Posted inଖେଳ

ସ୍ବତନ୍ତ୍ର ଅଧିନାୟକଙ୍କ ତାଲିକାରେ କୋହଲି

ନୂଆଦିଲ୍ଲୀ,୧୪।୧୦- ଅଧିନାୟକ ଭାବେ ବିରାଟ କୋହଲିଙ୍କ ୫୦ତମ ଟେଷ୍ଟ ଅତ୍ୟନ୍ତ ସ୍ବତନ୍ତ୍ର ଥିଲା। କେବଳ ୨୫୪ ରନ୍‌ର ଅପରାଜିତ ଇନିଂସ, ତାହା ନୁହେଁ ସେ ଅଷ୍ଟ୍ରେଲିଆ ଷ୍ଟିଭ ଓ୍ବ ଏବଂ ରିକି ପଣ୍ଟିଂଙ୍କ ଭଳି ଅଧିନାୟକଙ୍କ ତାଲିକାରେ ସ୍ଥାନ ପାଇଛନ୍ତି। ଦକ୍ଷିଣ ଆଫ୍ରିକା ବିପକ୍ଷରେ ଏକ ଇନିଂସ ଓ ୧୩୭ ରନ୍‌ର ବିଜୟ କୋହଲିଙ୍କ ନେତୃତ୍ୱରେ ଭାରତର ୩୦ତମ ବିଜୟ। ୫୦ ମ୍ୟାଚ୍‌ରେ ଯେକୌଣସି ଦଳର ନେତୃତ୍ୱ ନେଇଥିବା ଅଧିନାୟକଙ୍କ ମଧ୍ୟରେ କୋହଲିଙ୍କ ବିଜୟ ପ୍ରତିଶତ ୩ୟ ସର୍ବାଧିକ। ଏହି ଧାରାରେ ଓ୍ବ’ଙ୍କ ନେତୃତ୍ୱରେ ଅଷ୍ଟ୍ରେଲିଆ ୫୦ ମ୍ୟାଚ୍‌ରୁ ୩୭ ଜିତିଥିଲା। ତାଙ୍କ ପଛକୁ ପଣ୍ଟିଂ ଅଧିନାୟକ ଥିବାବେଳେ ଦଳ ୫୦ ମ୍ୟାଚ୍‌ରୁ ୩୫ ମ୍ୟାଚ୍‌ ଜିତିଥିଲା। ମୋଟ ଉପରେ ଓ୍ବ କ୍ୟାପଟେନ ଭାବେ ୫୭ ଟେଷ୍ଟ ଖେଳିଥିଲେ, ଯେଉଁଥିରୁ ୪୧ ମ୍ୟାଚ୍‌ ଦଳ ଜିତିଥିଲା। ତାଙ୍କ ବିଜୟ ହାର ୭୧.୯୨ ଥିଲା। ଅଧିନାୟକ ଭାବେ ସର୍ବାଧିକ ଟେଷ୍ଟ ମ୍ୟାଚ୍‌ ଜିତିଥିବା ପଣ୍ଟିଂ ୭୭ରୁ ୪୮ରେ ବିଜୟୀ ହୋଇଥିଲେ। ତାଙ୍କର ବିଜୟ ହାର ଥିଲା ୬୦ ପ୍ରତିଶତ। ଏହି ତାଲିକାରେ ଅଧିନାୟକ ଭାବେ ୫୦ ମ୍ୟାଚ୍‌ ଖେଳି ୩୦ଟି ଜିତିଥିବା କୋହଲିଙ୍କ ବିଜୟ ହାର ଏବେ ୬୦.୦୦ରେ ପହଞ୍ଚତ୍ଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ସାଧାରଣ ଲୋକଙ୍କ ପାଇଁ ଜରୁରୀ ଖବର, ୧୦ହଜାରରୁ ଅଧିକ ପେମେଣ୍ଟ କଲେ ହୋଇଯିବ ହୋଲ୍ଡ…

ନୂଆଦିଲ୍ଲୀ,୧୦।୪: ଡିଜିଟାଲ୍ ଯୁଗରେ ପେମେଣ୍ଟ ସହଜ ହୋଇଥିବା ହେତୁ, ଅନଲାଇନ୍ ଠକେଇ ମାମଲା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଠକମାନଙ୍କଠାରୁ ଆପଣଙ୍କ କଠିନ ଅର୍ଜିତ ଟଙ୍କାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri