ସ୍ବତନ୍ତ୍ର କୋଶଲ ପ୍ରଦେଶ ଗଠନ ଦାବି: ଏପ୍ରିଲ ୧ କଳାଦିବସ, ୨୯ରେ ମହାବନ୍ଦ ଡାକରା

ବରଗଡ଼ ଅଫିସ, ୧୪।୩- ସ୍ବତନ୍ତ୍ର କୋଶଲ ପ୍ରଦେଶ ଗଠନ ଦାବିରେ ପୁଣି ଆନ୍ଦୋଳନ ତେଜି ଉଠୁଛି। ଏହାକୁ ନେଇ ଆସନ୍ତା ଏପ୍ରିଲ ୧ତାରିଖକୁ କଳା ଦିବସ ଭାବେ ପାଳନ କରାଯିବ ଏବଂ ଏପ୍ରିଲ ୨୯ ତାରିଖ କୋଶଲ ମହାବନ୍ଦ କରାଯିବ। ଶନିବାର ବରଗଡ଼ ଅଗ୍ରଗାମୀ ଯୁବକ ସଂଘ ପରିସରରେ ଅନୁଷ୍ଠିତ ଏକ ଖବରଦାତା ସମ୍ମିଳନୀରେ କୋଶଲ ରାଜ୍ୟ ସମନ୍ବୟ ସମିତି କେନ୍ଦ୍ରୀୟ କମିଟିର ଅଧ୍ୟକ୍ଷ ପ୍ରମୋଦ ମିଶ୍ର ଏହି ସୂଚନା ଦେଇଛନ୍ତି। ସେ ଆହୁରି କହିଛନ୍ତି, ଏଥର ଆନ୍ଦୋଳନରେ ଆହୁରି ୩ଟି ଦାବି ଅର୍ଥାତ୍‌ କୋଶଲାଞ୍ଚଳରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା, ଧାନ କିଣାବିକାରେ ଟୋକନ ବ୍ୟବସ୍ଥାକୁ ଉଚ୍ଛେଦ ଏବଂ ସ୍ଥାୟୀ ନିଯୁକ୍ତି ଦାବି ଯୋଡ଼ାଯାଇଛି। ଖବରଦାତା ସମ୍ମିଳନୀରେ ଅନ୍ୟମାନଙ୍କ ମଧ୍ୟରେ କମିଟିର ଉପସଭାପତି ମନୋରଞ୍ଜନ ସିଂ ବରିହା, ନାରାୟଣ ମହାପାତ୍ର, ବିଭୁଦତ୍ତ ମିଶ୍ର, ପ୍ରଶାନ୍ତ ମାଝି ପ୍ରମୁଖ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମା’ ସମଲେଶ୍ୱରୀଙ୍କ ଦର୍ଶନ କରି ଆଶୀର୍ବାଦ ନେଲେ ବବି

ସମ୍ବଲପୁର,୨୯ା୩: ସମ୍ବଲପୁର ଲୋକ ସଭା ଆସନରୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ନାଁ ଘୋଷଣା କରିବା ପରେ...

ବିଳମ୍ବିତ ରାତି ପର୍ଯ୍ୟନ୍ତ ଚାଲିଲା ଭାଜପା କୋର କମିଟି ବୈଠକ, ଖୁବଶୀଘ୍ର ଘୋଷଣା ହେବ ଲୋକ ସଭା-ବିଧାନସଭା ପ୍ରାର୍ଥୀ ତାଲିକା

ଭୁବନେଶ୍ୱର,୨୯ା୩: ଆଗାମୀ ବିଧାନସଭା ପାଇଁ ଭାଜପାର ପ୍ରାର୍ଥୀ ତାଲିକା ଏବଂ ଓଡିଶାରେ ଅବଶିଷ୍ଟ ଲୋକସଭା ଆସନ ଖୁବ ଶୀଘ୍ର ପ୍ରକାଶ ପାଇବ। ସୂତ୍ରରୁ ପ୍ରକାଶ ଯେ...

ଶ୍ୱଶୁରଙ୍କୁ ଛୁରି ଭୁସି ହତ୍ୟା କଲେ ଜ୍ୱାଇଁ

କୋରାପୁଟ,୨୯ା୩: ଶ୍ୱଶୁରଙ୍କୁ ଛୁରି ଭୁସି ଜ୍ୱାଇଁ  ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏମିତି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିଛି କୋରାପୁଟ ଜିଲା ନାରାୟଣପାଟଣା ଥାନା...

ଫୁଲଚାଷ ପ୍ରତି ବଢୁଛି ଆଗ୍ରହ

ସମ୍ବଲପୁର,୨୯ା୩ (ଭବାନୀ ଶଙ୍କର ଭୋଇ): ସମ୍ବଲପୁର ଜିଲାରେ ଧାନଫସଲରେ ପୂର୍ବଭଳି ଲାଭ ହେଉ ନ ଥିବାବେଳେ ଚାଷୀମାନେ ପନିପରିବା ଓ ଅନ୍ୟ ଅର୍ଥକରୀ ଫସଲ ଚାଷ...

ଭାଜପା ଆଶାୟୀ ପ୍ରାର୍ଥୀଙ୍କ ନିଦ ଗାଏବ

ଅନୁଗୋଳ,୨୯ା୩(ଅମିତ କୁମାର ସାମଲ): ବିଜେଡି-ଭାଜପା ମଧ୍ୟରେ ମେଣ୍ଟ ହେବ ବୋଲି ପ୍ରଥମେ ଶୁଣାଗଲା। ଏହାକୁ ନେଇ ଉଭୟ ଦଳ ପକ୍ଷରୁ ଘନ ଘନ ବୈଠକ ହେଲା।...

କେନ୍ଦୁଝର ବଳଦେବଜୀଉ ମନ୍ଦିର ହୁଣ୍ଡି ଟେକିନେଲେ ଦୁର୍ବୃତ୍ତ

କେନ୍ଦୁଝର,୨୯ା୩: କେନ୍ଦୁଝରର ଆରାଧ୍ୟ ଦେବତା ପ୍ରଭୁ ବଳଦେବଜୀଉଙ୍କ ମନ୍ଦିର ହୁଣ୍ଡିରୁ ଚୋରି ଅଭିଯୋଗ ଆସିଛି। ଗୁରୁବାର ମଧ୍ୟରାତ୍ରରେ ହୁଣ୍ଡି ଭାଙ୍ଗି ସେଥିରେ ଥିବା ଟଙ୍କା ଏବଂ...

ଭାଜପାରେ ଯୋଗ ଦେଲେ ଭର୍ତ୍ତୃହରି, ଇସ୍ତଫା ଦେଲେ ଜିଲା ସଭାପତି ପ୍ରକାଶ ବେହେରା

କଟକ,୨୯।୩: ସାଧାରଣ ନିର୍ବାଚନ ଆଗରୁ କଟକ ରାଜନୀତିରେ ଜାରି ରହିଛି ଦଳ ବଦଳ ପର୍ବ। ଅରିନ୍ଦମ ରାୟଙ୍କ ପଛେ ପଛେ ଏମପି ଭର୍ତ୍ତୃହରି ମହତାବ ଗୁରୁବାର...

ବିଧାନସଭା ନିର୍ବାଚନକୁ ଫେରିପାରନ୍ତି ମହେଶ

ଅନୁଗୋଳ,୨୯ା୩ (ଅମିତ କୁମାର ସାମଲ): ଢେଙ୍କାନାଳ ସଂସଦୀୟ କ୍ଷେତ୍ର ପାଇଁ ବିଜେଡି ଡା. ଅବିନାଶ ସାମଲଙ୍କ ନାମ ଘୋଷଣା କରିବା ପରେ ଅନୁଗୋଳ ଜିଲାର ପୁରୁଖା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri