‘ସ୍ବଚ୍ଛତା ହଁି ସେବା’ କାର୍ଯ୍ୟକ୍ରମ: ଝାଡୁ ଧରି ସଫେଇ କଲେ କେନ୍ଦ୍ରମନ୍ତ୍ରୀ, ବିଧାୟକ

ସଜନାଗଡ଼,୨୧।୭(ଡି.ଏନ.ଏ.)- ବାଲେଶ୍ୱର ଜିଲାର ପ୍ରସିଦ୍ଧ ଶୈବପୀଠ ନୀଳଗିରି ବାବା ପଞ୍ଚଲିଙ୍ଗେଶ୍ୱର ପୀଠରେ ରବିବାର ‘ସ୍ବଚ୍ଛତା ହଁି ସେବା’ ଏକ ସଚେତନତାମୂଳକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟଅତିଥି ଭାବେ କେନ୍ଦ୍ର ଅଣୁ, କ୍ଷୁଦ୍ର ଏବଂ ମଧ୍ୟମଉଦ୍ୟୋଗ, ମତ୍ସ୍ୟ, ପ୍ରାଣୀବିକାଶ ଏବଂ ଗୋପାଳନ ରାଷ୍ଟ୍ରମନ୍ତ୍ରୀ ତଥା ବାଲେଶ୍ୱର ଏମ୍‌ପି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ, ନୀଳଗିରି ବିଧାୟକ ଇଂ. ସୁକାନ୍ତ କୁମାର ନାୟକ ଯୋଗଦେଇ ପଞ୍ଚଲିଙ୍ଗେଶ୍ୱର ବସ୍‌ଷ୍ଟାଣ୍ଡଠାରୁ ସଫେଇ ଅଭିଯାନ ଆରମ୍ଭ କରିଥିଲେ। କେନ୍ଦ୍ରମନ୍ତ୍ରୀ ଷଡ଼ଙ୍ଗୀ ବକ୍ତବ୍ୟରେ ପ୍ରତ୍ୟେକ ବ୍ୟକ୍ତି ନିଜ ପରିବେଶକୁ ସ୍ବଚ୍ଛ ଓ ପରିଷ୍କାର ରଖିଲେ ସମଗ୍ର ପରିବେଶ ସ୍ବଚ୍ଛ ଓ ପରିଷ୍କାର ରହିବ। ଏଥିପାଇଁ ବିଶେଷ କରି ଲୋକମାନେ ଖୋଲାସ୍ଥାନରେ ମଳ, ମୂତ୍ର ତ୍ୟାଗ ନ କରି ଶୌଚାଳୟ ବ୍ୟବହାର କରିବା ଉଚିତ୍‌। ସ୍ବଚ୍ଛତା ଅଭିଯାନକୁ କେନ୍ଦ୍ରସରକାର, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯଥେଷ୍ଟ ଭାବେ ଗୁରୁତ୍ୱ ଦେଉଥିବା ପ୍ରକାଶ କରିଥିଲେ।
କାର୍ଯ୍ୟକ୍ରମରେ ନୀଳଗିରି ଉପଜିଲାପାଳ ହରିଶ୍ଚନ୍ଦ୍ର ଜେନା, ଔପଦା ବିଡ଼ିଓ ପିତାମ୍ବର ଭୋଇ, ନୀଳଗିରି ଆଇଆଇସି ନଳିତା ମୋଦି, ସ୍ଥାନୀୟ ସରପଞ୍ଚ, ଆଖପାଖ ଅଞ୍ଚଳବାସୀ, ହିତାକାଂକ୍ଷୀ ପ୍ରମୁଖ ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମ ସୌଜନ୍ୟ ବାଲେଶ୍ୱର ଜିଲା ଜଳ ପରିମଳ ତରଫରୁ ଅନୁଷ୍ଠିତ ହୋଇଥିଲା। ସୋମବାରଠାରୁ ଶ୍ରାବଣ ମାସର ପ୍ରଥମ ସୋମବାର ଏହି ପୀଠକୁ କାଉଡ଼ିଆ ଯାତ୍ରା ଆରମ୍ଭ ହେଉଥିବା ବେଳେ ଆସୁଥିବା ଶ୍ରଦ୍ଧାଳୁଙ୍କ ସୁରକ୍ଷାକୁ ଆଖି ଆଗରେ ରଖି ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

‘ଭାରତରେ ଉତ୍ପାଦନ ହ୍ରାସ ପାଉଛି…,’ ଜର୍ମାନୀରେ BMW ଫ୍ୟାକ୍ଟ୍ରିରେ ପହଞ୍ଚି ଭିଡିଓ ଶେୟାର କଲେ ରାହୁଲ

ବର୍ଲିନ,୧୭।୧୨: କଂଗ୍ରେସ ନେତା ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ବୁଧବାର ଜର୍ମାନୀର BMW କାରଖାନା ପରିଦର୍ଶନ କରିଥିଲେ। ଏହି ଗସ୍ତ ସମୟରେ ସେ...

ବଦନାମ ହେଲା TMC, ଭିଡିଓ ଶେୟାର କଲା ଭାଜପା

ନୂଆଦିଲ୍ଲୀ,୧୭।୧୨: ତୃଣମୂଳ କଂଗ୍ରେସ ଏମପି କୀର୍ତ୍ତି ଆଜାଦଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏଥିରେ ଆଜାଦ ସଂସଦ ଭିତରେ ସିଗାରେଟ ପିଉଥିବାର ଦେଖାଯାଉଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri