପର ଚୋରା କାରବାର ବୃଦ୍ଧି ପାଉଥିବା ବେଳେ ଅସାଧୁ ବ୍ୟବସାୟୀମାନେ ମଧ୍ୟ ଚଢ଼ା ଦରରେ ବିକ୍ରି କରି ବେଶ୍‌ ଭଲ ଆୟ କରୁଛନ୍ତି। ସୋମବାର ଅନୁଗୋଳ ପୋଲିସର ସ୍ପେଶାଲ ସ୍କ୍ବାଡ୍‌ ଡେଲି ମାର୍କେଟ୍‌ରେ ଥିବା ଏକ ମେଡିକାଲ ଷ୍ଟୋରରେ ଚଢ଼ାଉ କରି ବିପୁଳ ପରିମାଣର କଫ୍‌ ସିରପ୍‌ ଜବତ କରିବା ସହ ଜଣଙ୍କୁ ଉଠାଇ ନେଇଛି। ଷ୍ଟୋରର ଅନ୍ୟ ଜଣେ ଫେରାର ହୋଇଯାଇଥିବା ସୂଚନା ମିଳିଛି। ଉକ୍ତ ଷ୍ଟୋରରୁ ୭ ପେଟି (ପାଖାପାଖି ୭୩୦ ବୋତଲ) କଫ୍‌ ସିରପ ଜବତ କରାଯିବା ସହ ତାହାକୁ ସିଲ୍‌ କରାଯାଇଛି।
ସୂଚନା ମୁତାବକ, ଅନୁଗୋଳ ସ୍ପେଶାଲ ସ୍କ୍ବାଡ୍‌ ଏସ୍‌ଆଇ ଦୀନକୃଷ୍ଣ ମିଶ୍ରଙ୍କ ନେତୃତ୍ୱରେ ଏକ ଟିମ୍‌ ପୂର୍ବାହ୍ନରେ ବିଭିନ୍ନ ସ୍ଥାନରେ ଚଢ଼ାଉ କରିଥିଲା। ବଜାର ଛକରେ ଥିବା ଏକ ମେଡିସିନ୍‌ ଷ୍ଟୋରରେ ଚଢ଼ାଉ ବେଳେ ବିପୁଳ ପରିମାଣରେ କଫ୍‌ ସିରପ ଜବତ ହୋଇଥିଲା। ଗୋଟିଏ ବୋତଲ ସିରପର ମୂଲ୍ୟ ୧୧୬ ଟଙ୍କା ରହିଥିବାବେଳେ ଏହାକୁ ୨୫୦ ଟଙ୍କାରେ ବିକ୍ରି କରାଯାଉଥିବା ଜଣାପଡ଼ିଛି। ତେବେ ଏତେ ପରିମାଣର କଫ୍‌ ସିରପ ଉକ୍ତ ଦୋକାନରେ କାହିଁକି ମହଜୁଦ୍‌ ରଖାଯାଇଥିଲା ଓ ଡାକ୍ତରଙ୍କ ଲେଖା ଆଧାରରେ ବିକ୍ରି କରାଯାଉଥିଲା କି ନାହିଁ ତାହାର ଖୋଳତାଡ଼ କରାଯିବ ବୋଲି ସୂଚନା ମିଳିଛି। ଅନୁଗୋଳ ଏସ୍‌ପିଙ୍କ ନିର୍ଦ୍ଦେଶକ୍ରମେ ସ୍ପେଶାଲ ସ୍କ୍ବାଡ୍‌ ଏପରି ଚଢ଼ାଉ କରିଥିବା ଜଣାପଡ଼ିିଛି। ପୂର୍ବରୁ ସ୍ପେଶାଲ ସ୍କ୍ବାଡ୍‌ର ଏସ୍‌ଆଇ ଦୀନକୃଷ୍ଣଙ୍କ ନେତୃତ୍ୱରେ ବ୍ରାଉନସୁଗାର, ଗଞ୍ଜେଇ ଓ ଅଫିମ କାରବାର କରୁଥିବା ମାଫିଆଙ୍କ ଉପରେ ଚଢ଼ାଉ କରାଯାଇଥିବାରୁ ଏବେ ଏପରି ନିଶାଯୁକ୍ତ କଫ୍‌ ସିରପ ବିକ୍ରି କରୁଥିବା ବ୍ୟବସାୟୀଙ୍କ ମଧ୍ୟରେ ଛନକା ପଶିଯାଇଥିବା ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମଙ୍କ ମୃତ୍ୟୁ ଘଟଣା: ଆଗୁଆ ଜାମିନ ପାଇଁ ହାଇକୋର୍ଟରେ ପୁରୁଷବନ୍ଧୁ

କଟକ,୧୦।୬(କାର୍ତ୍ତିକ ସାହୁ): ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମଙ୍କ ମୃତ୍ୟୁ ଘଟଣାରେ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଥିବା ବେଳେ ପୋଲିସ ଗିରଫଦାରିରୁ ରକ୍ଷା ପାଇବା ପାଇଁ ତାଙ୍କ…

ମାରପିଟ୍ ସହିନପାରି ଘର ଛାଡ଼ିଥିଲେ ସ୍ତ୍ରୀ, ରାଗରେ ପେଟ୍ରୋଲ ଢାଳି ଶାଶୁ-ଶ୍ୱଶୁରଙ୍କୁ ଜାଳିଦେବାକୁ ଜ୍ୱାଇଁଙ୍କ ଉଦ୍ୟମ

ବାରିପଦା/ମୋରଡା,୧୦/୬(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ଶୁଳିଆପଦା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ଜ୍ୱାଇଁ ନିଜ ଶାଶୁ ଓ ଶ୍ୱଶୁରଙ୍କୁ…

ଜଙ୍ଗଲରେ ବଣଭୋଜି ବେଳେ କାଳବୈଶାଖୀର କୋପ: ଗଛ ଡାଳ ପଡ଼ି ଆଖି ବୁଜିଲେ ମହିଳା, ସ୍ତବ୍ଧ ପରିବାର

କୋରାପୁଟ,୧୦।୬ (ଅମିତାଭ ବେହେରା): କୋରାପୁଟରେ ବଣଭୋଜି ବେଳେ ଏକ ଦୁଃଖଦ ଅଘଟଣ ଘଟିଛି। କାଳବୈଶାଖୀ ପ୍ରଭାବରେ ପ୍ରବଳ ପବନ ବହିବା ସମୟରେ ଗଛର ଏକ ବଡ଼ ଡାଳ…

ନନ୍ଦପୁରରେ କାଳବୈଶାଖୀର ତାଣ୍ଡବଲୀଳା: ୩ ଘର ଭାଙ୍ଗିଲା, ୭ ସ୍ଥାନରେ ଗଛ ଉପୁଡ଼ି ଯାତାୟାତ ଠପ୍

ନନ୍ଦପୁର, ୧୦।୬(ତୁଷାର କାନ୍ତ ମହାନ୍ତି): ନନ୍ଦପୁରରେ କାଳବୈଶାଖୀର ତାଣ୍ଡବଲୀଳା ଦେଖିବାକୁ ମିଳିଛି। ବୁଧବାର ଅପରାହ୍ନରେ ପ୍ରାୟ ଘଣ୍ଟାଏ ଧରି ଚାଲିଥିବା ପ୍ରବଳ ବର୍ଷା ଓ ପବନ ଯୋଗୁ…

ତଦନ୍ତ କମିଶନ ଫାଇଲ ଗାଏବ, କ୍ୟାପିଟାଲ ଥାନାରେ FIR ଦେଲେ…

ଭୁବନେଶ୍ବର,୧୦।୬:  ତଦନ୍ତ କମିଶନ ଫାଇଲ ଗାଏବକୁ ନେଇ ବର୍ତ୍ତମାନ ଚର୍ଚ୍ଚା ବଢ଼ିବାରେ ଲାଗିଛି । ଏନେଇ କ୍ୟାପିଟାଲ ଥାନାରେ ମାମଲା ରୁଜୁ ହୋଇଛି । ଗୃହ ବିଭାଗ…

ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଖବର: ବଢ଼ିଲା ସ୍ନାତକ ନାମଲେଖା ଅବଧି, ୨୨ରେ ପ୍ରକାଶ ପାଇବ ପ୍ରଥମ ମେଧା ତାଲିକା

ଭୁବନେଶ୍ବର,୧୦।୬: ସ୍ନାତକ ପାଠ୍ୟକ୍ରମରେ ନାମଲେଖା ପାଇଁ ଆବେଦନ ସମୟସୀମା ବୃଦ୍ଧି ପାଇଛି । ଜୁନ୍‌ ୧୬ ତାରିଖ ଯାଏଁ ସାମ୍ସ ପୋର୍ଟାଲରେ ଆବେଦନ କରିପାରିବେ ଛାତ୍ରୀଛାତ୍ର ।…

ସଂଘାପଶି ଗ୍ରାମରେ ହାତୀ ଆତଙ୍କ: ଯୁବକଙ୍କୁ ମାରିବା ପରେ ମୃତଦେହ ଜଗି ରହିଛନ୍ତି ୧୮ ହାତୀ !

ରିଆମାଳ, ୧୦ା୬ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ଅନ୍ତର୍ଗତ କୁଣ୍ଢେଇଗୋଳା ସେକ୍ସନ ସଂଘାପଶି ଗ୍ରାମରେ ବୁଧବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ହାତୀ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ଅକାଳ ବିୟୋଗ, ଅଞ୍ଚଳରେ ଶୋକର ଛାୟା

ଛତ୍ରପୁର,୧୦।୬( ଦିଲ୍ଲୀପ ସାମଲ) : ଛତ୍ରପୁର ପୌର ପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଅକାଳ ବିୟୋଗ ହୋଇଛି । ସେ ଗତ ଏକ ମାସରୁ ଅଧିକ ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri