Posted inଖେଳ

ସ୍ପୋର୍ଟ୍ସ କମ୍ପ୍ଲେକ୍ସକୁ ଅନୁମତି ମିଳିଲା

ନୂଆଦିଲ୍ଲୀ, ୧୮ା୫ (ପି.ଟି.)-କରୋନାଭାଇରସ୍‌ ଯୋଗୁ ଚତୁର୍ଥ ପର୍ଯ୍ୟାୟ ଲକ୍‌ଡାଉନ୍‌ କରିବା ଲାଗି ସରକାର ବାଧ୍ୟ ହୋଇଛନ୍ତି। ତେବେ କେନ୍ଦ୍ର ଗୃହ ମନ୍ତ୍ରଣାଳୟ କ୍ରୀଡ଼ା କମ୍ପ୍ଲେକ୍ସ ଖୋଲିିବା ଲାଗି ଅନୁମତି ଦେଇଛନ୍ତି। ଫଳରେ ମାର୍ଚ୍ଚ ମଧ୍ୟଭାଗରୁ ବନ୍ଦ ରହିଥିବା ଆଥଲେଟ୍‌ମାନଙ୍କ ଟ୍ରେନିଂ କାର୍ଯ୍ୟ ପୁଣି ଆରମ୍ଭ ହୋଇ ପାରିବ। ସ୍ପୋଟର୍‌ସ କମ୍ପ୍ଲେକ୍ସ ଏବଂ ଷ୍ଟାଡିୟମ ଖୋଲିବା ଲାଗି ଅନୁମତି ଦିଆଯାଇଥିଲେ ହେଁ ଦର୍ଶକମାନଙ୍କୁ ବାରଣ କରାଯାଇଛି। ସରକାରଙ୍କ ଗାଇଡ୍‌ଲାଇନ୍‌ ମାନି ଚଳିବାକୁ ହେବ। ଲକ୍‌ ଡାଉନ୍‌ ମିଆଦ ୧୭ ତାରିଖରେ ଶେଷ ହେଉଥିଲେ ମଧ୍ୟ ଏହାର ମିଆଦକୁ ସରକାର ପୁଣି ମେ ୩୧ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ଭାରତରେ କୋଭିଡ୍‌-୧୯ ରୋଗୀଙ୍କ ସଂଖ୍ୟା ୯୦,୦୦୦ରୁ ଅଧିକ ହୋଇଥିବାବେଳେ ଇତିମଧ୍ୟରେ ୩୦୦୦ ପାଖାପାଖି ମୃତ୍ୟୁବରଣ କରିସାରିଲେଣି। ମାର୍ଚ୍ଚ ମଧ୍ୟ ଭାଗରେ ଲକ୍‌ଡାଉନ୍‌ ଲାଗୁ କରାଯାଇଥିଲା। ପଟିଆଲାସ୍ଥିତ ସ୍ପୋଟର୍‌ସ ଅଥରିଟି ଅଫ୍‌ ଇଣ୍ଡିଆ(ସାଇ) କମ୍ପ୍ଲେକ୍ସଠାରେ ବର୍ତ୍ତମାନ ଅବସ୍ଥାନ କରୁଥିବା ଏଲିଟ୍‌ ଆଥଲେଟ୍‌ମାନେ ପୁନର୍ବାର ଟ୍ରେନିଂ ଆରମ୍ଭ କରିବା ଲାଗି ଦାବି କରିଥିଲେ। କ୍ରୀଡ଼ାମନ୍ତ୍ରୀ କିରେନ ରିଜିଜୁ ଗତ ସପ୍ତାହରେ ଭିଡିଓ କନଫରେନ୍ସ ଜରିଆରେ ଏ ବିଷୟରେ ଆଥ୍‌ଲେଟମାନଙ୍କ ମତାମତ ଜାଣିବାକୁ ଚାହିଁଥିଲେ। ଚଳିତମାସ ଶେଷ ଭାଗରେ କିଛି ନ ହେଲେ ଅଲିମ୍ପିକ ପାଇଁ ଯୋଗ୍ୟତା ଅର୍ଜନ କରିଥିବା ଆଥଲେଟମାନଙ୍କ ଲାଗି ପୁଣି ଜାତୀୟ କ୍ୟାମ୍ପ ଆରମ୍ଭ କରିବା ଲକ୍ଷ୍ୟ ରଖାଯାଇଥିବା ମନ୍ତ୍ରଣାଳୟ ପକ୍ଷରୁ ମେ ୩ ତାରିଖରେ ଘୋଷଣା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

Vijay Hazare Trophy: ଯାହାଙ୍କ ବଲରେ ଆଉଟ ହେଲେ କୋହଲି ତାଙ୍କୁ ଦେଲେ ବଡ଼ ଉପହାର, ଜିତିଲେ ପ୍ରଶଂସକଙ୍କ ମନ

ନୂଆଦିଲ୍ଲୀ,୨୭।୧୨: ବିରାଟ କୋହଲିଙ୍କୁ ଆଉଟ କରିଥିବା ଗୁଜରାଟର ସ୍ପିନର ବିଶାଲ ଜୟସୱାଲଙ୍କୁ ମଧ୍ୟ ବହୁତ ପ୍ରଶଂସା କରାଯାଉଛି। ବିରାଟଙ୍କ ଗୋଟିଏ ବଲ ଉପରେ କୋହଲି ଏକ...

ବାମଣ୍ଡା କପ୍‌ କ୍ରିକେଟ: ଫାଇନାଲରେ ୟୁନିୟନ ସ୍ପୋର୍ଟିଂ କଟକ

ଦେବଗଡ଼, ୨୭ା୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଇନ୍ଦିରାଗାନ୍ଧୀ ଷ୍ଟାଡିୟମଠାରେ ଚାଲିଥିବା ୩୫ତମ ବାମଣ୍ଡା କପ କ୍ରିକେଟ ଟୁର୍ନାମେଣ୍ଟର ଶନିବାର ଦ୍ୱିତୀୟ ସେମିଫାଇନାଲ ମ୍ୟାଚ୍‌ ଅରୁଣୋଦୟ ରାଞ୍ଚି...

ମ୍ୟାଚ ପୂର୍ବରୁ ପଡ଼ିଆରେ କୋଚ୍‌ଙ୍କୁ ଆସିଲା ହୃଦ୍‌ଘାତ, ଆଉ ତା’ପରେ…

ନୂଆଦିଲ୍ଲୀ,୨୭।୧୨: ବାଂଲାଦେଶ ପ୍ରିମିୟର ଲିଗ ଶୁକ୍ରବାର, ଡିସେମ୍ବର ୨୬ ତାରିଖରେ ଆରମ୍ଭ ହୋଇଥିଲା। ଲିଗର ଦ୍ୱିତୀୟ ଦିନରେ ଆଜି ଏକ ଦୁଃଖଦ ଖବର ପ୍ରକାଶ ପାଇଛି।...

ଅଷ୍ଟ୍ରେଲିଆର ପରାଜୟ ଭାରତ ପାଇଁ ଲାଭ, ଜାଣନ୍ତୁ ଇଂଲଣ୍ଡର ବିଜୟ ପରେ କେତେ ବଦଳିଲା ପଏଣ୍ଟ ଟେବୁଲ

ନୂଆଦିଲ୍ଲୀ,୨୭।୧୨: ଅଷ୍ଟ୍ରେଲିଆ ବନାମ ଇଂଲଣ୍ଡ ବକ୍ସିଂ ଡେ ଟେଷ୍ଟ ମାତ୍ର ଦୁଇ ଦିନ ମଧ୍ୟରେ ଶେଷ ହୋଇଥିଲା। ପ୍ରଥମ ଦିନରେ ଅଷ୍ଟ୍ରେଲିଆର ପ୍ରଥମ ଇନିଂସ ୧୫୨...

Ashes 2025-26: ୧୪ ବର୍ଷ ପ୍ରତୀକ୍ଷାର ଅନ୍ତ ଘଟାଇଲା ଇଂଲଣ୍ଡ, ଅଷ୍ଟ୍ରେଲିଆକୁ କଲା ପରାସ୍ତ

ନୂଆଦିଲ୍ଲୀ,୨୭।୧୨: ଅଷ୍ଟ୍ରେଲିଆ ଏବଂ ଇଂଲଣ୍ଡ ମଧ୍ୟରେ ୨୦୨୫-୨୬ ଆଶେସ୍ ସିରିଜର ଚତୁର୍ଥ ମ୍ୟାଚ୍ ମେଲବୋର୍ଣ୍ଣ କ୍ରିକେଟ୍ ଗ୍ରାଉଣ୍ଡରେ ଖେଳାଯାଇଥିଲା। ଏହି ମ୍ୟାଚ୍ ବୋଲରଙ୍କ ପ୍ରିୟ ଥିଲା,...

ବିଜୟ ହଜାରେ ଟ୍ରଫିରେ ୩ୟ ମ୍ୟାଚ ଖେଳିବେ କୋହଲି! ସାମ୍ନାକୁ ଆସିଲା ତାରିଖ, ଜାଣନ୍ତୁ ଅପଡେଟ୍‌

ନୂଆଦିଲ୍ଲୀ,୨୭।୧୨: ବିଜୟ ହଜାରେ ଟ୍ରଫିରେ ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ବ୍ୟାଟିଂକୁ ପ୍ରଶଂସକମାନେ ପୂରା ଉପଭୋଗ କରିଥିଲେ। ଡିସେମ୍ବର ୨୪ ତାରିଖରେ ଉଭୟ ପ୍ରଥମ...

T20 World Cup 2026 ପୂର୍ବରୁ ଅଷ୍ଟ୍ରେଲିଆ ପାଇଁ ସତର୍କ ଘଣ୍ଟି, ଷ୍ଟାର ଖେଳାଳି ଆହତ

ନୂଆଦିଲ୍ଲୀ,୨୭।୧୨: ୨୦୨୬ ଟି-୨୦ ବିଶ୍ୱକପ୍ ଭାରତ ଏବଂ ଶ୍ରୀଲଙ୍କା ମିଳିତ ଭାବରେ ଆୟୋଜନ କରିବାକୁ ସ୍ଥିର ହୋଇଛି ଏବଂ ଆଇସିସି ଏହାର କାର୍ଯ୍ୟସୂଚୀ ପ୍ରକାଶ କରିଛି...

ମାତ୍ର ୨ଟି ମ୍ୟାଚ ଖେଳି ମାଲାମାଲ୍‌ ହେଲେ ବିରାଟ-ରୋହିତ, ବିଜୟ ହଜାରେ ଟ୍ରଫିରେ ମିଳିଲା ଏତେ ଦରମା

ନୂଆଦିଲ୍ଲୀ,୨୭।୧୨: ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ରୋହିତ ଶର୍ମା ଏବଂ ବିରାଟ କୋହଲି ବହୁ ବର୍ଷ ପରେ ଖେଳୁଥିବା ନଜର ଆସିଛନ୍ତି। ରିପୋର୍ଟ ହୋଇଥିଲା ଯେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri